Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ଭଲ ଭଲ କହୁଥିବା ନିକଟ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ। ପରିବହନ କ୍ଷେତ୍ରରେ ତିକ୍ତତାର ସମାପ୍ତି ଘଟାଇବେ।
ବୃଷ
ବୃଷ
ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରରେ ମନ ଅସ୍ଥିର ରହିବା କାରଣରୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପରିବାରରେ ସନ୍ତାନହେତୁକ ପୀଡ଼ା ଅନୁଭବ କରିବେ।
ମିଥୁନ
ମିଥୁନ
ରାଗକୁ ନିୟନ୍ତ୍ରଣରେ ନ ରଖିବା କାରଣରୁ ବନ୍ଧୁଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ମନ କଥା ମନରେ ରଖି ସବୁ କଥାକୁ ଚିନ୍ତା କରି କାମ ନ କଲେ କଳହ ଲାଗିବ। ଅପରାହ୍ନରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ପାରିବାରିକ ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇପାରିବେ ନାହିଁ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ପରିବାରବର୍ଗଙ୍କ ସହାୟତା ପାଇବେ ଓ ଆନନ୍ଦ ମନରେ କାମ କରିବେ।
କନ୍ୟା
ଆଜି କିଛି ପାଇବା ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଦୀର୍ଘଦିନରୁ ଶତ୍ରୁତା ଆଚରଣ କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ ଓ କଳହର ସମ୍ଭାବନା ରହିଛି। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ଆଜି ଶତ୍ରୁଠାରୁ ଦୂରତା ରଖି କାମ ନ କଲେ ହଇରାଣରେ ପଡ଼ିପାରନ୍ତି । ଫେରି ଯାଉଥିବା ବନ୍ଧୁଟି ଲେଉଟି ଆସିବା ଫଳରେ ନିଜର କାମ ସମ୍ପନ୍ନରେ ବ୍ୟସ୍ତତା ବଢିଯାଇପାରେ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ବିଛା
ବିଛା
ଯେଉଁ କାମ ଦୀର୍ଘଦିନ ହେଲା ହୋଇପାରି ନ ଥିଲା ଆଜି ଆକସ୍ମିକ ଭାବେ ହୋଇଯିବ। ଅର୍ଥ ସମ୍ପର୍କରେ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳ ହେବେ। ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବାରେ ସଫଳ ହେବେ। ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
କୌଣସି ପରିଚିତଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଅଫିସରେ ସହକର୍ମୀଙ୍କ ସହ ମିଷ୍ଟାଳାପରେ ମାତିରହିବେ। ପରୀକ୍ଷା କ୍ଷେତ୍ରରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ, ଏଣୁ ଗାଡ଼ିକୁ ପରଖି ନେବା ଭଲ ହେବ।
ମକର
ମକର
ଶାରୀରିକ ଅସୁସ୍ଥତା ଦୂରେଇବା ହେତୁ ମାନସିକ ଆଶ୍ୱସ୍ତି ଲଭିବେ। କୌଣସି ବ୍ୟକ୍ତିଠାରୁ ହଠାତ୍‌ ବିସ୍ମୟ ସୃଷ୍ଟିକାରୀ ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଅଫିସ୍‌ରେ ସାଧାରଣ କଥାରେ ହଠାତ୍‌ କଳହ ସୃଷ୍ଟି ହୋଇପାରେ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁମାନଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
ଅନ୍ୟ ଦ୍ୱାରା ପ୍ରଭାବିତ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହେବ। ପିଲାଙ୍କ ସ୍ବାସ୍ଥ୍ୟକୁ ନେଇ ମନ ଅସ୍ଥିର ରହିବ ଓ ମାନସିକ ବ୍ୟଥା ଅନୁଭବ କରିବେ। ଉତ୍ତରଭାଦ୍ରବ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାରଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri