Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ଭଲ ଭଲ କହୁଥିବା ନିକଟ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ। ପରିବହନ କ୍ଷେତ୍ରରେ ତିକ୍ତତାର ସମାପ୍ତି ଘଟାଇବେ।
ବୃଷ
ବୃଷ
ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରରେ ମନ ଅସ୍ଥିର ରହିବା କାରଣରୁ କେତେକ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପରିବାରରେ ସନ୍ତାନହେତୁକ ପୀଡ଼ା ଅନୁଭବ କରିବେ।
ମିଥୁନ
ମିଥୁନ
ରାଗକୁ ନିୟନ୍ତ୍ରଣରେ ନ ରଖିବା କାରଣରୁ ବନ୍ଧୁଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ମନ କଥା ମନରେ ରଖି ସବୁ କଥାକୁ ଚିନ୍ତା କରି କାମ ନ କଲେ କଳହ ଲାଗିବ। ଅପରାହ୍ନରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ପାରିବାରିକ ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇପାରିବେ ନାହିଁ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ପରିବାରବର୍ଗଙ୍କ ସହାୟତା ପାଇବେ ଓ ଆନନ୍ଦ ମନରେ କାମ କରିବେ।
କନ୍ୟା
ଆଜି କିଛି ପାଇବା ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ। ଦୀର୍ଘଦିନରୁ ଶତ୍ରୁତା ଆଚରଣ କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ ଓ କଳହର ସମ୍ଭାବନା ରହିଛି। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ଆଜି ଶତ୍ରୁଠାରୁ ଦୂରତା ରଖି କାମ ନ କଲେ ହଇରାଣରେ ପଡ଼ିପାରନ୍ତି । ଫେରି ଯାଉଥିବା ବନ୍ଧୁଟି ଲେଉଟି ଆସିବା ଫଳରେ ନିଜର କାମ ସମ୍ପନ୍ନରେ ବ୍ୟସ୍ତତା ବଢିଯାଇପାରେ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ।
ବିଛା
ବିଛା
ଯେଉଁ କାମ ଦୀର୍ଘଦିନ ହେଲା ହୋଇପାରି ନ ଥିଲା ଆଜି ଆକସ୍ମିକ ଭାବେ ହୋଇଯିବ। ଅର୍ଥ ସମ୍ପର୍କରେ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳ ହେବେ। ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବାରେ ସଫଳ ହେବେ। ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
କୌଣସି ପରିଚିତଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଅଫିସରେ ସହକର୍ମୀଙ୍କ ସହ ମିଷ୍ଟାଳାପରେ ମାତିରହିବେ। ପରୀକ୍ଷା କ୍ଷେତ୍ରରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ, ଏଣୁ ଗାଡ଼ିକୁ ପରଖି ନେବା ଭଲ ହେବ।
ମକର
ମକର
ଶାରୀରିକ ଅସୁସ୍ଥତା ଦୂରେଇବା ହେତୁ ମାନସିକ ଆଶ୍ୱସ୍ତି ଲଭିବେ। କୌଣସି ବ୍ୟକ୍ତିଠାରୁ ହଠାତ୍‌ ବିସ୍ମୟ ସୃଷ୍ଟିକାରୀ ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଅଫିସ୍‌ରେ ସାଧାରଣ କଥାରେ ହଠାତ୍‌ କଳହ ସୃଷ୍ଟି ହୋଇପାରେ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁମାନଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
ଅନ୍ୟ ଦ୍ୱାରା ପ୍ରଭାବିତ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହେବ। ପିଲାଙ୍କ ସ୍ବାସ୍ଥ୍ୟକୁ ନେଇ ମନ ଅସ୍ଥିର ରହିବ ଓ ମାନସିକ ବ୍ୟଥା ଅନୁଭବ କରିବେ। ଉତ୍ତରଭାଦ୍ରବ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିବାରଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜାନୁଆରି ୨୧ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କତା ରକ୍ଷା କରିବା ଭଲ। ମାଲିମକଦ୍ଦମାରେ ବାଇଦା ପଡ଼ିବାକୁ କେନ୍ଦ୍ରକରି ମନରେ ସଂଶୟ...

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ କର୍ମଜଞ୍ଜାଳ ବୃଦ୍ଧି କାରଣରୁ ଜମା ଫୁର୍‌ସତ୍‌ ପାଇବେ ନାହିଁ। ଆଜି ଆପଣ ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି।...

ରାଶିଫଳ: ଶନିବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରି ଅଭିଳଷିତ କାର୍ଯ୍ୟ ସୁରୁଖୁରୁରେ ସମାପନ କରିବେ। ଟଙ୍କା ପଇସାକୁ କେନ୍ଦ୍ର କରି କିମ୍ବା ପର କଥା ଶୁଣି ଘରେ...

ରାଶିଫଳ: ରବିବାର, ଜୁନ୍‌ ୩୦ ତାରିଖ – Daily Horoscope

ମେଷ ଉଚ୍ଚରାଶିରେ ଚନ୍ଦ୍ର ଥିବାରୁ ଖୁସି ମନରେ କାମ କରିବେ ଏବଂ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ଲାଘବ କରିବାରେ...

ରାଶିଫଳ: ବୁଧବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ପୂର୍ବପରି ରହିବା କାରଣରୁ କେତେକାଂଶରେ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ, କିନ୍ତୁ ସମସ୍ୟା ଲାଗିରହିବ। ଆଲୋଚନା...

ରାଶିଫଳ: ବୁଧବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ ଏମିତି କେତେକ କାମ ରହିଛି ଯାହାକି ମନ ଚାହୁଁଥିଲେ ମଧ୍ୟ ଆପଣ ସମ୍ପନ୍ନ କରିବାକୁ ଅସମର୍ଥ ହୋଇପଡ଼ିବେ। ପାରିବାରିକ ସ୍ଥିତି ସାଙ୍ଗକୁ କର୍ମକ୍ଷେତ୍ରର ସମସ୍ୟା...

ରାଶିଫଳ: ଗୁରୁବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପୁନର୍ବସୁ ନକ୍ଷତ୍ରରେ ରହିଥିବାରୁ ପ୍ରତ୍ୟେକ କାର୍ଯ୍ୟ ସୁବିଧାରେ ସମ୍ପନ୍ନ ହୋଇଯିବ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସୁସ୍ଥତା...

ରାଶିଫଳ: ସୋମବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରି ପାରନ୍ତି। କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ସହ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହୋଇପାରେ। ସ୍ଥଗିତ କାମକୁ ଅତି ନିକଟରେ...

Advertisement
Archives

Model This Week