Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ରର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିବା ସାଙ୍ଗକୁ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରସର ହୋଇପାରନ୍ତି। ଅବୁଝା ବନ୍ଧୁଙ୍କୁ ମନ ବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ପାରିପାର୍ଶ୍ୱିକ ପରିସ୍ଥିତି ଭଲ ଦିଗକୁ ଗତିକରୁଥିବାରୁ ମାନସିକ ବ୍ୟସ୍ତତା ଦୂରେଇଯିବ। ରୋହିଣୀ ନକ୍ଷତ୍ର ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିବେ। ପ୍ରଶାସନିକ ସ୍ତରରେ, ସଭାସମିତି, ରାଜନୀତି, ଆଲୋଚନାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ଭୁଲ୍‌ ବୁଝାମଣାବଶତଃ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିପାରେ।
ମିଥୁନ
ମିଥୁନ
ଆକସ୍ମିକ ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ। ପୁନର୍ବସୁ ନକ୍ଷତ୍ର ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ। ସହକର୍ମୀମାନେ କୌଶଳରେ କାର୍ଯ୍ୟ ହାସଲ କରିବାକୁ ପଛାଇବେ ନାହିଁ। ଜମିଜମା, ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ତଥା ବିବାଦୀୟ ଘଟଣା ସମସ୍ୟାବହୁଳ ହୋଇପାରେ।
କର୍କଟ
କର୍କଟ
ଭାବପ୍ରବଣତା ଓ ନିଷ୍କପଟ ଭାବନା ସମ୍ବଳିତ କର୍ମ ପରିପ୍ରେକ୍ଷୀରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ। ଅଶ୍ଳେଷା ନକ୍ଷତ୍ର ବ୍ୟକ୍ତିଗତ ଅସୁବିଧାକୁ ବନ୍ଧୁ ଗୁରତର ଭାବରେ ଗ୍ରହଣ କରି ଦୂରେଇ ରହିପାରନ୍ତି। ଚୁକ୍ତିପତ୍ର ସମ୍ପାଦନାରେ ସଫଳ ହେବେ। ଯାତ୍ରା, ବାଣିଜ୍ୟ, ଶିକ୍ଷା, ସନ୍ତାନ ଓ ଅର୍ଥ ସମ୍ପର୍କ ମାନସିକ ଶାନ୍ତିର ପାଥେୟ ହୋଇପାରେ।
ସି˚ହ
ସି˚ହ
ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ବଳରେ କାର୍ଯ୍ୟ ସାଧନ କରିନେବେ। ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ଉତ୍ତରାଫାଲଗୁନୀ ନକ୍ଷତ୍ର ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢିଯିବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ ଆଜି ଦିନଟି ବିତିଯିବ।
କନ୍ୟା
ପରିବାରର ଆର୍ଥିକ ସମସ୍ୟା ବୃଦ୍ଧିରୁ କୌଣସି କାମରେ ଉତ୍ସାହିତ ହୋଇପାରିବେ ନାହିଁ। ପରିସ୍ଥିତିବଶତଃ ସାମାଜିକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଚିତ୍ରା ନକ୍ଷତ୍ର ପରକଥାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କରି ଅନତାପ କରିବେ। ଅନ୍ୟମନସ୍କତାରୁ ଦରକାରୀ କାଗଜପତ୍ର ହଜିଯିବାର ସୂଚନା ରହିଛି।
ତୁଳା
ତୁଳା
ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ବନ୍ଧୁଙ୍କ ସମ୍ମୁଖରେ ମନ କଥା କହିବାକୁ ପଛେଇ ଯିବେ। ବ୍ୟକ୍ତିଗତ ସ୍ବାର୍ଥକୁ କେନ୍ଦ୍ରକରି ପାରିବାରିକ ଅଶାନ୍ତି ଉପୁଜିବ। ସ୍ବାତୀ ନକ୍ଷତ୍ର ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟାର ସରଳ ସମାଧାନ କରିପାରିବେ। ଶାରୀରିକ ସୁସ୍ଥତାରେ ଉନ୍ନତି ହେବା କାରଣରୁ ମାନସିକ ଆଶ୍ୱସ୍ତି ଅନୁଭବ କରିବେ।
ବିଛା
ବିଛା
କର୍ମକ୍ଷେତ୍ରରେ ଅଭିଳାଷ ପୂରଣ ହେବାରୁ ଆନନ୍ଦ ଅନୁଭବ କରିବେ। ଜ୍ୟେଷ୍ଠା ନକ୍ଷତ୍ର ବିବାଦୀୟ ପରିସରରୁ ଦୂରେଇ ରହିବା ଭଲ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରିପାରନ୍ତି। ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିବ।
ଧନୁ
ଧନୁ
ପାରସ୍ପରିକ ମତଭେଦ କାରଣରୁ ପାରିବାରିକ ପରିସ୍ଥିତି ସରଗରମ ରହିପାରେ। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାକୁ ସମସ୍ୟା ବହୁଳ କରିପାରନ୍ତି। କଠୋର କଥା କହିବା କାରଣରୁ ପରିବାରରେ କଳହ ଦେଖାଦେଇପାରେ। ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ଜାରି ରହିପାରେ।
ମକର
ମକର
ଯାହା ଭାବୁଥିଲେ ତାହା କେତେକାଂଶରେ ପୂର୍ଣ୍ଣତା ଲାଭ କରିପାରେ। ଆଜିର ଯାତ୍ରା ଫଳପ୍ରଦ ହେବ ଏବଂ ବନ୍ଧୁମିଳନଜନିତ ସାମୟିକ ଆନନ୍ଦ ଅନୁଭବ କରିବେ। ଧନିଷ୍ଠା ନକ୍ଷତ୍ର ସକାଶେ ଅନ୍ୟମାନଙ୍କର ତାଗିଦ ଓ ବୃଥା ସନ୍ଦେହଜନକ ବାକ୍ୟାଳାପ ମନକୁ ଭାରାକ୍ରାନ୍ତ କରିପାରେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କରି ଅନୁତାପ କରିପାରନ୍ତି।
କୁମ୍ଭ
କୁମ୍ଭ
ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ ହେବାରେ ବହୁତ ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘଦିନରୁ ଲାଗିରହିଥିବା ରୋଗ ଓ ଋଣ ଦୁଶ୍ଚିନ୍ତାର କାରଣ ହେବ। ଉତ୍ତରଭାଦ୍ରପଦ ନକ୍ଷତ୍ର କର୍ମକ୍ଷେତ୍ରରେ ସହକର୍ମୀଙ୍କ ବ୍ୟବହାରରେ ଅପମାନିତ ବୋଧ କରିପାରନ୍ତି ।
ମୀନମୀନ
ରେବତୀ ନକ୍ଷତ୍ର ଭୁଲ୍‌ ବୁଝାମଣାରୁ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ଥ ହୋଇପାରନ୍ତି। ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହେବାର ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟରେ ସଫଳତା ହାସଲ କରିବେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ନ ମିଶିବା କାରଣରୁ ମନର ସରସତା ମଉଳି ଯାଇପାରେ।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନକୁ ପ୍ରଭାବିତ କରୁଥିବାରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟମ୍ଭାବୀ। ଚନ୍ଦ୍ରଙ୍କ ପ୍ରତି ରାହୁଙ୍କ ଦୃଷ୍ଟି କାରଣରୁ ଅନ୍ୟମନସ୍କତା କିମ୍ବା ଭୁଲ୍‌ ବୁଝାମଣାଜନିତ…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଉଚ୍ଚସ୍ଥ ଚନ୍ଦ୍ର ଯୋଗୁ ପରିବାର, କର୍ମକ୍ଷେତ୍ର, ବାଣିଜ୍ୟ, ବ୍ୟବସାୟ ଯାତ୍ରା ଓ ନୂତନ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। କୌଣସି ବିଜାତୀୟ ବ୍ୟକ୍ତିଙ୍କ ସହ ଭୁଲ୍‍…

ରାଶିଫଳ: ସୋମବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ଆଜି ମୁଖଭାବରେ ଶୁକ୍ର ଓ ଚନ୍ଦ୍ର ପରିବାର ସକାଶେ ସୁଖ, ସୌଭାଗ୍ୟକାରକ ହେବେ। ଶାନ୍ତି ଓ ସହାବସ୍ଥାନ ଜୀବନଯାତ୍ରା ପାଇଁ ପ୍ରୀତିପ୍ରଦାୟକ ରହିବ। ସଭାସମିତି, ବନ୍ଧୁଗହଣରେ…

ରାଶିଫଳ: ରବିବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର କାରଣରୁ ବନ୍ଧୁମିଳନ, ଆନୁଷ୍ଠାନିକ କର୍ମ ଓ ସଭାସମିତି କ୍ଷେତ୍ରରୁ ପ୍ରଶଂସା ମିଳିବ। ଉଚ୍ଚସ୍ତରରେ ସମ୍ପର୍କ ସ୍ଥାପନ ହେବା ସାଙ୍ଗକୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୁଭେଚ୍ଛା…

ରାଶିଫଳ: ଶନିବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ରର ଯାତ୍ରା ସୁଗମ, ବନ୍ଧୁପ୍ରୀତି, ଭ୍ରାତୃସ୍ନେହ ଲାଭପୂର୍ବକ କାର୍ଯ୍ୟ ହାସଲରୁ ଖୁସି ରହିବେ। ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ ଚେଷ୍ଟା କରୁଥିବା କାମ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ରବି ଉଚ୍ଚସ୍ଥ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନର ସହ କାର୍ଯ୍ୟ ସମ୍ପନ୍ନ କରିପାରିବେ। ଧନାଧିପ ଶୁକ୍ର ରାଶିରେ ଅବସ୍ଥାନ କରିଥିବାରୁ ଅର୍ଥପ୍ରାପ୍ତିକୁ କେନ୍ଦ୍ର କରି…

ରାଶିଫଳ: ଗୁରୁବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ କୃଷ୍ଣପକ୍ଷର ଦ୍ୱାଦଶଚନ୍ଦ୍ର କଲ୍ୟାଣକାରକ ଯୋଗୁ ସର୍ବସିଦ୍ଧି ପ୍ରଦାନ କରିବେ। ମାନସିକ ଶାନ୍ତି, ଅର୍ଥପ୍ରାପ୍ତି, ବନ୍ଧୁସମ୍ପର୍କ, ସଭାସମିତି ଓ ଫଳପ୍ରଦ ଆଲୋଚନା ପାଇଁ ବହୁତ ଭଲ। ଉଚ୍ଚବର୍ଗର…

ରାଶିଫଳ: ବୁଧବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ସାମାଜିକ ସ୍ତରରେ ସମ୍ମାନ ସଙ୍ଗକୁ ବନ୍ଧୁମିଳନ, ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ପାଇପାରନ୍ତି। ରାଜନୈତିକ, ଆନୁଷ୍ଠାନିକ ତଥା ସାଂଗଠନିକ ସ୍ଥିତି ମଜଭୁତ୍‌ ରହିବ। ଶୁକ୍ରଙ୍କ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri