Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ
କୃତ୍ତିକା ନକ୍ଷତ୍ରର ବିଭିନ୍ନ ପ୍ରକାରର ସମସ୍ୟା ସଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରି ପାରନ୍ତି। କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତି ଯୁକ୍ତ କଥା କହି ପ୍ରଶଂସିତ ହେବେ।
ବୃଷ
ବୃଷ

ମୃଗଶିରା ନକ୍ଷତ୍ରର ଶାରୀରିକ ଅସୁସ୍ଥତା ସଙ୍ଗକୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ। ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି। ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି।

ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ନିଜ ନିଜ ଜିଦ୍ରେ ଅଟଳ, ଅଚଳ ରହିବା କାରଣରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଅର୍ଥ ସମ୍ବନ୍ଧୀୟ କଥା, ଚୁକ୍ତିପତ୍ର, ଜମିଜମା କାରବାର, ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟିହେବ। ଭ୍ରମଣ ସୁଯୋଗ ପାଇବେ, କିନ୍ତୁ ଫେରିବାରେ ଆନନ୍ଦ ରହିବ ନାହିଁ।
କର୍କଟ
କର୍କଟ
ପୁଷ୍ୟା ନକ୍ଷତ୍ର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତାର ଭୂୟସୀ ପ୍ରଶଂସା କରିବେ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରକାଶନ, ପ୍ରଶାସନ, ସାମ୍ବାଦିକତା ଓ ନିର୍ମାଣ କ୍ଷେତ୍ରରେ ସମ୍ମାନ ପାଇ ଖୁସି ହେବେ।
ସି˚ହ
ସି˚ହ
ପୂର୍ବାଫାଲଗୁନୀର ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି ପାଣିଫୋଟକା ପରି ଅଳ୍ପ ସମୟ ଭିତରେ ମିଳାଇଯିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ।
କନ୍ୟା
ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ। ଗଠନ ମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ, ତଥାପି ଆପଣଙ୍କ କାର୍ଯ୍ୟଦକ୍ଷତା ଓ କଥନଶୈଳୀରୁ ପ୍ରଶଂସିତ ହେବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ପାଇଁ ଆତ୍ମୀୟମାନଙ୍କ ସହଯୋଗରୁ ସମାଧାନର ସରଳସୂତ୍ର ବାହାର କରିବାରେ ସମର୍ଥ ହେବେ। ଦୀର୍ଘଦିନର ଅଭିଳାଷ ପୂରଣ ହେବ ଓ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଜମିଜମା ସମସ୍ୟା, ସମାଧାନ ଦିଗକୁ ମୁହାଁଇପାରେ।
ବିଛା
ବିଛା
ଅନୁରାଧାର ମାନସିକ ଅସ୍ଥିରତା କାରଣରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍ ଓଲଟା ହୋଇଯିବ। ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଗୃହ କଳି ସମାଧାନ ହୋଇଯିବ।
ଧନୁ
ଧନୁ
ପୂର୍ବାଷାଢା ନକ୍ଷତ୍ର ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ସନ୍ତାନ ମାନଙ୍କ ସକାଶେ ଆଗାମୀ ବୈବାହିକ କର୍ମ ସମ୍ପାଦନ ପାଇଁ ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା ହୋଇପାରେ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି।
ମକର
ମକର

ଶ୍ରବଣା ନକ୍ଷତ୍ର ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସାମ୍ନା କରିପାରନ୍ତି। ପରିବାରରେ ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ହେତୁ ମନାନ୍ତର ସୃଷ୍ଟି ହୋଇପାରେ। ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ।

କୁମ୍ଭ
କୁମ୍ଭ
ଧନିଷ୍ଠା ନକ୍ଷତ୍ର ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ। ଅଭିମାନ କରି ରହିଥିବା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ସମ୍ପର୍କୀୟ ଶୁଭ ସୂଚନା ପାଇବେ।
ମୀନମୀନ

ଉତ୍ତରଭାଦ୍ରବ ନକ୍ଷତ୍ରର ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସଙ୍ଗକୁ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri