Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ
କୃତ୍ତିକା ନକ୍ଷତ୍ରର ବିଭିନ୍ନ ପ୍ରକାରର ସମସ୍ୟା ସଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରି ପାରନ୍ତି। କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତି ଯୁକ୍ତ କଥା କହି ପ୍ରଶଂସିତ ହେବେ।
ବୃଷ
ବୃଷ

ମୃଗଶିରା ନକ୍ଷତ୍ରର ଶାରୀରିକ ଅସୁସ୍ଥତା ସଙ୍ଗକୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ। ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି। ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି।

ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ନିଜ ନିଜ ଜିଦ୍ରେ ଅଟଳ, ଅଚଳ ରହିବା କାରଣରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଅର୍ଥ ସମ୍ବନ୍ଧୀୟ କଥା, ଚୁକ୍ତିପତ୍ର, ଜମିଜମା କାରବାର, ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟିହେବ। ଭ୍ରମଣ ସୁଯୋଗ ପାଇବେ, କିନ୍ତୁ ଫେରିବାରେ ଆନନ୍ଦ ରହିବ ନାହିଁ।
କର୍କଟ
କର୍କଟ
ପୁଷ୍ୟା ନକ୍ଷତ୍ର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତାର ଭୂୟସୀ ପ୍ରଶଂସା କରିବେ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରକାଶନ, ପ୍ରଶାସନ, ସାମ୍ବାଦିକତା ଓ ନିର୍ମାଣ କ୍ଷେତ୍ରରେ ସମ୍ମାନ ପାଇ ଖୁସି ହେବେ।
ସି˚ହ
ସି˚ହ
ପୂର୍ବାଫାଲଗୁନୀର ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ସବୁ କିଛି ପାଣିଫୋଟକା ପରି ଅଳ୍ପ ସମୟ ଭିତରେ ମିଳାଇଯିବ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ।
କନ୍ୟା
ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିବେ। ଗଠନ ମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ, ତଥାପି ଆପଣଙ୍କ କାର୍ଯ୍ୟଦକ୍ଷତା ଓ କଥନଶୈଳୀରୁ ପ୍ରଶଂସିତ ହେବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ପାଇଁ ଆତ୍ମୀୟମାନଙ୍କ ସହଯୋଗରୁ ସମାଧାନର ସରଳସୂତ୍ର ବାହାର କରିବାରେ ସମର୍ଥ ହେବେ। ଦୀର୍ଘଦିନର ଅଭିଳାଷ ପୂରଣ ହେବ ଓ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଜମିଜମା ସମସ୍ୟା, ସମାଧାନ ଦିଗକୁ ମୁହାଁଇପାରେ।
ବିଛା
ବିଛା
ଅନୁରାଧାର ମାନସିକ ଅସ୍ଥିରତା କାରଣରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍ ଓଲଟା ହୋଇଯିବ। ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଗୃହ କଳି ସମାଧାନ ହୋଇଯିବ।
ଧନୁ
ଧନୁ
ପୂର୍ବାଷାଢା ନକ୍ଷତ୍ର ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ସନ୍ତାନ ମାନଙ୍କ ସକାଶେ ଆଗାମୀ ବୈବାହିକ କର୍ମ ସମ୍ପାଦନ ପାଇଁ ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା ହୋଇପାରେ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି।
ମକର
ମକର

ଶ୍ରବଣା ନକ୍ଷତ୍ର ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସାମ୍ନା କରିପାରନ୍ତି। ପରିବାରରେ ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ହେତୁ ମନାନ୍ତର ସୃଷ୍ଟି ହୋଇପାରେ। ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ।

କୁମ୍ଭ
କୁମ୍ଭ
ଧନିଷ୍ଠା ନକ୍ଷତ୍ର ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ। ଅଭିମାନ କରି ରହିଥିବା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ସମ୍ପର୍କୀୟ ଶୁଭ ସୂଚନା ପାଇବେ।
ମୀନମୀନ

ଉତ୍ତରଭାଦ୍ରବ ନକ୍ଷତ୍ରର ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସଙ୍ଗକୁ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri