

ମୃଗଶିରା ନକ୍ଷତ୍ରର ଶାରୀରିକ ଅସୁସ୍ଥତା ସଙ୍ଗକୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ। ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି। ଭୁଲ୍ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି।








ଶ୍ରବଣା ନକ୍ଷତ୍ର ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସାମ୍ନା କରିପାରନ୍ତି। ପରିବାରରେ ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ହେତୁ ମନାନ୍ତର ସୃଷ୍ଟି ହୋଇପାରେ। ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ।


ଉତ୍ତରଭାଦ୍ରବ ନକ୍ଷତ୍ରର ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସଙ୍ଗକୁ ପ୍ରଶଂସିତ ହୋଇପାରନ୍ତି। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ଢଳିପାରେ।

