Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ
ଦୃଢ଼ ମାନସିକତା କାରଣରୁ ମାନସିକ ସନ୍ତୁଳନ ରକ୍ଷାରେ ଅସମର୍ଥ ହେବେ। ପ୍ରତ୍ୟେକ କାମ ବିଳମ୍ବରେ ହିଁ ହେବ କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବୃଷ
ବୃଷ
ବିଭିନ୍ନ ପ୍ରକାରର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଏବଂ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁମାନଙ୍କ ପ୍ରତି ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତ, ନତୁବା ହଜିଯିବାର ସମ୍ଭାବନା ରହିଛି ।
ମିଥୁନ
ମିଥୁନ
ସୁବିଧା ସୁଯୋଗ ରହିଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କର କଥାକୁ ଓଲଟା ବୁଝତ୍ ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନବଳାଇ କର୍ମମୁଖର ହେବେ। କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ବାକି ପଡ଼ିଥିବା କାମ ସମ୍ପୂର୍ଣ୍ଣ ସକାଶେ କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିବେ। ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ସଭାସମିତିରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ମାଲିମକଦ୍ଦମା, ରଚନାତ୍ମକ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ ହେବେ।
କନ୍ୟା
ସହକର୍ମୀଙ୍କ ଅନୁରୋଧରେ କୌଣସି କାମ ସକାଶେ ମନ ବଳାଇବେ। ଯାତ୍ରା କାଳରେ ଖଳ ଲୋକଙ୍କ କଥାରେ ପଡି ଭୁଲ୍‌ ମାର୍ଗ ଅନୁସରଣ କରିପାରନ୍ତି। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବେ। ମାଲିମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ଅଯଥାରେ ବିରକ୍ତ ହେବାରୁ ବିବାଦ ବଢ଼ିପାରେ। ପୂର୍ବର ମତାନ୍ତରଜନିତ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତ, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଦୀର୍ଘଦିନର ଅଭିଳାଷ ପୂରଣ ହେବାରୁ ମନ ପ୍ରଫୁଲ୍ଲ ରହିବ। ଆଲୋଚନାକାଳରେ ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଯାତ୍ରା ସମୟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବାରୁ ଅନ୍ୟ ଉପରେ ରାଗିପାରନ୍ତି। ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହେବେ। ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସମ୍ମୁଖରେ ପ୍ରିୟ କଥା କହି ଭୁଲ୍‌ ବୁଝାମଣାକୁ ସୁଧାରି ନେବେ। ପଡ଼ୋଶୀ କିମ୍ବା ଈର୍ଷାପରାୟଣ ବ୍ୟକ୍ତି ପରୋକ୍ଷ ଶତ୍ରୁତା କରିପାରନ୍ତି । ଆଜି ଯାନବାହନରେ ସତର୍କତା ରକ୍ଷା କରନ୍ତୁ। ଆଲୋଚନା ମାଧ୍ୟମରେ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।
ମକର
ମକର
ମାନସିକ ଅଶାନ୍ତି ବୃଦ୍ଧି ପାଇବାରୁ ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ ନ କଲେ କଳହର ସମ୍ମୁଖୀନ ହୋଇପାରନ୍ତି। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଦୀର୍ଘଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ବନ୍ଧୁଙ୍କ ମାଧ୍ୟମରେ ତାହା ଅତି ସୁବିଧାରେ ପାଇଯିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବନ୍ଧୁମାନଙ୍କ ସହ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବି ଚିନ୍ତି କାମ କରିବା ଭଲ ହେବ।
ମୀନମୀନ

ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହେବ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

 

Get accurate and insightful horoscopes every day — only with 👉 Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମେ ୧ ତାରିଖ – Daily Horoscope

ମେଷ ଆପଣ ଯେମିତି ଉଚ୍ଚମନା, ଆପଣଙ୍କ କାମଗୁଡିକ ମଧ୍ୟ ସରସ, ସୁନ୍ଦର ରହିବ। ଶୁକ୍ରଙ୍କ ସ୍ଥିତି ଜନିତ ଅଭାବ ରହିବନି ଏବଂ ପାରିବାରିକ ସ୍ଥିତି ମଧ୍ୟ ମନ୍ଦ…

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ।…

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପାରିବାରିକ ଜୀବନକୁ ଶାନ୍ତିପ୍ରଦ ରଖିବା ସହ ଯାତ୍ରାକୁ ସଫଳ କରିବ। କର୍ମକ୍ଷେତ୍ରରେ ସହକର୍ମୀ ଯଥାସାଧ୍ୟ ସାହାଯ୍ୟ କରି ଶ୍ରମ ଲାଘବ କରିବେ। ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଶନି ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ଅସୁସ୍ଥତା ସୃଷ୍ଟିକଲେ ମଧ୍ୟ ଚନ୍ଦ୍ରଙ୍କ ପ୍ରଭାବରେ ବ୍ୟବହାରିକ କୁଶଳତା ଜାରିରହିବ। ସହକର୍ମୀ, ଅଧସ୍ତନ କର୍ମଚାରୀ ଏବଂ ବନ୍ଧୁବର୍ଗଙ୍କ ସହ…

ରାଶିଫଳ: ସୋମବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ସାମାଜିକ କ୍ଷେତ୍ରରେ କେତେକ ଦିଗରୁ ମାନସିକ ଚାପର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ସହୃଦୟ ବ୍ୟକ୍ତିଠାରୁ ସହାୟତା ପାଇବେ। ଗତକାଲିର ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ରାଶିରେ ରବି ଉଚ୍ଚସ୍ଥ ହେତୁ ପ୍ରତ୍ୟେକ ସ୍ତରରେ ସମ୍ମାନଜନକ ସ୍ଥିତିରେ ରହିବେ। ସ୍ବାସ୍ଥ୍ୟ ଯେମିତି ଭଲ ରହିବ ମନ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ…

ରାଶିଫଳ: ଶନିବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିବା ଯୋଗୁ କର୍ମକ୍ଷେତ୍ରରେ କୌଣସି କାମ ସହଜରେ ସମ୍ପନ୍ନ ହେବନାହିଁ। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ।…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରସ୍ଥ ରବି ଆପଣଙ୍କ ସୁସ୍ଥ ଚିନ୍ତାଧାରା ଓ କାର୍ଯ୍ୟକଳାପକୁ ପ୍ରଭାବିତ କରି ବ୍ୟଥିତ କରାଇପାରନ୍ତି। ଆକସ୍ମିକ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାହିତ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri