Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ
ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ନିକଟ ସମ୍ପର୍କୀୟମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ।
ବୃଷ
ବୃଷ

କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମାନସିକ ଅଶାନ୍ତି ଦେଖାଦେବାର ସମ୍ଭାବନା ରହିଛି। ଅର୍ଥ କିମ୍ବା ଆବଶ୍ୟକତା ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ସାଧାରଣ ପରିସ୍ଥିତିରେ ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।

ମିଥୁନ
ମିଥୁନ
ଆଜି ସ୍ବାସ୍ଥ୍ୟରେ ଉନ୍ନତି, ଜମିଜମା ବିବାଦର ସମାଧାନ, ବାଣିଜ୍ୟ ବ୍ୟବସାୟ, ପରିବହନରେ ଉନ୍ନତି କରିବେ। ସଭାସମିତି,ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଅନୁକୂଳ ଫଳ ପାଇବେ। ପ୍ରେସ୍‌ ପବ୍ଲିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବେ।
କର୍କଟ
କର୍କଟ
କର୍ମାରମ୍ଭର ପ୍ରାଥମିକ ସ୍ତରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେବ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ,ବନ୍ଧୁଙ୍କ ନିମନ୍ତ୍ରଣ,ଦୂରଯାତ୍ରା ଓ ବନ୍ଧୁମିଳନ ଜନିତ ମନ ଏକପ୍ରକାର ଖୁସୀ ରହିବ। ପୁନର୍ବସୁ କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ।
ସି˚ହ
ସି˚ହ
ପୂର୍ବାପେକ୍ଷା ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ। ସଦାବେଳେ ହାତ ଖାଲି ରହିବାରୁ ମନରେ ସରସତା ରହିବ ନାହିଁ। ଅବଶ୍ୟ, ଆଜି ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ।
କନ୍ୟା
ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇ ପାରେ। ଚିତ୍ରା ନକ୍ଷତ୍ରର ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ। ଅପରାହ୍ନରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ତୁଳା
ତୁଳା
ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିବା ସହ ପରିବହନରେ ଝଗଡା ଲାଗିପାରେ।
ବିଛା
ବିଛା
ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି। ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ। ପ୍ରିୟଜନମାନଙ୍କ ସାହାଯ୍ୟରୁ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ବ୍ୟବସାୟକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଦିନ ମଧ୍ୟରେ ଅର୍ଥଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟସିଦ୍ଧି ହେତୁ ମନ ମଧ୍ୟ ପ୍ରଫୁଲ୍ଲ ରହିବ। ଯେ କୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଶାରୀରିକ ସୁସ୍ଥତା ଫେରିପାଇବେ କିନ୍ତୁ ବହୁତ ହଇରାଣ, ହରକତ ହେବାକୁ ପଡିପାରେ। ପ୍ରକାଶନ, ପ୍ରଶାସନ, ଯୋଗାଯୋଗ କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର

ପୂର୍ବାହ୍ନରେ କୌଣସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା କରିବାକୁ ପଡିପାରେ। ନିଜସ୍ବ ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେବାର ସୂଚନା ରହିଛି। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।

କୁମ୍ଭ
କୁମ୍ଭ
ନୂତନ ଗୃହ, ଯାନ ବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଆର୍ଥିକ ସମସ୍ୟା, ମାମଲା, ଜମିଜମା ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିବ। ଦୂରଯାତ୍ରା ଆରମ୍ଭ ପୂର୍ବରୁ ହଠାତ୍‌ ସ୍ଥଗିତ ହୋଇଯାଇପାରେ।
ମୀନମୀନ

ଆଜି ଯେଉଁ କାମରେ ହାତଦେବେ, ସେଥିରେ ନିଶ୍ଚିତ ସଫଳତା ହାସଲ କରିବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ। ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?