Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୧ ତାରିଖ – Daily Horoscope

ମେଷ
ଆଜି ପାପଗ୍ରହଯୁକ୍ତ ବୁଧ ଧନାଧିପଙ୍କ ଗୃହରେ ଥିବାରୁ ବନ୍ଧୁଙ୍କ ସହ ଅର୍ଥକୁ କେନ୍ଦ୍ର କରି ବିତର୍କ ହୋଇପାରେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ନିଜ ନିଜର ସ୍ବାର୍ଥହାନି ଆଶଙ୍କାରେ ଆମତ୍ୀୟମାନେ ଦୂରେଇ ଯାଇପାରନ୍ତି। ଆଇନ ଅଦାଲତ ସମ୍ପର୍କରେ ଟେନସନ୍‌ କମିଯିବା ସକାଶେ ଚେଷ୍ଟା କରିବେ।
ବୃଷ
ବୃଷ
ରାଶିର ପ୍ରଥମଭାଗରେ ବିଶେଷଗ୍ରହ ହେତୁ ଦିନର ଦ୍ୱିତୀୟାର୍ଦ୍ଧରେ କେତେକ ସମସ୍ୟା ଆସିପାରେ। ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାଯ୍ୟ କରିବେ। ଯାନ୍ତ୍ରିକ ଜିନିଷ, ଯାନବାହନ, ବସ୍ତ୍ରାଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସନ୍ତାନ ଅସନ୍ତୋଷଜନକ କାର୍ଯ୍ୟ ହେତୁକ ଦୁଶ୍ଚିନ୍ତା ଆସିପାରେ।
ମିଥୁନ
ମିଥୁନ
ସ୍ବଗୃହାଭିମୁଖୀ କର୍ମାଧିପ ହେତୁ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ। ତଥାପି ପାପଗ୍ରହ ମଧ୍ୟସ୍ଥ ଗୁରୁ ହେତୁ ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି। ସାଧାରଣ କଥାରେ ସମ୍ପର୍କୀୟଙ୍କ ସହ କଳହ ସମ୍ଭାବନା ରହିଛି। ହୋଟେଲ, ରେସ୍ତୋରଁା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଅଷ୍ଟମସ୍ଥ ଷଷ୍ଠାଧିପ କାରଣରୁ କୌଣସି ଈର୍ଷାଳୁ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି। ନିଜର କେହି ଜଣେ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ଧାର କରଜ, ଭଡ଼ା ସୂତ୍ରରୁ କିମ୍ବା ବନ୍ଧୁଙ୍କ ସାହାଯ୍ୟରେ ବକେୟା ଟଙ୍କା ପାଇଯିବେ। ଜମିଜମା, କଳକାରଖାନା, ପ୍ଲଟିଂ ବ୍ୟବସାୟ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଚନ୍ଦ୍ର ଯୁକ୍ତ ଶୁକ୍ରଙ୍କ ଯୋଗୁ ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିବେ। ଗବେଷଣା, ଅନୁସନ୍ଧାନ, ଅଧ୍ୟାପନା, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ। ଅଫିସ୍‌ରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହୋଇପାରନ୍ତି। ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବେ।
କନ୍ୟା
ରାଶିଠାରୁ ଦୁଃସ୍ଥାନସ୍ଥ ଗୁରୁ ହେତୁ ଆଜି ଘରଠୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ପାରିବାରିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଭ୍ରମଣ କିମ୍ବା ଅନିଦ୍ରା ହେତୁକ ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି। ଆଜି ଈପ୍ସିତ ଅର୍ଥ ପାଇବେ। ବହୁ ଶ୍ରମକଷ୍ଟ ସହି କାମଟି ହାସଲ କରିବେ।
ତୁଳା
ତୁଳା
ସପ୍ତମାଧିପତି କର୍ମସ୍ଥ ଯୋଗୁ ଯେକୌଣସି ପ୍ରତିରୋଧକୁ ଏଡି କାମ ହାସଲ କରିବେ। ପାରିବାରିକ ସ୍ଥିତି ଭଲ ରହି ନ ପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ। ପରିସ୍ଥିତି ଠିକ୍‌ ନ ଥିବା କାରଣରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମତାନ୍ତର ଦେଖା ଦେଇପାରେ।
ବିଛା
ବିଛା
ମଙ୍ଗଳଙ୍କ ଦୁର୍ବଳତା ସଙ୍ଗକୁ ରାଶିରେ କେତୁ ପ୍ରଭାବରୁ ସବୁ କାମ ଅସମ୍ପୂର୍ଣ୍ଣ ରହିଯିବ। ପାରିବାରିକ ସମସ୍ୟା ସମାଧାନରେ ବନ୍ଧୁମାନେ ସହଯୋଗ କରିବେ। ଦକ୍ଷତା ଏବଂ ଏକାଗ୍ରତା ବୃଦ୍ଧି ହେତୁ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ଓ ଦୃଢ ମନୋବଳ କାମକୁ ସହଜସାଧ୍ୟ କରିବାରେ ସହାୟକ ହୋଇପାରିବ।
ଧନୁ
ଧନୁ
ଗୁରୁଙ୍କ ପ୍ରଭାବରୁ ପାରିବାରିକ ବୁଝାମଣା ଶୃଙ୍ଖଳିତ ରହିବ। ବନ୍ଧୁଙ୍କ ସଦ୍‌ଭାବ କିମ୍ବା ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ଉତ୍ତରାଷାଢା ନକ୍ଷତ୍ର ଶୁଭ ଖବର ପାଇ ଉଲ୍ଲସିତ ହେବେ ଏବଂ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ସଭାସମିତିରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମକର
ମକର
ଚତୁର୍ଥ ଏକାଦଶାଧିପତିଙ୍କ ପରୋକ୍ଷ ପ୍ରଭାବରେ ଆଜିର ପ୍ରତ୍ୟୁଷ ଯାତ୍ରା ଆନନ୍ଦଦାୟକ ରହିବ। ସାଂଗଠନିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜର ଅଭିଳାଷ ପୂରଣ କରିବାକୁ ଯାଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
କୁମ୍ଭ
କୁମ୍ଭ
ବୃହସ୍ପତିଙ୍କ ଯୋଗୁ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବ୍ୟସ୍ତ ହୋଇ ରୁକ୍ଷ ବ୍ୟବହାର ପ୍ରଦର୍ଶନ ଦ୍ୱାରା ବନ୍ଧୁଙ୍କ ମନରେ ଆଘାତ ଆସିପାରେ। ସ୍ବାସ୍ଥ୍ୟରେ ଉନ୍ନତି ଯୋଗୁ ଆଶ୍ୱସ୍ତି ଲାଭ କରିପାରନ୍ତି। ଅର୍ଥ ଯୋଗାଇଦେବା ପାଇଁ ପ୍ରତିଶ୍ରୁତି ଦେଇ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ମନକୁ ହାଲୁକା କରିଦେଇ ପାରନ୍ତି।
ମୀନମୀନ
ପାପଗ୍ରହମାନେ ଚତୁର୍ଥସ୍ଥ ଯୋଗୁ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ଉପସ୍ଥିତ ହେବାରେ ବିଳମ୍ବ ଘଟିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଓଲଟ ପାଲଟ ହୋଇ ଯାଇପାରେ। କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri