Posted inRasifala

ରାଶିଫଳ: ଶନିବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ
ଆଜି ଦଶମ ଚନ୍ଦ୍ର ପ୍ରଭାବରେ ସ୍ବାସ୍ଥ୍ୟ, ଜମିଜମା, ବନ୍ଧୁ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ଦୀର୍ଘ ଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ବରାଦ ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି।
ବୃଷ
ବୃଷ
ରବି ଓ ବୁଧ ସଂଯୋଗରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ଯାନବାହନ, ଦୋକାନବାଡି, ସଭା ସମିତିରୁ ଉପକୃତ ହେବେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ପ୍ରିୟଜନଙ୍କ ମାଧ୍ୟମରେ ପାରିବାରିକ ସମସ୍ୟା ସୁଧାରି ନେବା ପାଇଁ ପ୍ରଯତ୍ନ କରିବେ।
ମିଥୁନ
ମିଥୁନ
ରାଶିରେ ମଙ୍ଗଳ ଥିବାରୁ ଭଲ ସମ୍ପର୍କ ଥିବା ନିଜର ଲୋକମାନେ ଶତ୍ରୁତା କରି ପ୍ରତିବନ୍ଧକ ସାଜିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ସଂଗଠନ, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଏଜେନ୍ସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ। ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ।
କର୍କଟ
କର୍କଟ
ସପ୍ତମଚନ୍ଦ୍ର ହେତୁ ପାରିବାରିକ ଜୀବନ ସୁଖରେ କଟିବା ସାଙ୍ଗକୁ ବ୍ୟବସାୟିକ ସ୍ଥିତି ଭଲ ରହିବ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ପରିବାରରେ ବ୍ୟସ୍ତତା ବଢ଼ିପାରେ। ପରିଜନଙ୍କ ପୁରାତନ ରୋଗର ପୀଡ଼ା ବୃଦ୍ଧି ଜନିତ ସାମୟିକ ବ୍ୟସ୍ତ ରହିବେ। ପଡ଼ୋଶୀଙ୍କଠାରୁ ସାହାଯ୍ୟ ପାଇ କାମ ହାସଲ କରିବେ।
ସି˚ହ
ସି˚ହ
ଆଜି କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଆର୍ଥିକ ଅନଟନ କାମକୁ କେତେକାଂଶରେ ଅଟକାଇ ଦେଇପାରେ। ନିଜ ଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ହେତୁ ଚିନ୍ତାରେ ରହିବେ। ଜମିଜମା ସମ୍ପର୍କୀୟ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ଭୁଲ୍‌ ନିଷ୍ପତ୍ତି ନେଇ ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ବନ୍ଧୁଙ୍କ ସହଯୋଗରେ ପାରିବାରିକ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ। ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ପ୍ରଶାସନ, ପରିବହନ, ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ସାଧାରଣ କଥାକୁ କେନ୍ଦ୍ରକରି ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ। କୌଣସି ଏକ କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବ। ସଭାସମିତି, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ରାଜନୀତି, ଶିଳ୍ପ, ବାଣିଜ୍ୟ, ଯାତ୍ରା, କଚେରି ମାମଲା ବିଷୟରେ ଚିନ୍ତିତ ରହିବାକୁ ପଡିବ।
ବିଛା
ବିଛା
ପରିସ୍ଥିତି ଖରାପ ଦିଗକୁ ଗତି କରୁଥିବା କାରଣରୁ ମନ ଭଲ ରହି ନ ପାରେ। ଦୂରବନ୍ଧୁ, ସଭାସମିତି, ଜମିଜମା, ସମ୍ପର୍କୀୟ ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ଯାହାକୁ ବେଶି ବିଶ୍ୱାସ କରୁଛନ୍ତି ସେହି ବ୍ୟକ୍ତି ଦ୍ୱାରା ପ୍ରତାରିତ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି।
ଧନୁ
ଧନୁ
ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ସମସ୍ୟାର ସରଳ ସମାଧାନ କରିବେ। ପାଖ ପଡ଼ୋଶୀଙ୍କ କଥାକୁ ପ୍ରାଧାନ୍ୟ ଦେଇ ଉପକୃତ ହୋଇପାରନ୍ତି।
ମକର
ମକର
ପରିସ୍ଥିତି ପ୍ରତି ସଜାଗ ରହି କାମ କରିବା ଭଲ ହେବ, ଅନ୍ୟଥା ମାନସିକ ଦୁଶ୍ଚିନ୍ତାରେ ପଡ଼ିବେ। ପ୍ରତିବନ୍ଧକ ଲାଗିରହୁଥିବାରୁ ଭଲ କାମ କଲେ ମଧ୍ୟ ସୁଫଳ ପାଇବା କଷ୍ଟକର ହୋଇପାରେ। ସାଙ୍ଗଠନିକ କାର୍ଯ୍ୟ, ଆଇନ ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ। ଅସାବଧାନତାବଶତଃ ଧନହାନି, କଳହକୁ ଏଡିହେବ ନାହିଁ।
କୁମ୍ଭ
କୁମ୍ଭ
ରବି ଓ ବୁଧ ପ୍ରଭାବରୁ ସାଧାରଣ ଘଟଣାକୁ ନେଇ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁମାନଙ୍କ ସହ କଳହ ଘଟିପାରେ। ଜମିଜମା କାରବାର, ସରକାରୀ ସୂତ୍ରରୁ ଅର୍ଥ, ଧାର୍ମିକ କାର୍ଯ୍ୟ ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ। ଶିଳ୍ପ, ବ୍ୟବସାୟ, ପରିବହନକୁ କେନ୍ଦ୍ରକରି ବାଦବିବାଦରେ ଆପୋଷ ସମାଧାନ ଘଟିବ।
ମୀନମୀନ
ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି, କିନ୍ତୁ କୌଣସି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ,ଯାହାକି ସାମୟିକ ଦୁଶ୍ଚିନ୍ତା ସୃଷ୍ଟି କରିବ। ଲେଖାପଢ଼ା,ଗବେଷଣା କ୍ଷେତ୍ର,ପ୍ରଶାସନ ତଥା ସଭାସମିତିରେ ସଫଳତା ହାସଲ କରିବେ। ପଡ଼ୋଶୀଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ ଆଜି ଜନ୍ମ ଚନ୍ଦ୍ର ସଙ୍ଗକୁ ସ୍ବଗୃହୀ ଶନି ହେତୁ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସରଳୀକୃତ ରହିବ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା...

ରାଶିଫଳ: ସୋମବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମ ଯଥା ସମୟରେ ସମ୍ପନ୍ନ ହେବାରେ କୌଣସି ଅସୁବିଧା ରହିବନାହିଁ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାମ...

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଆଜି ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। ଯଦିଓ ବିଶେଷ କିଛି...

ରାଶିଫଳ: ବୁଧବାର, ଜୁନ୍‍ ୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ତିନୋଟିଗ୍ରହ ମଧ୍ୟରେ ଭାଗ୍ୟସ୍ଥାନକୁ ଅବଲୋକନ କରି ନୂଆ ନୂଆ କାମର ରୂପରେଖ ପ୍ରସ୍ତୁତ କରାଇପାରନ୍ତି। ଦୀର୍ଘଦିନରୁ ଆପଣ ଯାହା ଆଶା କରୁଥିଲେ...

ରାଶିଫଳ: ଶୁକ୍ରବାର, ଏପ୍ରିଲ୍‌ ୧୬ ତାରିଖ – Daily Horoscope

ମେଷ ସବୁପ୍ରକାର ସହଯୋଗ ପାଉଥିବା ଲୋକଟି ସ୍ବାର୍ଥହାନି ହେତୁ କୁତ୍ସାରଟନା କରିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରିବାରରେ ଚାପ କ୍ରମଶଃ ବଢିପାରେ। ପୂର୍ବ ଯୋଜନା...

ରାଶିଫଳ: ଗୁରୁବାର, ଜାନୁଆରି ୩୦ ତାରିଖ – Daily Horoscope

ମେଷ ସକାଳୁ ସକାଳୁ ଶୁଭଖବର, ବନ୍ଧୁଙ୍କ ନିମନ୍ତ୍ରଣ, ନୂତନ ବସ୍ତ୍ରଭୂଷଣ, ବନ୍ଧୁମିଳନ ଜନିତ ଖୁସୀ ଅନୁଭବ କରିବେ । ରବି ଚତୁର୍ଥାଧିପ ଚନ୍ଦ୍ରକ୍ଷେତ୍ରସ୍ଥ ଯୋଗୁ ପ୍ରତ୍ୟେକ...

ରାଶିଫଳ: ଗୁରୁବାର, ନଭେମ୍ବର ୧୧ ତାରିଖ – Daily Horoscope

ମେଷ ବିଭିନ୍ନ ପାରିବାରିକ ସମସ୍ୟା ଓ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ ଦୁର୍ବଳ କରିଦେଇପାରେ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା...

ରାଶିଫଳ: ବୁଧବାର, ଅକ୍ଟୋବର ୦୨ ତାରିଖ – Daily Horoscope

ମେଷ ଦିନଟି ରେ ବହୁତ ଭଲ କାମ ଗୁଡିଏ କରିବେ ଏବଂ ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ୱାରା ମଧ୍ୟ ସମ୍ମାନିତ ହେବେ ।  ଦ୍ୱିଜା ନକ୍ଷତ୍ର ବନ୍ଧୁଙ୍କ...

Advertisement
Archives

Model This Week