Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ
ଆଜି ଏକାଧିକ ପାପଗ୍ରହ ରାଶିରେ ଅବସ୍ଥାନ କରି ମାନସିକ ସ୍ଥିତିକୁ ବିଭ୍ରାନ୍ତ କରିପାରନ୍ତି। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିବା ସୂଚନା ରହିଛି। ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ କୈଫିୟତ ଦେବାକୁ ପଡିପାରେ।
ବୃଷ
ବୃଷ
ବିଭିନ୍ନ ପ୍ରକାର କାମର ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତିଲାଭ କରିବେ। ଅଶ୍ୱିନୀ ନକ୍ଷତ୍ରର ଉଚ୍ଚ ଆଶା ଆଶାରେ ହିଁ ରହିଯିବ।
ମିଥୁନ
ମିଥୁନ
ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ବୃଦ୍ଧି ପାଇବ। ସଂଗଠନ, ରାଜନୀତି କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ପ୍ରତିବନ୍ଧକ ଦୂରେଇଯିବା ସହ ଶିଳ୍ପ, ବାଣିଜ୍ୟ ଓ ଯାତ୍ରା ପାଇଁ ସମସ୍ୟା ରହିବ ନାହିଁ।
କର୍କଟ
କର୍କଟ
ଆତ୍ମୀୟଙ୍କ ସାହାଯ୍ୟରେ ସମସ୍ୟା ସମାଧାନ ହେବା କଷ୍ଟକର ହୋଇପାରେ। ପରିବାରରେ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ବୃଦ୍ଧ ପିତା, ମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ଆଶ୍ୱସ୍ତି ଲାଭ କରିବେ। ଆନୁଷ୍ଠାନିକ କାମରେ କିମ୍ବା ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ସି˚ହ
ସି˚ହ
ଦୀର୍ଘଦିନରୁ ସ୍ଥଗିତ ରହିଯାଇଥିବା ଫାଇଲ୍‌ କାମରେ ଆଜି ବ୍ୟସ୍ତ ରହିପାରନ୍ତି। ଆଗାମୀ ମାଙ୍ଗଳିକ କାମ ସାଙ୍ଗକୁ ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ମନ ଅଶାନ୍ତି ରହିବ। ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ବିବାଦ ଘେରରେ ପଡ଼ିବେ। କ୍ରୀଡ଼ା, ସଙ୍ଗୀତ ଓ କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରୁ ସମବେଦନା କିମ୍ବା ସହାନୁଭୂତି ପାଇବେ ନାହିଁ। ହସ୍ତା ନକ୍ଷତ୍ର ଆତ୍ମୀୟଙ୍କ ସହଯୋଗ ପାଇ ଖୁସି ହେବେ। ବକେୟା ଆଦାୟକୁ କେନ୍ଦ୍ରକରି ପ୍ରିୟବନ୍ଧୁଙ୍କ ସହ ଝଗଡ଼ା ହୋଇପାରେ। ଔଷଧ, ବହିପତ୍ର, ଲୁଗାପଟା ବ୍ୟବସାୟା, ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ତୁଳା
ତୁଳା
ଭୁଲ୍‌ ବୁଝାମଣାଜନିତ ପାରିବାରିକ କ୍ଷେତ୍ର ସରଗରମ ରହିବ। ଏପରିକି ନିକଟସ୍ଥ ବ୍ୟକ୍ତି ବିଶେଷଙ୍କର ମଧ୍ୟ ଆପଣଙ୍କ ପ୍ରତି ଥିବା ମନୋଭାବ ବଦଳିଯିବ। କଚେରି ମାମଲା କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସମ୍ଭାବନା ରହିଛି। ଚିତ୍ରା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ବିଛା
ବିଛା
ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତା କାରଣରୁ ମନୋବଳ କ୍ରମଶଃ ହ୍ରାସ ପାଇବ। ତଥାପି ଆପଣ ମନ ବୁଝିଲା ଭଳି କଥା କହି ପାଖ ପଡ଼ୋଶୀଙ୍କୁ ଆପଣେଇ ନେବେ। ନିଜ ପରିସରରେ ଶୁଣାକଥାକୁ ବିଶ୍ୱାସ କରି ଟେନ୍‌ସନ ବଢ଼ିପାରେ। ଆଶା କରୁଥିବା ଦିଗରୁ ଆର୍ଥିକ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ଆପଣଙ୍କ ପରିସ୍ଥିତି ପ୍ରତି ସହାନୁଭୂତି ଦେଖାଇ ବନ୍ଧୁମାନେ ସାହାଯ୍ୟ ପ୍ରତିଶ୍ରୁତି ଦେବେ। ଯୋଜନାଟିକୁ କାର୍ଯ୍ୟକାରୀ କରିବାର ସୁବିଧା ସୁଯୋଗ ପାଇପାରିବେ। କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେପରି କିଛି ଘଟିବ ନାହିଁ। ନିଜର ଭୁଲ୍‌କୁ ଆଖିବୁଜି ଦେଇ ଅନ୍ୟ ଉପରେ ଦୋଷ ଢାଳିବାର ଅପଚେଷ୍ଟା କଲେ ଅପଦସ୍ଥ ହୋଇପାରନ୍ତି।
ମକର
ମକର
ପାରିବାରିକ କ୍ଷେତ୍ରରେ କୁହୁଳୁଥିବା ଅଶାନ୍ତି ହଠାତ୍‌ ପରିବେଶକୁ ବଦଳାଇ ଦେବ। ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢ଼ିଯାଇପାରେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ତୁଲାଇ ନେବେ। ଶ୍ରବଣା ନକ୍ଷତ୍ର ସବୁକଥା ପଛକୁ ପକାଇ ଅନ୍ୟମାନଙ୍କ ମନଧରି ଚଳିବାକୁ ବାଧ୍ୟ ହେବେ।
କୁମ୍ଭ
କୁମ୍ଭ
ପରିଜନଙ୍କ ସହିତ ଆଜିର ସକାଳୁଆ ଯାତ୍ରା ଆନନ୍ଦ ଦାୟକ ହେବ। କର୍ମକ୍ଷେତ୍ରରେ ମନଭୁଲାଣିଆ କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ। କିଣା, ବିକା କାରବାରରେ ଅପଦସ୍ଥ ହେବାର ସମ୍ଭାବନା ରହିଛି। ରାସ୍ଥାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା କିଛି ହରାଇବାକୁ ପଡ଼ିପାରେ।
ମୀନମୀନ
କର୍ମକ୍ଷେତ୍ରରେ ଦକ୍ଷତାକୁ ନେଇ ଉଚ୍ଚପଦାଧିକାରୀଙ୍କ ନିକଟରେ ପ୍ରଶଂସିତ ହେବେ। ଦାୟିତ୍ୱ ନେଇଥିବା ଲୋକଟି ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି। ଅନ୍ତରଙ୍ଗ ବନ୍ଧୁଙ୍କୁ ଦେଇଥିବା ଅର୍ଥ ଫେରିପାଇବାରେ ଅକ୍ଷମ ହେବେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri