Posted inRasifala

ରାଶିଫଳ: ଶନିବାର , ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ
ରାହୁଯୁକ୍ତ ଚନ୍ଦ୍ର ମାନସିକ ସ୍ଥିତିକୁ କଳୁଷିତ କରିବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମତାନ୍ତର ଘଟିପାରେ। ମଙ୍ଗଳଙ୍କ ପ୍ରଭାବରୁ ଯେକୌଣସି ସମସ୍ୟାକୁ ପ୍ରତିହତ କରିବାର ସାମର୍ଥ୍ୟ ହରାଇବେ ନାହିଁ। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ।
ବୃଷ
ବୃଷ
ବ୍ୟୟଭାବରେ ଶୁକ୍ରଙ୍କ ଅବସ୍ଥିତି କାରଣରୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। କର୍ମକ୍ଷେତ୍ରରେ ପଦାଧିକାରୀଙ୍କ ସହିତ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ସନ୍ତାନଙ୍କ ବିବାହାଦି ମାଙ୍ଗଳିକ କାମ ପ୍ରସ୍ତୁତିରେ ବ୍ୟସ୍ତ ରହିପାରନ୍ତି। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କଲେ ପସ୍ତେଇବାକୁ ପଡ଼ିପାରେ।
ମିଥୁନ
ମିଥୁନ
ପଦସ୍ଥବ୍ୟକ୍ତିଙ୍କ ସହାୟତାରେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଘରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇ ପାରନ୍ତି। ବାରମ୍ବାର ଅସଫଳତା ହେତୁ ବନ୍ଧୁମାନଙ୍କର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ସରକାରୀ ସ୍ତରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ଅତ୍ୟଧିକ ଅନୁରକ୍ତି କାରଣରୁ ନିଜ ଲୋକଙ୍କ ଭୁଲ୍‌କୁ ଅଣଦେଖା କରିବେ। ନିଜ ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ପରିବହନ ଓ କଳା ସାହିତ୍ୟରେ ଥିବା ସମସ୍ୟାକୁ ସମାଧାନ କରିବେ।
ସି˚ହ
ସି˚ହ
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହୋଇପାରନ୍ତି।
କନ୍ୟା
ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ। ପୁରାତନ ରୋଗ ପୀଡ଼ା ଅନୁଭବ ହୋଇପାରେ। ବନ୍ଧୁଙ୍କ ଜରିଆରେ ଅଶୌଚ ଖବର ପାଇ ବିସ୍ମିତ ହେବେ। ସାହିତ୍ୟ, କଳା କ୍ଷେତ୍ରରୁ ପ୍ରଶଂସିତ ହେବେ। ଆଲୋଚନା ପରିସରରେ ଭାବପ୍ରବଣତାବଶତଃ ଓଲଟା କଥାବାର୍ତ୍ତା କରି ଅପଦସ୍ତ ହୋଇପାରନ୍ତି ।
ତୁଳା
ତୁଳା
ଭୁଲ୍‌ ବୁଝାମଣାଜନିତ ପାରିବାରିକ କ୍ଷେତ୍ର ସରଗରମ ରହିବ। ଏପରିକି ନିକଟସ୍ଥ ବ୍ୟକ୍ତି ବିଶେଷଙ୍କର ମଧ୍ୟ ଆପଣଙ୍କ ପ୍ରତି ଥିବା ମନୋଭାବ ବଦଳିଯିବ। କଚେରି ମାମଲା କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସମ୍ଭାବନା ରହିଛି। ଚିତ୍ରା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ବିଛା
ବିଛା
ପାରସ୍ପରିକ ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ପ୍ରିୟଜନଙ୍କ ସହାୟତାରେ କାରବାରରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ଫେରନ୍ତା ରାସ୍ତାରେ ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
ଧନୁ
ଧନୁ
ପରିବାରର ସହମତି ଓ ବନ୍ଧୁଙ୍କ ଅକୁଣ୍ଠ ସାହାଯ୍ୟ, ସହାନୁଭୂତିରୁ କର୍ମାରମ୍ଭ ପ୍ରୀତିପଦ ହେବ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରୁ ଆଶ୍ୱସ୍ତି ଲଭିବେ। ସାଧାରଣ ବଚସାରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ। ମହିଳାମାନେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।
ମକର
ମକର
କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ରଚନାତ୍ମକ କାର୍ଯ୍ୟ କିମ୍ବା ଅଧ୍ୟୟନରେ ଏକାଗ୍ରତା ଆଣିପାରିବେ। ବାଣିଜ୍ୟ,ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଆକସ୍ମିକ ଭାବରେ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। ସ୍ବାର୍ଥ ସାଧନ ମାନସରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଚିନ୍ତା କରୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଜମିଜମା ବାଦବିବାଦ କ୍ରମେ ଜଟିଳ ହୋଇପାରେ।
ମୀନମୀନ
ଆଜି ଦିନଟିରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଖଳ ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଭଲ ସମ୍ପର୍କ ରହିଥିବା ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri