Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବିବାଦଜନିତ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। ବନ୍ଧୁ ସାହାଯ୍ୟ ମାଗିପାରନ୍ତି, ଆଶଙ୍କାରେ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଅର୍ଥସଙ୍କଟ କାରଣରୁ ଧାରକରଜ କରି କାମ ଚଳାଇନେବେ। ପାରିବାରିକ କ୍ଷେତ୍ରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିବେ।
ବୃଷ
ବୃଷ
ସଙ୍କଟଜନକ ପରିସ୍ଥିତିରେ ବନ୍ଧୁଙ୍କ ସାହାଯ୍ୟରୁ ଆଶ୍ୱସ୍ତି ଅନୁଭବ କରିବେ। ଚେଷ୍ଟା କରୁଥିବା କାମଟି ପାଇଁ କଠିନ ଶ୍ରମ କରିବାକୁ ପଡ଼ିବ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସମସ୍ୟା ଯାହା ହେଉନା କାହିଁକି ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ। ପରିକଳ୍ପିତ ନୂତନ କାମଟିରେ କୃତକାର୍ଯ୍ୟ ହୋଇପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ। ଶୀଘ୍ର ଚିକିସତ୍ାର ଆଶ୍ରୟ ନେବା କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ। ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପୂର୍ଣ୍ଣ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। କିନ୍ତୁ ଯେତେ ଭଲ କାମ କଲେ ମଧ୍ୟ ନିଜ ଲୋକମାନଙ୍କ ଦ୍ୱାରା ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ପାରିବାରିକ ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବାକୁ ପଡ଼ିବ। ମନଗଢ଼ା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଚାପଗ୍ରସ୍ତ କାରଣରୁ କେତେକ ବାକିଆ କାମ ପାଇଁ ଚିନ୍ତା ବଢ଼ିଯିବ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଅଭାବ ଓ ଅସୁବିଧା ପ୍ରଭୃତିରେ ମନର ଆବେଗିକ କଥାକୁ ସହକର୍ମୀଟି ବୁଝିପାରିବ ନାହିଁ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ଆକସ୍ମିକ ଭାବରେ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ପରିସ୍ଥିତିବଶତଃ କଠିନ ପରିଶ୍ରମ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବାରୁ ମନ ଖୁସି ହୋଇଯିବ। ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
ତୁଳା
ତୁଳା
ପାରସ୍ପରିକ ବୁଝାମଣା ହେତୁ ପରିବାରରେ ସୁଖ ଶାନ୍ତି ରାଜୁତି କରିବ। କର୍ମକ୍ଷେତ୍ରରେ କୌଣସି ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା, ଗବେଷଣା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଆଇନ ଅଦାଲତରେ ସମସ୍ୟା ସମାଧାନ ହେବା ଆଶା କରାଯାଇପାରେ।
ବିଛା
ବିଛା
ବନ୍ଧୁଙ୍କ ସହ ଆଲୋଚନା ସମୟରେ ନିଜର ମତ ବଦଳାଇ ସମାଲୋଚିତ ହେବେ। ସଭାସମିତିରେ ସାହସିକତା ପ୍ରଦର୍ଶନକରି ପ୍ରଶଂସିତ ହେବେ। କ୍ରୀଡ଼ା, ସାହିତ୍ୟ, ସଂଗୀତ, ଚଳଚ୍ଚିତ୍ରାଦିରେ ସୁନାମ ଅର୍ଜନ କରିବେ। ଯାନବାହନରେ ଯିବା ଆସିବା ସମୟରେ ସତର୍କତା ରକ୍ଷା ନ କଲେ ବହୁମୂଲ୍ୟ ଦେବାକୁ ପଡ଼ିପାରେ।
ଧନୁ
ଧନୁ
ପାରିବାରିକ ସମସ୍ୟା ହେତୁ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆଲୋଚନା, ଲେଖାପଢ଼ା, କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରୁ ଶୁଭଫଳ ପାଇବେ। ବନ୍ଧୁଙ୍କ ସାହାଯ୍ୟରେ ପାଇବାକୁ ଥିବା ବକେୟା ଅର୍ଥ ଆଦାୟ କରିବେ।
ମକର
ମକର
ପରିବାରରେ ଅପ୍ରୀତିକର ପରିସ୍ଥିତିଜନିତ ଘଟଣାର ଦିଗ ବଦଳିଯାଇପାରେ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ସମସ୍ୟା ସୃଷ୍ଟି କରିବ। ଶିଳ୍ପ, ବ୍ୟବସାୟ, ଯୋଗାଯୋଗ, ପରିବହନ, ପ୍ରଶାସନ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପିଲାଙ୍କ ପରୀକ୍ଷାର ସଫଳତାରେ ଆନନ୍ଦ ଅନୁଭବ କରିବେ।
କୁମ୍ଭ
କୁମ୍ଭ
ଯେତେ ପ୍ରକାର ଉପାୟ ଅବଲମ୍ବନ କଲେ ମଧ୍ୟ ସୁବିଧାରେ କାମ ହାସଲ କରିବା କଷ୍ଟକର ହେବ। ଆପଣଙ୍କ ଅଭାବନୀୟ ପରିସ୍ଥିତି ଦେଖି ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ। ପରିବାରରେ ବୁଝାମଣା ଠିକ୍‌ ରହିବା ହେତୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ମୀନମୀନ
ପରିସ୍ଥିତିକୁ ଦେଖିଚାହିଁ କାମ କରିବା ଭଲ ହେବ,ଅନ୍ୟଥା ତାହା ଜଟିଳତା ଆଡ଼କୁ ଗତି କରିପାରେ। ପରିବାରରେ ପୁରାତନ ରୋଗର ପୀଡ଼ା ଦୁଶ୍ଚିନ୍ତା ବୃଦ୍ଧି କରିବ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ବନ୍ଧୁ ଓ ଆମତ୍ୀୟସ୍ବଜନଙ୍କ ତରଫରୁ ଜୀବନରେ ଅନାଦର ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri