Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବିବାଦଜନିତ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। ବନ୍ଧୁ ସାହାଯ୍ୟ ମାଗିପାରନ୍ତି, ଆଶଙ୍କାରେ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଅର୍ଥସଙ୍କଟ କାରଣରୁ ଧାରକରଜ କରି କାମ ଚଳାଇନେବେ। ପାରିବାରିକ କ୍ଷେତ୍ରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିବେ।
ବୃଷ
ବୃଷ
ସଙ୍କଟଜନକ ପରିସ୍ଥିତିରେ ବନ୍ଧୁଙ୍କ ସାହାଯ୍ୟରୁ ଆଶ୍ୱସ୍ତି ଅନୁଭବ କରିବେ। ଚେଷ୍ଟା କରୁଥିବା କାମଟି ପାଇଁ କଠିନ ଶ୍ରମ କରିବାକୁ ପଡ଼ିବ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସମସ୍ୟା ଯାହା ହେଉନା କାହିଁକି ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ। ପରିକଳ୍ପିତ ନୂତନ କାମଟିରେ କୃତକାର୍ଯ୍ୟ ହୋଇପାରନ୍ତି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ। ଶୀଘ୍ର ଚିକିସତ୍ାର ଆଶ୍ରୟ ନେବା କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ। ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପୂର୍ଣ୍ଣ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। କିନ୍ତୁ ଯେତେ ଭଲ କାମ କଲେ ମଧ୍ୟ ନିଜ ଲୋକମାନଙ୍କ ଦ୍ୱାରା ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ପାରିବାରିକ ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବାକୁ ପଡ଼ିବ। ମନଗଢ଼ା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଚାପଗ୍ରସ୍ତ କାରଣରୁ କେତେକ ବାକିଆ କାମ ପାଇଁ ଚିନ୍ତା ବଢ଼ିଯିବ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଅଭାବ ଓ ଅସୁବିଧା ପ୍ରଭୃତିରେ ମନର ଆବେଗିକ କଥାକୁ ସହକର୍ମୀଟି ବୁଝିପାରିବ ନାହିଁ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ଆକସ୍ମିକ ଭାବରେ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ପରିସ୍ଥିତିବଶତଃ କଠିନ ପରିଶ୍ରମ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବାରୁ ମନ ଖୁସି ହୋଇଯିବ। ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
ତୁଳା
ତୁଳା
ପାରସ୍ପରିକ ବୁଝାମଣା ହେତୁ ପରିବାରରେ ସୁଖ ଶାନ୍ତି ରାଜୁତି କରିବ। କର୍ମକ୍ଷେତ୍ରରେ କୌଣସି ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା, ଗବେଷଣା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଆଇନ ଅଦାଲତରେ ସମସ୍ୟା ସମାଧାନ ହେବା ଆଶା କରାଯାଇପାରେ।
ବିଛା
ବିଛା
ବନ୍ଧୁଙ୍କ ସହ ଆଲୋଚନା ସମୟରେ ନିଜର ମତ ବଦଳାଇ ସମାଲୋଚିତ ହେବେ। ସଭାସମିତିରେ ସାହସିକତା ପ୍ରଦର୍ଶନକରି ପ୍ରଶଂସିତ ହେବେ। କ୍ରୀଡ଼ା, ସାହିତ୍ୟ, ସଂଗୀତ, ଚଳଚ୍ଚିତ୍ରାଦିରେ ସୁନାମ ଅର୍ଜନ କରିବେ। ଯାନବାହନରେ ଯିବା ଆସିବା ସମୟରେ ସତର୍କତା ରକ୍ଷା ନ କଲେ ବହୁମୂଲ୍ୟ ଦେବାକୁ ପଡ଼ିପାରେ।
ଧନୁ
ଧନୁ
ପାରିବାରିକ ସମସ୍ୟା ହେତୁ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆଲୋଚନା, ଲେଖାପଢ଼ା, କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରୁ ଶୁଭଫଳ ପାଇବେ। ବନ୍ଧୁଙ୍କ ସାହାଯ୍ୟରେ ପାଇବାକୁ ଥିବା ବକେୟା ଅର୍ଥ ଆଦାୟ କରିବେ।
ମକର
ମକର
ପରିବାରରେ ଅପ୍ରୀତିକର ପରିସ୍ଥିତିଜନିତ ଘଟଣାର ଦିଗ ବଦଳିଯାଇପାରେ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ସମସ୍ୟା ସୃଷ୍ଟି କରିବ। ଶିଳ୍ପ, ବ୍ୟବସାୟ, ଯୋଗାଯୋଗ, ପରିବହନ, ପ୍ରଶାସନ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପିଲାଙ୍କ ପରୀକ୍ଷାର ସଫଳତାରେ ଆନନ୍ଦ ଅନୁଭବ କରିବେ।
କୁମ୍ଭ
କୁମ୍ଭ
ଯେତେ ପ୍ରକାର ଉପାୟ ଅବଲମ୍ବନ କଲେ ମଧ୍ୟ ସୁବିଧାରେ କାମ ହାସଲ କରିବା କଷ୍ଟକର ହେବ। ଆପଣଙ୍କ ଅଭାବନୀୟ ପରିସ୍ଥିତି ଦେଖି ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ। ପରିବାରରେ ବୁଝାମଣା ଠିକ୍‌ ରହିବା ହେତୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ମୀନମୀନ
ପରିସ୍ଥିତିକୁ ଦେଖିଚାହିଁ କାମ କରିବା ଭଲ ହେବ,ଅନ୍ୟଥା ତାହା ଜଟିଳତା ଆଡ଼କୁ ଗତି କରିପାରେ। ପରିବାରରେ ପୁରାତନ ରୋଗର ପୀଡ଼ା ଦୁଶ୍ଚିନ୍ତା ବୃଦ୍ଧି କରିବ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ବନ୍ଧୁ ଓ ଆମତ୍ୀୟସ୍ବଜନଙ୍କ ତରଫରୁ ଜୀବନରେ ଅନାଦର ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri