Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ
ଆଜି ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ପ୍ରତ୍ୟେକ କାମ ପାଇଁ ଦୀର୍ଘସମୟ ଅପେକ୍ଷା କରିବାକୁ ପଡ଼ିବ। ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ବିବ୍ରତ କରାଇପାରେ। କିନ୍ତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବାରେ ସମର୍ଥ ହେବେ।
ବୃଷ
ବୃଷ
ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ଅଟକି ରହିଥିବା କାମର ଚିନ୍ତା ଆଜି ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବେଶ୍‌ ଭଲରେ ଚାଲିବ। ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା ପ୍ରଭୃତି କ୍ଷେତ୍ରରେ ସମସ୍ୟାର ଆଶଙ୍କା ଦୂର ହୋଇଯିବ।
ମିଥୁନ
ମିଥୁନ
ମନୋବଳ ବୃଦ୍ଧି ପାଇ କାମ କରିବାର ଆଗ୍ରହ ଜନ୍ମିବ। କର୍ମକ୍ଷେତ୍ରରୁ ପ୍ରଶଂସା, ପ୍ରତିଦ୍ୱନ୍ଦ୍ୱିତାରେ ବିଜୟଲାଭ, ବ୍ୟବସାୟରେ ଆର୍ଥିକ ପ୍ରଗତି କରିବେ। କାର୍ଯ୍ୟ ହାସଲ ଲାଗି ନିଜ ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ବିଭିନ୍ନ ଯୋଜନା, ସାଙ୍ଗଠନିକ କାର୍ଯ୍ୟକ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ।
କର୍କଟ
କର୍କଟ
ସହକର୍ମୀଙ୍କ ଅସହଯୋଗରୁ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ। ସ୍ବଗୃହୀ ଚନ୍ଦ୍ର ପ୍ରଭାବରୁ ଅପରାହ୍ନରେ ଟେନ୍‌ସନ କିଛିମାତ୍ରାରେ କମିଯିବ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ବିଜାତୀୟ ଜାତି ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ପୁଷ୍ୟା ନକ୍ଷତ୍ରର ପ୍ରତିକୁଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପନ୍ନ ହେବନାହିଁ।
ସି˚ହ
ସି˚ହ
ବନ୍ଧୁଙ୍କ ନିକଟରୁ ସକାଳୁ ସକାଳୁ ଶୁଭଖବର ପାଇ ମନ ପ୍ରଫୁଲ୍ଲ ହୋଇଯିବ। କୌଣସି ଧାର୍ମିକ କାର୍ଯ୍ୟ, ସତ୍‌ସଙ୍ଗ, ଦେବାର୍ଚ୍ଚନା କରିବାକୁ ମନ ବଳାଇବେ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
କନ୍ୟା
ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ଶୁଣିବାକୁ ପଡ଼ିବ। ଶନିଙ୍କ ପ୍ରଭାବରୁ ଆର୍ଥିକ ଅନଟନ ଓ ଧନହାନି ହେତୁ ପାରିବାରିକ କ୍ଷେତ୍ର ଅଶାନ୍ତ ରହିବ। ଖଳ ଲୋକମାନଙ୍କ ଦ୍ୱାରା କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇଦେବ। ଯାନ୍ତ୍ରିକ ଶିଳ୍ପ ଓ ପ୍ରଶାସନ, ଆଇନ ଓ ଅଦାଲତ ତଥା ପରିବହନ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ତୁଳା
ତୁଳା
ବନ୍ଧୁଙ୍କ ଜରିଆରେ ଧର୍ମକାର୍ଯ୍ୟ ପାଇଁ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ତଥାପି ବିଭିନ୍ନ ସମସ୍ୟା ଜନିତ କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବନାହିଁ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରୁ ମନେ ମନେ ବିରକ୍ତ ହେବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ।
ବିଛା
ବିଛା
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ମନବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ଅନୁରାଧା ନକ୍ଷତ୍ରର ଅପରାହ୍ନରେ ଟେନ୍‌ସନ ବଢ଼ିପାରେ।
ଧନୁ
ଧନୁ
ଦୀର୍ଘଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାକୁ ମନ ବଳାଇପାରନ୍ତି। ଅଯଥା କପୋଳକଳ୍ପିତ ଆଶଙ୍କା କରି ବ୍ୟସ୍ତବିବ୍ରତ ହେବାରୁ ବିରତ ହେବା ଭଲ। ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସହକର୍ମୀ ଦୂରେଇ ରହିବେ।
ମକର
ମକର
ପରିସ୍ଥିତିର ତାଡ଼ନାରେ ସମସ୍ୟାର ମୁକାବିଲା କରିବାରେ ସମର୍ଥ ହେବେ। ଆବଶ୍ୟକତା ପୂରଣ ଲାଗି ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ, ଏହି କାରଣରୁ ପାଖ ମାଡ଼ିବେ ନାହିଁ। ମାତାପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ସ୍ଥିରତା କେତେକାଂଶରେ ଆସିବ।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟୁଷ ଯାତ୍ରା, ଶୁଭକାର୍ଯ୍ୟାରମ୍ଭ, ସତ୍‌ଚିନ୍ତା ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ। ସାମାନ୍ୟ କେତେକ ସାଧାରଣ ଅସୁବିଧାକୁ ବାଦ୍‌ ଦେଲେ ଦିନଟିରେ ବହୁତ ଭଲ କାମ କରିବେ। ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। ପୁରାତନ ରୋଗପୀଡ଼ାରୁ ବିଶେଷ କଷ୍ଟ ପାଇପାରନ୍ତି।
ମୀନମୀନ
ଅର୍ଥନୈତିକ ଅବରୋଧ କେତେକ କାମକୁ ଅଟକାଇ ଦେଇପାରେ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ବନ୍ଧୁଙ୍କ ସହ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ପାରିବାରିକ ବୁଝାମଣାରେ ଉନ୍ନତି ଘଟିବାରୁ ଆଶ୍ୱସ୍ତି ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri