Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ
ଆଜି ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ପ୍ରତ୍ୟେକ କାମ ପାଇଁ ଦୀର୍ଘସମୟ ଅପେକ୍ଷା କରିବାକୁ ପଡ଼ିବ। ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ବିବ୍ରତ କରାଇପାରେ। କିନ୍ତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବାରେ ସମର୍ଥ ହେବେ।
ବୃଷ
ବୃଷ
ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ଅଟକି ରହିଥିବା କାମର ଚିନ୍ତା ଆଜି ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବେଶ୍‌ ଭଲରେ ଚାଲିବ। ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା ପ୍ରଭୃତି କ୍ଷେତ୍ରରେ ସମସ୍ୟାର ଆଶଙ୍କା ଦୂର ହୋଇଯିବ।
ମିଥୁନ
ମିଥୁନ
ମନୋବଳ ବୃଦ୍ଧି ପାଇ କାମ କରିବାର ଆଗ୍ରହ ଜନ୍ମିବ। କର୍ମକ୍ଷେତ୍ରରୁ ପ୍ରଶଂସା, ପ୍ରତିଦ୍ୱନ୍ଦ୍ୱିତାରେ ବିଜୟଲାଭ, ବ୍ୟବସାୟରେ ଆର୍ଥିକ ପ୍ରଗତି କରିବେ। କାର୍ଯ୍ୟ ହାସଲ ଲାଗି ନିଜ ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ବିଭିନ୍ନ ଯୋଜନା, ସାଙ୍ଗଠନିକ କାର୍ଯ୍ୟକ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ।
କର୍କଟ
କର୍କଟ
ସହକର୍ମୀଙ୍କ ଅସହଯୋଗରୁ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ। ସ୍ବଗୃହୀ ଚନ୍ଦ୍ର ପ୍ରଭାବରୁ ଅପରାହ୍ନରେ ଟେନ୍‌ସନ କିଛିମାତ୍ରାରେ କମିଯିବ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ବିଜାତୀୟ ଜାତି ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ପୁଷ୍ୟା ନକ୍ଷତ୍ରର ପ୍ରତିକୁଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପନ୍ନ ହେବନାହିଁ।
ସି˚ହ
ସି˚ହ
ବନ୍ଧୁଙ୍କ ନିକଟରୁ ସକାଳୁ ସକାଳୁ ଶୁଭଖବର ପାଇ ମନ ପ୍ରଫୁଲ୍ଲ ହୋଇଯିବ। କୌଣସି ଧାର୍ମିକ କାର୍ଯ୍ୟ, ସତ୍‌ସଙ୍ଗ, ଦେବାର୍ଚ୍ଚନା କରିବାକୁ ମନ ବଳାଇବେ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
କନ୍ୟା
ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ଶୁଣିବାକୁ ପଡ଼ିବ। ଶନିଙ୍କ ପ୍ରଭାବରୁ ଆର୍ଥିକ ଅନଟନ ଓ ଧନହାନି ହେତୁ ପାରିବାରିକ କ୍ଷେତ୍ର ଅଶାନ୍ତ ରହିବ। ଖଳ ଲୋକମାନଙ୍କ ଦ୍ୱାରା କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇଦେବ। ଯାନ୍ତ୍ରିକ ଶିଳ୍ପ ଓ ପ୍ରଶାସନ, ଆଇନ ଓ ଅଦାଲତ ତଥା ପରିବହନ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ତୁଳା
ତୁଳା
ବନ୍ଧୁଙ୍କ ଜରିଆରେ ଧର୍ମକାର୍ଯ୍ୟ ପାଇଁ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ତଥାପି ବିଭିନ୍ନ ସମସ୍ୟା ଜନିତ କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବନାହିଁ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରୁ ମନେ ମନେ ବିରକ୍ତ ହେବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ।
ବିଛା
ବିଛା
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ମନବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ଅନୁରାଧା ନକ୍ଷତ୍ରର ଅପରାହ୍ନରେ ଟେନ୍‌ସନ ବଢ଼ିପାରେ।
ଧନୁ
ଧନୁ
ଦୀର୍ଘଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାକୁ ମନ ବଳାଇପାରନ୍ତି। ଅଯଥା କପୋଳକଳ୍ପିତ ଆଶଙ୍କା କରି ବ୍ୟସ୍ତବିବ୍ରତ ହେବାରୁ ବିରତ ହେବା ଭଲ। ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସହକର୍ମୀ ଦୂରେଇ ରହିବେ।
ମକର
ମକର
ପରିସ୍ଥିତିର ତାଡ଼ନାରେ ସମସ୍ୟାର ମୁକାବିଲା କରିବାରେ ସମର୍ଥ ହେବେ। ଆବଶ୍ୟକତା ପୂରଣ ଲାଗି ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ, ଏହି କାରଣରୁ ପାଖ ମାଡ଼ିବେ ନାହିଁ। ମାତାପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ସ୍ଥିରତା କେତେକାଂଶରେ ଆସିବ।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟୁଷ ଯାତ୍ରା, ଶୁଭକାର୍ଯ୍ୟାରମ୍ଭ, ସତ୍‌ଚିନ୍ତା ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ। ସାମାନ୍ୟ କେତେକ ସାଧାରଣ ଅସୁବିଧାକୁ ବାଦ୍‌ ଦେଲେ ଦିନଟିରେ ବହୁତ ଭଲ କାମ କରିବେ। ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। ପୁରାତନ ରୋଗପୀଡ଼ାରୁ ବିଶେଷ କଷ୍ଟ ପାଇପାରନ୍ତି।
ମୀନମୀନ
ଅର୍ଥନୈତିକ ଅବରୋଧ କେତେକ କାମକୁ ଅଟକାଇ ଦେଇପାରେ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ବନ୍ଧୁଙ୍କ ସହ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ପାରିବାରିକ ବୁଝାମଣାରେ ଉନ୍ନତି ଘଟିବାରୁ ଆଶ୍ୱସ୍ତି ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri