Posted inRasifala

ରାଶିଫଳ: ସୋମବାର , ଏପ୍ରିଲ ୩ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ଭଲ ଥିଲେ ମଧ୍ୟ ମନ ଅନୁଯାୟୀ କାମ ସମ୍ପନ୍ନ କରିବା କଷ୍ଟକର ହୋଇ ପଡ଼ିବ। ଆଜି ଯେତିକି ପାଇବେ ସେମିତି ଖର୍ଚ୍ଚ ମଧ୍ୟ କରିବେ। ଅବଶ୍ୟ ଅ-ନାମାକ୍ଷର ବ୍ୟକ୍ତିମାନେ ନିଜ ନିଜ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ସତର୍କତା ଅଭାବରୁ ସାଧାରଣ ଘଟଣା ବିବାଦୀୟ ପରିସ୍ଥିତି କିମ୍ବା ଭିନ୍ନରୂପ ନେଇପାରେ।
ବୃଷ
ବୃଷ
ଆନୁଷଙ୍ଗିକ ସହଯୋଗ ଲାଭକରି ଖୁସି ମିଜାଜରେ କାମ କରିବାର ସୌଭାଗ୍ୟ ଅର୍ଜନ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ ତଥା ଶିଳ୍ପ ଓ ଏଜେନଶିପ୍‌ରୁ ମନ ଖୁସି ରହିବ। ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ଝମେଲା ହୋଇପାରେ। କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ।
ମିଥୁନ
ମିଥୁନ
ଆଜିର ଗ୍ରହସ୍ଥିତି ବିଶେଷ ଅନୁକୂଳତା ପ୍ରଦର୍ଶନ କରୁଥିବାରୁ ପ୍ରତ୍ୟେକ କାର୍ଯ୍ୟ ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଚନ୍ଦ୍ରଙ୍କ ଉପରେ ରାହୁଙ୍କ କୁପ୍ରଭାବରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହି ସମସ୍ୟାକୁ ଡାକି ଆଣିପାରନ୍ତି। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ସାମାନ୍ୟ ଅସୁବିଧା ହେଲେ ମଧ୍ୟ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବା ହେତୁ ମନୋବଳ ବୃଦ୍ଧି ପାଇବ। ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ମୁହଁ ଫଣଫଣ କରିପାରନ୍ତି। ଆନୁଷ୍ଠାନିକ କାମ, ମନୋରଞ୍ଜନ, ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ସି˚ହ
ସି˚ହ
ଆଜି ସତର୍କରେ ନ ଚଳିଲେ ଅର୍ଥହାନି ସାଙ୍ଗକୁ କଳହ ସମସ୍ୟାଗ୍ରସ୍ତ କରିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହେବେ। ବ୍ୟବସାୟୀମାନେ ବିଶେଷଭାବେ ପରିବହନ, ମନୋରଞ୍ଜନ କାର୍ଯ୍ୟକ୍ରମାଦିରୁ ଲାଭବାନ ହେବେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ଭୁଲ୍‌ ବୁଝାମଣା କାରଣରୁ ବିବାଦୀୟ ପରିବେଶରେ ବାତାବରଣ ଅଶାନ୍ତ ହୋଇପାରେ। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ଲୋକଟି ଠିକଣା ସମୟରେ ସାମ୍‌ନାକୁ ଆସିବ ନାହିଁ। ଆମତ୍ୀୟସ୍ବଜନଙ୍କ ସ୍ବାସ୍ଥ୍ୟ ସମସ୍ୟାର ନିରାକରଣ ପାଇଁ ଚିନ୍ତା ବଢ଼ିପାରେ। ପାରିବାରିକ, ଆନୁଷ୍ଠାନିକ, ବ୍ୟବସାୟିକ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ।
ତୁଳା
ତୁଳା
ବିଭିନ୍ନ ଯୋଜନାର କାମ ଆର୍ଥିକ ସ୍ଥିତିକୁ ବିଗାଡୁଥିବାରୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ ଏବଂ ନିର୍ମାଣ କାର୍ଯ୍ୟ ମଧ୍ୟ ଅଟକିବ ନାହିଁ। ଆଜି ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପୁତ୍ରକନ୍ୟାଙ୍କ ବିବାହ ବିଷୟକୁ କେନ୍ଦ୍ରକରି ସମସ୍ୟା ଲାଗି ରହିପାରେ।
ବିଛା
ବିଛା
ଆଜି ବିଗତ ଦିନର ସ୍ମୃତି ରୋମନ୍ଥନ କରି ବିଚଳିତବୋଧ କରିବେ। ପୁତ୍ର, କନ୍ୟାଙ୍କ ବିବାହ ପ୍ରସ୍ତାବ ସ୍ଥିରୀକୃତ ହେବାର ସୂଚନା ରହିଛି। ଜମିଜମା, କଳିତକରାଳ, ଗୃହସୀମା ପ୍ରଭୃତି ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ। ସାମାଜିକ ସ୍ତରରେ ନୀଚ ଜାତିର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି ।
ଧନୁ
ଧନୁ
ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଉନ୍ନତ ରହିବା ହେତୁ କାର୍ଯ୍ୟ ସହଜରେ ସାଧିତ ହୋଇପାରିବ। ସାମାଜିକ ସ୍ତରରେ ଉପଯୁକ୍ତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଆଣ୍ଠୁଗଣ୍ଠି ବାତ, ଗ୍ୟାଷ୍ଟ୍ରିକ, ବମନ ଜନିତ ରୋଗରେ କଷ୍ଟ ପାଇପାରନ୍ତି। ଆକସ୍ମିକ ଭାବରେ ଘରକୁ ବନ୍ଧୁ କେହି ଆସିପାରନ୍ତି।
ମକର
ମକର
ଅନ୍ୟମାନଙ୍କ ପ୍ରରୋଚନାରେ ପଡ଼ି କୌଣସି ବ୍ୟକ୍ତି କାମ ହାସଲରେ ବିଘ୍ନ ଘଟାଇପାରନ୍ତି। ଧନିଷ୍ଠା ପାରିବାରିକ ଜଞ୍ଜାଳ ବୃଦ୍ଧି ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ଅବଶ୍ୟ ସାହାଯ୍ୟକାରୀ ମନୋବୃତ୍ତି ଓ କାର୍ଯ୍ୟଦକ୍ଷତା ହେତୁ ନିଜ ପରିସରରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପାରିବାରିକ ସହମତି ଓ ଅନ୍ୟମାନଙ୍କ ସାହାଯ୍ୟ ହେତୁ କାମଗୁଡ଼ିକ ହାତକୁ ନେଇ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। ଦୀର୍ଘ ଦିନରୁ ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ। ଶତଭିଷା ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରିୟ କଥା କହି ବିବାଦୀୟ ସମସ୍ୟାକୁ ସୁଧାରି ନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ମୀନମୀନ
ପାରସ୍ପରିକ ମତଭେଦଜନିତ ପାରିବାରିକ ସ୍ଥିରତା ରକ୍ଷା କରିବାରେ ଅସମର୍ଥ ହୋଇପଡ଼ିବେ। ବିବାଦୀୟ ପରିସ୍ଥିତିରେ ଲଢ଼େଇ କଲେ ବାଦୀ ଓ ପ୍ରତିବାଦୀ ଉଭୟେ କ୍ଷତିଗ୍ରସ୍ତ ହେବା ବ୍ୟତୀତ କିଛି ଲାଭ ହେବନି। ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କାମ ଅଟକିବ ନାହିଁ। ବହୁତ ଦିନରୁ ମନେମନେ ଖୋଜୁଥିବା ଲୋକଟିର ଖବର ଆଜି ସାୟାହ୍ନେ ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?