Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେବେ। କଠିନ ଶ୍ରମ ସାଙ୍ଗକୁ ରାତି ଅନିଦ୍ରାଜନିତ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖା ଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ମିଳିବ ନାହିଁ। ଅଧ୍ୟାପନା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ନୂତନ ଯୋଜନା ଆରମ୍ଭ ସକାଶେ ମନ ବଳାଇବେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ବହୁ କାମ ହାତକୁ ନେବା ଦ୍ୱାରା ଟେନ୍‌ସନ ବଢ଼ିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ, ମାତ୍ର ତାହା ନିଜ ସପକ୍ଷରେ ଯିବା ସମ୍ଭାବନା ରହିଛି। ଯାତ୍ରା ସମୟରେ ସାଧାରଣ ବର୍ଗର ଲୋକ ଦ୍ୱାରା ଉପକୃତ ହୋଇପାରନ୍ତି।
ମିଥୁନ
ମିଥୁନ
ମାନସିକ ଅସ୍ଥିରତାଜନିତ ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ପଦସ୍ଥ ବ୍ୟକ୍ତିଙ୍କ ସହାୟତାରୁ ସରକାରୀ କ୍ଷେତ୍ରରୁ ଲାଭର ଆଶା କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତମାନର ସୁଫଳଜନିତ ଖୁସି ହୋଇପାରନ୍ତି।
କର୍କଟ
କର୍କଟ
ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ଶେଷ ସମୟରେ ବିଶ୍ୱାସଘାତକତା କରିପାରନ୍ତି। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ପରିବାରର ସହଯୋଗରେ ହାତକୁ ନେଇଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ ଓ ନିର୍ମାଣ, ପରିବହନରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ବକେୟା ଅର୍ଥ ପ୍ରାପ୍ତି ସକାଶେ ଉଚ୍ଚ ଆଶାକରି ନିରାଶ ହେବେ। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ଆପଣଙ୍କ ପରିସ୍ଥିତିର ବିଷମତା ଲକ୍ଷ୍ୟକରି ମିତ୍ରବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। ସାମାଜିକ ସ୍ତରରେ ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ହାତଛଡ଼ା ହୋଇପାରେ।
କନ୍ୟା
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଉପକୃତ ହୋଇପାରନ୍ତି। ପରିସ୍ଥିତିବଶତଃ ଖର୍ଚ୍ଚାନ୍ତ ହେବା ସାଙ୍ଗକୁ ସାଧାରଣ କଥାକୁ ମଧ୍ୟ ଭିନ୍ନାର୍ଥରେ ଗ୍ରହଣକରି ଅଶାନ୍ତ ରହିବେ। ନିଜ ବେକାର ଭାଇଙ୍କ କାମଧନ୍ଦା ପାଇଁ ଚିନ୍ତା କରିବେ। ଆକସ୍ମିକ ଭାବରେ ଆହୂତ ହୋଇ ଦୂରଯାତ୍ରା ପାଇଁ ସଜବାଜ ହୋଇପାରନ୍ତି।
ତୁଳା
ତୁଳା
ଆର୍ଥିକ ଉନ୍ନତି ଲାଗି ବିଭିନ୍ନ ଯୋଜନା ପାଇଁ ମନ ବଳାଇବେ। ନିର୍ମାଣ କାର୍ଯ୍ୟରେ ସାମାନ୍ୟ ବାଧା ଉପୁଜିପାରେ। ବକେୟା ଆଦାୟରେ ବନ୍ଧୁ ସହଯୋଗ କରିବେ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ବ୍ୟଥିତ କରିପାରେ। ଆକସ୍ମିକ ଭାବେ ଦୂରଯାତ୍ରା କରିବାକୁ ପଡ଼ିପାରେ। ପିଲାମାନଙ୍କ ପାଠପଢ଼ା ପାଇଁ ଚିନ୍ତିତ ହୋଇପାରନ୍ତି।
ବିଛା
ବିଛା
ପଡ଼ୋଶୀଙ୍କ ଦ୍ୱାରା ପ୍ରଭାବିତ ହୋଇ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ସ୍ବର୍ଣ୍ଣାଦି ଅଳଙ୍କାର କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ପ୍ରିୟଜନଙ୍କ ପରାମର୍ଶରେ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହୋଇପାରେ।
ଧନୁ
ଧନୁ
ପାରିବାରିକ ଦୁଶ୍ଚିନ୍ତା ବଢ଼ିଯିବା ଦ୍ୱାରା କାମଗୁଡ଼ିକ ମଧ୍ୟ ଶୃଙ୍ଖଳିତ ହେବ ନାହିଁ। ଅନୁରାଧା ନକ୍ଷତ୍ର ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଭିନ୍ନ ପ୍ରକାର ସମସ୍ୟା ଦେଖା ଦେଇପାରେ। ବନ୍ଧୁମାନଙ୍କ ସହ ଆଲୋଚନା କାଳରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।
ମକର
ମକର
ଆଜି ଆପଣ ଯାହା କରନ୍ତୁନା କାହିଁକି ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ଈର୍ଷାପର ଆମତ୍ୀୟମାନଙ୍କ ସହ ସମ୍ପର୍କହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଦୀର୍ଘଦିନରୁ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପିଲାଙ୍କ ଆଚରଣଗତ ତ୍ରୁଟିରୁ ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ଆଜି ବାରମ୍ବାର ସମସ୍ୟା ଉପୁଜୁଥିବା କାରଣରୁ ସବୁକାମ ବିଳମ୍ବରେ ଓ କଷ୍ଟରେ ସମ୍ପନ୍ନ ହେବ। ସାଧାରଣ କଥାରେ ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି ,ମାତ୍ର ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ହେବ, କିନ୍ତୁ ପ୍ରତିବନ୍ଧକ ଲାଗିରହିବ। ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ୍‌ କାମ କରିପାରନ୍ତି।
ମୀନମୀନ
ବିଭିନ୍ନ ପ୍ରତିବନ୍ଧକ କାରଣରୁ କର୍ମକ୍ଷେତ୍ରରେ ସମସ୍ୟାରେ ପଡ଼ି ଅପଦସ୍ଥ ହୋଇପାରନ୍ତି। ତଥାପି ସାଂସ୍କୃତିକ କାର୍ଯ୍ୟକ୍ରମ କ୍ଷେତ୍ରରେ ସଫଳତା ହାସଲ କରିପାରିବେ। ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି। ତରବରିଆ ଭାବେ କୌଣସି କାମ ନ କରି ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri