Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେବେ। କଠିନ ଶ୍ରମ ସାଙ୍ଗକୁ ରାତି ଅନିଦ୍ରାଜନିତ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖା ଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ମିଳିବ ନାହିଁ। ଅଧ୍ୟାପନା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ନୂତନ ଯୋଜନା ଆରମ୍ଭ ସକାଶେ ମନ ବଳାଇବେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ବହୁ କାମ ହାତକୁ ନେବା ଦ୍ୱାରା ଟେନ୍‌ସନ ବଢ଼ିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ, ମାତ୍ର ତାହା ନିଜ ସପକ୍ଷରେ ଯିବା ସମ୍ଭାବନା ରହିଛି। ଯାତ୍ରା ସମୟରେ ସାଧାରଣ ବର୍ଗର ଲୋକ ଦ୍ୱାରା ଉପକୃତ ହୋଇପାରନ୍ତି।
ମିଥୁନ
ମିଥୁନ
ମାନସିକ ଅସ୍ଥିରତାଜନିତ ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ରଖିପାରିବେ ନାହିଁ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ପଦସ୍ଥ ବ୍ୟକ୍ତିଙ୍କ ସହାୟତାରୁ ସରକାରୀ କ୍ଷେତ୍ରରୁ ଲାଭର ଆଶା କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଉନ୍ନତମାନର ସୁଫଳଜନିତ ଖୁସି ହୋଇପାରନ୍ତି।
କର୍କଟ
କର୍କଟ
ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ଶେଷ ସମୟରେ ବିଶ୍ୱାସଘାତକତା କରିପାରନ୍ତି। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ପରିବାରର ସହଯୋଗରେ ହାତକୁ ନେଇଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ ଓ ନିର୍ମାଣ, ପରିବହନରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ବକେୟା ଅର୍ଥ ପ୍ରାପ୍ତି ସକାଶେ ଉଚ୍ଚ ଆଶାକରି ନିରାଶ ହେବେ। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ଆପଣଙ୍କ ପରିସ୍ଥିତିର ବିଷମତା ଲକ୍ଷ୍ୟକରି ମିତ୍ରବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। ସାମାଜିକ ସ୍ତରରେ ଦୀର୍ଘ ଦିନରୁ ଚାହୁଁଥିବା ସୁଯୋଗ ହାତଛଡ଼ା ହୋଇପାରେ।
କନ୍ୟା
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଉପକୃତ ହୋଇପାରନ୍ତି। ପରିସ୍ଥିତିବଶତଃ ଖର୍ଚ୍ଚାନ୍ତ ହେବା ସାଙ୍ଗକୁ ସାଧାରଣ କଥାକୁ ମଧ୍ୟ ଭିନ୍ନାର୍ଥରେ ଗ୍ରହଣକରି ଅଶାନ୍ତ ରହିବେ। ନିଜ ବେକାର ଭାଇଙ୍କ କାମଧନ୍ଦା ପାଇଁ ଚିନ୍ତା କରିବେ। ଆକସ୍ମିକ ଭାବରେ ଆହୂତ ହୋଇ ଦୂରଯାତ୍ରା ପାଇଁ ସଜବାଜ ହୋଇପାରନ୍ତି।
ତୁଳା
ତୁଳା
ଆର୍ଥିକ ଉନ୍ନତି ଲାଗି ବିଭିନ୍ନ ଯୋଜନା ପାଇଁ ମନ ବଳାଇବେ। ନିର୍ମାଣ କାର୍ଯ୍ୟରେ ସାମାନ୍ୟ ବାଧା ଉପୁଜିପାରେ। ବକେୟା ଆଦାୟରେ ବନ୍ଧୁ ସହଯୋଗ କରିବେ। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ବ୍ୟଥିତ କରିପାରେ। ଆକସ୍ମିକ ଭାବେ ଦୂରଯାତ୍ରା କରିବାକୁ ପଡ଼ିପାରେ। ପିଲାମାନଙ୍କ ପାଠପଢ଼ା ପାଇଁ ଚିନ୍ତିତ ହୋଇପାରନ୍ତି।
ବିଛା
ବିଛା
ପଡ଼ୋଶୀଙ୍କ ଦ୍ୱାରା ପ୍ରଭାବିତ ହୋଇ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବୟସ୍କ ବ୍ୟକ୍ତି ଜଣେ ଅସନ୍ତୋଷ ପ୍ରକାଶ କରିପାରନ୍ତି। ସ୍ବର୍ଣ୍ଣାଦି ଅଳଙ୍କାର କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ପ୍ରିୟଜନଙ୍କ ପରାମର୍ଶରେ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହୋଇପାରେ।
ଧନୁ
ଧନୁ
ପାରିବାରିକ ଦୁଶ୍ଚିନ୍ତା ବଢ଼ିଯିବା ଦ୍ୱାରା କାମଗୁଡ଼ିକ ମଧ୍ୟ ଶୃଙ୍ଖଳିତ ହେବ ନାହିଁ। ଅନୁରାଧା ନକ୍ଷତ୍ର ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଭିନ୍ନ ପ୍ରକାର ସମସ୍ୟା ଦେଖା ଦେଇପାରେ। ବନ୍ଧୁମାନଙ୍କ ସହ ଆଲୋଚନା କାଳରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।
ମକର
ମକର
ଆଜି ଆପଣ ଯାହା କରନ୍ତୁନା କାହିଁକି ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ଈର୍ଷାପର ଆମତ୍ୀୟମାନଙ୍କ ସହ ସମ୍ପର୍କହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଦୀର୍ଘଦିନରୁ ବାକି ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପିଲାଙ୍କ ଆଚରଣଗତ ତ୍ରୁଟିରୁ ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ଆଜି ବାରମ୍ବାର ସମସ୍ୟା ଉପୁଜୁଥିବା କାରଣରୁ ସବୁକାମ ବିଳମ୍ବରେ ଓ କଷ୍ଟରେ ସମ୍ପନ୍ନ ହେବ। ସାଧାରଣ କଥାରେ ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି ,ମାତ୍ର ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ହେବ, କିନ୍ତୁ ପ୍ରତିବନ୍ଧକ ଲାଗିରହିବ। ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ୍‌ କାମ କରିପାରନ୍ତି।
ମୀନମୀନ
ବିଭିନ୍ନ ପ୍ରତିବନ୍ଧକ କାରଣରୁ କର୍ମକ୍ଷେତ୍ରରେ ସମସ୍ୟାରେ ପଡ଼ି ଅପଦସ୍ଥ ହୋଇପାରନ୍ତି। ତଥାପି ସାଂସ୍କୃତିକ କାର୍ଯ୍ୟକ୍ରମ କ୍ଷେତ୍ରରେ ସଫଳତା ହାସଲ କରିପାରିବେ। ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି। ତରବରିଆ ଭାବେ କୌଣସି କାମ ନ କରି ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri