Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ତିକ୍ତତାର ସମାପ୍ତି ଘଟାଇବେ । ବନ୍ଧୁଙ୍କ ସହ ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ମିଳିବ ।
ବୃଷ
ବୃଷ
ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି ବନ୍ଧୁ କିମ୍ବା ସହକର୍ମୀ ସହଯୋଗର ହାତ ବଢାଇବେ । ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ମାତ୍ର ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।
ମିଥୁନ
ମିଥୁନ
ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ ସତ୍ୟ କହିବା ଦ୍ୱାରା ତିକ୍ତତା ସୃଷ୍ଟି ହେବ । ସକାଳୁ କର୍ମାରମ୍ଭ ପାଇଁ ପରିବାରରୁ ସହଯୋଗ ପାଇବେ । ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ଜୀବନ ସୁଖ ସନ୍ତୋଷରେ କଟିବ ।
କର୍କଟ
କର୍କଟ
ମନ କଥା ମନରେ ରଖି କାମ ନ କଲେ କଳହର ସମ୍ମୁଖୀନ ହେବାକୁ ପଡିବ । ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଆମତ୍ବିଭୋର ହୋଇପାରନ୍ତି । ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା ବୃଦ୍ଧି ପାଇବ । କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳ ହେବେ।
ସି˚ହ
ସି˚ହ
ବିଭିନ୍ନ ଯୋଜନା କରିବେ ସିନା ପାଦେ ମାତ୍ର ଆଗକୁ ଯାଇ ପାରିବେ ନାହିଁ । ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇବେ ନାହିଁ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କଲେ ଫଳ ଓଲଟା ପାଇବେ। କ୍ରୀଡା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରି ଖୁସି ହେବେ।
କନ୍ୟା
ଆଜି କିଛି ପାଇବାକୁ ହେଲେ କିଛି ଦେବାକୁ ଚେଷ୍ଟା କରନ୍ତୁ, ଅନ୍ୟଥା ନିରାଶରେ ଘୂରି ବୁଲିବାକୁ ପଡିବ। ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ । ଆଳସ୍ୟ ଯୋଗୁଁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି ।
ତୁଳା
ତୁଳା
ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି ମାନସିକ ଭାରସାମ୍ୟ ହରାଇବେ। ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ କରିପାରିବେନି । ଶତ୍ରୁଠାରୁ ଦୂରତା ରଖି କାମ ନ କଲେ ହଇରାଣ ହେବେ। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବ। ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ ।
ବିଛା
ବିଛା
ଦୀର୍ଘଦିନ ଧରି ଅଟକି ରହିଥିବା କାମ ଜଣେ ବନ୍ଧୁଙ୍କ ସହାୟତାରେ ହୋଇଯିବ। ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରି ସଫଳତା ପାଇବେ । ପରିବାର ସଦସ୍ୟ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ । ପଡୋଶୀଙ୍କ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ ।
ଧନୁ
ଧନୁ
କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ପିଲାମାନଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱରେ ଆନନ୍ଦିତ ହେବେ । ଯାତ୍ରା ପୂର୍ବରୁ ଗାଡିକୁ ପରଖି ନିଅନ୍ତୁ। ଆପଣଙ୍କ ସମ୍ପର୍କରେ ବନ୍ଧୁଗହଣରେ ଟୁପ୍ ଟାପ୍ କଥା ଶୁଣି ମନରେ ଛନକା ପଶିପାରେ ।
ମକର
ମକର
ହଠାତ୍ କାୈଣସି ଖବର ପାଇ ବିଚଳିତ ହେବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢାରେ ସୁଫଳ ପାଇବେ । ଘରେ ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ଓ କଥାରେ ସଂଯମତା ରକ୍ଷା ନ କଲେ କଳହ ସୃଷ୍ଟି ହେବ । ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି । ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ର, ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ମୀନମୀନ
କର୍ମ କ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କହାନି ଚିନ୍ତାର କାରଣ ହେବ । ପିଲାମାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ମନ ଅସ୍ଥିର ରହିବ । ପ୍ରତ୍ୟେକ କ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପରିସ୍ଥିତି ବଶତଃ ଧାରକରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri