Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ
ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ। ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକଲେ ଉପକୃତ ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ ସୁଯୋଗ ପାଇବେ।
ବୃଷ
ବୃଷ
ସହକର୍ମୀଙ୍କ ସହାନୁଭୂତି ଯୋଗୁ କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି ପଡ଼ୋଶୀ ସହଯୋଗର ହାତ ବଢ଼ାଇପାରନ୍ତି। କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ ଘରୋଇ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ପୂର୍ବ କଳହକୁ କେନ୍ଦ୍ର କରି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ଆଜି ଆଶା ପୂରଣ ହେବାରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିବ। ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ ସତ୍ୟ କହି ତିକ୍ତତା ସୃଷ୍ଟି କରିପାରନ୍ତି। ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
କାର୍ଯ୍ୟହାନି କାରଣରୁ ମାନସିକ ଅସି୍ଥରତା ମଧ୍ୟରେ ସମୟ ଅତିବାହିତ କରାଇବେ। ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଉପୁଜିପାରେ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ବିଭିନ୍ନ ଯୋଜନା ସକାଶେ ଚିନ୍ତାକଲେ ମଧ୍ୟ ପ୍ରତିକୂଳ ପାରିପାର୍ଶ୍ୱିକ ସ୍ଥିତି ତାହା କରାଇଦେଇ ନ ପାରେ। ଋଣ ପରିଶୋଧ କରିବାର ରାସ୍ତା ଖୋଜି ପାଇପାରିବେ ନାହିଁ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରିବା ଦ୍ୱାରା ଓଲଟାଫଳ ପାଇବେ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି।
କନ୍ୟା
ମଙ୍ଗଳ ଷଷ୍ଠସ୍ଥ ହେତୁ ଭ୍ରାତୃ ବିବାଦ କିମ୍ବା ଜମିଜମା ବିବାଦର ଆଶଙ୍କା ଦେଖାଦେବ। ଆଜି କିଛି ପାଇବାର ଆଶା ରଖିଲେ କିଛି ଦେବାକୁ ଚେଷ୍ଟା କରନ୍ତୁ। ଜମା ପଡ଼ୁନଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ।
ତୁଳା
ତୁଳା
ସାମାନ୍ୟ ପ୍ରତିବନ୍ଧକ ମଧ୍ୟରେ ଈପ୍ସିତ ବସ୍ତୁ କିମ୍ବା ବନ୍ଧୁଙ୍କ ନିକଟରୁ ଅର୍ଥପ୍ରାପ୍ତି ହେବ। ବିଭିନ୍ନ ଚିନ୍ତା ଓ କଳ୍ପନା କରି ଆଜିର ସମୟ କଟାଇପାରନ୍ତି। ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରିପାରିବେନି। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବା ଫଳରେ ଅସନ୍ତୋଷ ଓ ବ୍ୟସ୍ତତା ବଢ଼ିଯାଇପାରେ।
ବିଛା
ବିଛା
ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟରୁ ଆଶା କରିଥିବା ଜିନିଷଟି ପାଇପାରିବେ। ଆକସ୍ମିକ ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପ୍ରଯନତ୍ କରିବେ। ନିଜ ପରିବାରର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ପଡ଼ୋଶୀଙ୍କ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ
ଧନୁ
ଶାରୀରିକ ସୁସ୍ଥତା ବ୍ୟାହତ ହେବା କାରଣରୁ କାମଗୁଡ଼ିକ ଅଟକି ରହିଯାଇପାରେ। ପିଲାଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱର ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। କୌଣସି ଅସୁବିଧା ନ ହେଲେ ମଧ୍ୟ ପୂର୍ବର ବିବାଦୀୟ ସ୍ଥିତିକୁ କେନ୍ଦ୍ରକରି ମନ ଅସ୍ଥିର ରହିବ।
ମକର
ମକର
ଦୀର୍ଘଦିନାନ୍ତେ ପ୍ରିୟବନ୍ଧୁଟିର ସାନ୍ନିଧ୍ୟ ଲାଭ କରି ଏକପ୍ରକାର ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତିରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ।
କୁମ୍ଭ
କୁମ୍ଭ
ନିଜ ଲୋକଙ୍କ ପରୋକ୍ଷ ବିରୋଧାଚରଣ ବେଶି ବାଧିବ। ଧନହାନି ସାଙ୍ଗକୁ ପରିବହନରେ କଳହର ସୂତ୍ରପାତ ଘଟିପାରେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ନିଜ ପାଇଁ କୌଣସି ଅସୁବିଧା ନ ଥିଲେ ମଧ୍ୟ ପିଲାଙ୍କ ସ୍ବାସ୍ଥ୍ୟହାନି କାରଣରୁ ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ଯାତ୍ରା ସମୟରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରିବେ।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri