Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ
ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ। ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକଲେ ଉପକୃତ ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ ସୁଯୋଗ ପାଇବେ।
ବୃଷ
ବୃଷ
ସହକର୍ମୀଙ୍କ ସହାନୁଭୂତି ଯୋଗୁ କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି ପଡ଼ୋଶୀ ସହଯୋଗର ହାତ ବଢ଼ାଇପାରନ୍ତି। କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ ଘରୋଇ କାମ ଠିକ୍‌ ସମୟରେ କରିପାରିବେ ନାହିଁ। ପୂର୍ବ କଳହକୁ କେନ୍ଦ୍ର କରି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ଆଜି ଆଶା ପୂରଣ ହେବାରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିବ। ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ ସତ୍ୟ କହି ତିକ୍ତତା ସୃଷ୍ଟି କରିପାରନ୍ତି। ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
କାର୍ଯ୍ୟହାନି କାରଣରୁ ମାନସିକ ଅସି୍ଥରତା ମଧ୍ୟରେ ସମୟ ଅତିବାହିତ କରାଇବେ। ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଉପୁଜିପାରେ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ବିଭିନ୍ନ ଯୋଜନା ସକାଶେ ଚିନ୍ତାକଲେ ମଧ୍ୟ ପ୍ରତିକୂଳ ପାରିପାର୍ଶ୍ୱିକ ସ୍ଥିତି ତାହା କରାଇଦେଇ ନ ପାରେ। ଋଣ ପରିଶୋଧ କରିବାର ରାସ୍ତା ଖୋଜି ପାଇପାରିବେ ନାହିଁ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରିବା ଦ୍ୱାରା ଓଲଟାଫଳ ପାଇବେ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି।
କନ୍ୟା
ମଙ୍ଗଳ ଷଷ୍ଠସ୍ଥ ହେତୁ ଭ୍ରାତୃ ବିବାଦ କିମ୍ବା ଜମିଜମା ବିବାଦର ଆଶଙ୍କା ଦେଖାଦେବ। ଆଜି କିଛି ପାଇବାର ଆଶା ରଖିଲେ କିଛି ଦେବାକୁ ଚେଷ୍ଟା କରନ୍ତୁ। ଜମା ପଡ଼ୁନଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ।
ତୁଳା
ତୁଳା
ସାମାନ୍ୟ ପ୍ରତିବନ୍ଧକ ମଧ୍ୟରେ ଈପ୍ସିତ ବସ୍ତୁ କିମ୍ବା ବନ୍ଧୁଙ୍କ ନିକଟରୁ ଅର୍ଥପ୍ରାପ୍ତି ହେବ। ବିଭିନ୍ନ ଚିନ୍ତା ଓ କଳ୍ପନା କରି ଆଜିର ସମୟ କଟାଇପାରନ୍ତି। ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରିପାରିବେନି। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବା ଫଳରେ ଅସନ୍ତୋଷ ଓ ବ୍ୟସ୍ତତା ବଢ଼ିଯାଇପାରେ।
ବିଛା
ବିଛା
ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟରୁ ଆଶା କରିଥିବା ଜିନିଷଟି ପାଇପାରିବେ। ଆକସ୍ମିକ ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପ୍ରଯନତ୍ କରିବେ। ନିଜ ପରିବାରର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ପଡ଼ୋଶୀଙ୍କ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ
ଧନୁ
ଶାରୀରିକ ସୁସ୍ଥତା ବ୍ୟାହତ ହେବା କାରଣରୁ କାମଗୁଡ଼ିକ ଅଟକି ରହିଯାଇପାରେ। ପିଲାଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱର ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। କୌଣସି ଅସୁବିଧା ନ ହେଲେ ମଧ୍ୟ ପୂର୍ବର ବିବାଦୀୟ ସ୍ଥିତିକୁ କେନ୍ଦ୍ରକରି ମନ ଅସ୍ଥିର ରହିବ।
ମକର
ମକର
ଦୀର୍ଘଦିନାନ୍ତେ ପ୍ରିୟବନ୍ଧୁଟିର ସାନ୍ନିଧ୍ୟ ଲାଭ କରି ଏକପ୍ରକାର ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତିରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ।
କୁମ୍ଭ
କୁମ୍ଭ
ନିଜ ଲୋକଙ୍କ ପରୋକ୍ଷ ବିରୋଧାଚରଣ ବେଶି ବାଧିବ। ଧନହାନି ସାଙ୍ଗକୁ ପରିବହନରେ କଳହର ସୂତ୍ରପାତ ଘଟିପାରେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ନିଜ ପାଇଁ କୌଣସି ଅସୁବିଧା ନ ଥିଲେ ମଧ୍ୟ ପିଲାଙ୍କ ସ୍ବାସ୍ଥ୍ୟହାନି କାରଣରୁ ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ଯାତ୍ରା ସମୟରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରିବେ।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri