Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୧୪ ତାରିଖ– Daily Horoscope

ମେଷ
ବହୁତ ଦିନରୁ ଚିନ୍ତା କରିପାରି ନ ଥିବା କାମଟିକୁ ଆଜି ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ନିର୍ଦ୍ଦିଷ୍ଟ ସମୟରେ ବନ୍ଧୁଙ୍କ ଉପସ୍ଥିତିର ଅଭାବକୁ ନେଇ କ୍ଷୋଭ ପ୍ରକାଶ କରିପାରନ୍ତି। ପରିବାରରେ ମନୋମାଳିନ୍ୟଜନିତ ବିବାଦ ବଢ଼ିପାରେ। ଯାହା କରନ୍ତୁ ନା କାହିଁକି ସ୍ବାସ୍ଥ୍ୟପ୍ରତି ସଚେତନ ରହି କାମ କରିବା ଭଲ ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ନିଜ ଲୋକମାନେ କ୍ରମଶଃ ଦୂରେଇ ଯାଉଥିବାର ଲକ୍ଷ୍ୟ କରିବେ। ଆର୍ଥିକ ସମସ୍ୟା ଦୂରେଇବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି। ନିକଟ ଅତୀତର ପରିସ୍ଥିତିକୁ ଯେତିକି ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ବ୍ୟବସାୟ, ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆଜି କାମ ହାସଲ ସକାଶେ ସମ୍ପର୍କୀୟଙ୍କ ଆବଶ୍ୟକତା ଅନୁଭବ କରିବେ। ଜଣେ ବନ୍ଧୁଙ୍କଠାରୁ ହାତ ଉଧାରି ଟଙ୍କା ଆଣିପାରନ୍ତି। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ସପକ୍ଷରେ ମତ ଦେବେ। ଛୋଟ ଘଟଣାକୁ ଗୁରୁତର ମନେକରି ଭାବପ୍ରବଣ ହୋଇପାରନ୍ତି।
କର୍କଟ
କର୍କଟ
ଆଜିର ଯାତ୍ରା ସମୟରେ ଅଜଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଠିକ୍‌ ହେବ। ପରୋକ୍ଷ ଶତ୍ରୁତା ପ୍ରତି ସାବଧାନ ନ ରହିଲେ ଅସୁବିଧାର ସମ୍ମୁଖୀନ ହେବେ। ସଭାସମିତି, ପରିବହନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ସି˚ହ
ସି˚ହ
ଅଧିକାଂଶ ସମୟ ବାହାରେ ରହିବା କାରଣରୁ ମନ ଚିନ୍ତାକୁଳ ହେବ। କାମଗୁଡ଼ିକ ବହୁତ ବିଳମ୍ବରେ ହେଉଥିବାରୁ ଉଦ୍‌ବେଗ ପ୍ରକାଶ କରିବେ। କାର୍ଯ୍ୟବ୍ୟସ୍ତ ଯୋଗୁ ମଉଜ କରିବାକୁ ଅବସର ପାଇବେ ନାହିଁ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ କରିବାକୁ ବାଧ୍ୟ ହୋଇପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ନିକଟ ପରିସରରେ ଆୟୋଜିତ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ମନରେ ବିଭିନ୍ନ ଭାବନା ହେତୁ ସବୁ ସମୟରେ ଆନମନା ରହିପାରନ୍ତି। ପରିବାରର ଅବସ୍ଥାକୁ ଦେଖି ବ୍ୟବସ୍ଥା କରନ୍ତୁ, ନତୁବା ଅନାକାଂକ୍ଷିତ ସମସ୍ୟା ଦେଖାଦେଇପାରେ। ସମୟକୁ ଅପେକ୍ଷା କରନ୍ତୁ, ବାଟରୁ ଆପଣ କହିଥିବା ଜିନିଷଟି ଧରି ବନ୍ଧୁ ନିଶ୍ଚୟ ଆସିବେ। ବ୍ୟବସାୟରେ କ୍ଷତିର ସମ୍ଭାବନା ପ୍ରାୟତଃ ନାହିଁ କହିଲେ ଚଳେ।
ବିଛା
ବିଛା
ସମସ୍ୟାର ଯଥାବିଧି ସମାଧାନ ପାଇଁ ତପତ୍ରତା ପ୍ରକାଶ କରି ସଫଳ ହେବେ। ଆକସ୍ମିକ ଭାବେ ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟରେ ବିଭିନ୍ନ ସମସ୍ୟା ମାନସିକ ଦୁଶ୍ଚିନ୍ତା ବୃଦ୍ଧିକରିବ। ସମ୍ପର୍କୀୟମାନେ ଉପର ମନରେ ସ୍ନେହ, ଶ୍ରଦ୍ଧା ଦେଖାଇ ଭିତରେ ଚେର କାଟିପାରନ୍ତି।
ଧନୁ
ଧନୁ
ଚିନ୍ତା କରିଥିବା ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ନାହିଁ। ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ରାଜନୈତିକ କ୍ଷେତ୍ରରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମସ୍ୟାକୁ ଦୃଢ଼ ହସ୍ତରେ ଦମନ କରିବାର ବିଫଳ ପ୍ରୟାସ କରିପାରନ୍ତି।
ମକର
ମକର
ସ୍ବାସ୍ଥ୍ୟ ସମସ୍ୟା ମନକୁ ବିଶେଷ ଭାବରେ ବିଚଳିତ କରିବାର ଆଶଙ୍କା ରହିଛି। ଅନ୍ୟର ମନ ଅନୁଯାୟୀ କାମ କରି କର୍ମକ୍ଷେତ୍ରରେ ବାହାବା ନେଇପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢ଼ାଇବାର ସମ୍ଭାବନା ରହିଛି। ନିର୍ମାଣ, ମରାମତି କାମ ଓ ପ୍ରତିଟି ପଦକ୍ଷେପରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଆର୍ଥିକ ପ୍ରଗତି କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ମାଙ୍ଗଳିକ କାମ ପ୍ରସ୍ତୁତିରେ ପ୍ରତିବେଶୀଙ୍କ ସାହାଯ୍ୟ ଓ ସହଯୋଗରୁ ଉପକୃତ ହେବେ। ଏଣୁ ତେଣୁ ଗୁଡାଏ ଖାଦ୍ୟ ଖାଇ ପେଟ ଗୋଳମାଳ ଓ ଅଜୀର୍ଣ୍ଣଜନିତ ବ୍ୟାଧିକୁ ଆମନ୍ତ୍ରଣ କରିପାରନ୍ତି। ରାଜନୀତି, ପ୍ରଶାସନ ତଥା ବ୍ୟବସାୟ ପାଇଁ ଦିନଟି ବହୁତ ଭଲ।
ମୀନମୀନ
ବହୁତ ପରିଶ୍ରମ କରିବା କାରଣରୁ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ଅବହେଳା ଜନିତ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରି ପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ପାରିବାରିକ ବ୍ୟତିକ୍ରମକୁ ସୁଧାରି ନେବାର ପ୍ରଯତ୍ନ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri