Posted inRasifala

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ
ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ ବିବାଦ ସମାଧାନର ରାସ୍ତା ସୁଗମ ହେବ। ବାରମ୍ବାର ପ୍ରତିରୋଧର ସାମ୍‌ନା କରି କଷ୍ଟ ସ୍ବୀକାର ପୂର୍ବକ କାମଟିକୁ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି।
ବୃଷ
ବୃଷ
ବର୍ତ୍ତମାନର ପରିସ୍ଥିତି ଆପଣଙ୍କୁ କର୍ମଧାରାରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରିବ। ପାରିବାରିକ ସମସ୍ୟା ମଧ୍ୟରେ ବ୍ୟତିବ୍ୟସ୍ତ ହୋଇପାରନ୍ତି। ସହକର୍ମୀଙ୍କ ସହଯୋଗରୁ ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ନୂତନ ବନ୍ଧୁସମ୍ପର୍କ ସ୍ଥାପନ ଦିଗରେ ଆଉ ଦୁଇ ପାଦ ଆଗକୁ ବଢ଼ିପାରନ୍ତି।
ମିଥୁନ
ମିଥୁନ
ସହକର୍ମୀଙ୍କ ଦ୍ୱାରା ଅଟକିଥିବା କାମ କଥା ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ହୋଇପାରେ। ଯାନବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କାମରେ ସମସ୍ୟା ଲାଗି ରହିବ। ପଡ଼ୋଶୀଙ୍କ ସହ ଏକ ସାମାନ୍ୟ କାରଣରୁ ବିତର୍କଜନିତ କଳହ ଘଟିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ସାଙ୍ଗକୁ ଅଭିଳଷିତ କାର୍ଯ୍ୟ ହାସଲ କରିବେ। ପାରିବାରିକ ଶୃଙ୍ଖଳା ରକ୍ଷା ଦିଗରେ ଅଭିଜ୍ଞତା ଓ ଦୂରଦର୍ଶିତା ବହୁ ମାତ୍ରାରେ ସାହାଯ୍ୟ କରିବ। ପ୍ରଶାସନ, ଅଦାଲତ, ସଭାସମିତି ଓ ଧର୍ମାନୁଷ୍ଠାନ ଦିଗରୁ ଉପକୃତ ହେବେ। ପ୍ରତିବନ୍ଧକ କାରଣରୁ ଆଜିର କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ।
ସି˚ହ
ସି˚ହ
ପରିବାରରେ ଭୁଲ୍‌ ବୁଝାମଣା ବଢ଼ି ଚାଲିଥିବାରୁ ସମ୍ପର୍କ ହାନି ଆଶଙ୍କା ରହିଛି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ। ସାମାଜିକ ସ୍ତରରେ ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ। ପରୋକ୍ଷ ଶତ୍ରୁତା କିମ୍ବା କ୍ରନିକ୍‌ ରୋଗଜନିତ ପୀଡ଼ା ଅନୁଭବ କରିପାରନ୍ତି।
କନ୍ୟା
ଅତୀତର ବିବାଦକୁ କେନ୍ଦ୍ରକରି ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିପାରନ୍ତି। କ୍ରୀଡ଼ା, ସଙ୍ଗୀତ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବାରୁ ମାନସିକ ସ୍ଥିରତା ରହି ନ ପାରେ। ବନ୍ଧୁଙ୍କ ସହାୟତାରେ ହସ୍ତା ନକ୍ଷତ୍ରର କର୍ମକ୍ଷେତ୍ରରେ ଟେନସନ୍‌ ଦୂର ହୋଇଯିବ। ସ୍ଥଗିତ କାମକୁ ସମ୍ପନ୍ନ କରିବା କ୍ଷେତ୍ରରେ କ୍ଳାନ୍ତ ଅନୁଭବ କରିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ଓ ବିଶୃଙ୍ଖଳିତ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ଆଲୋଚନା ପ୍ରସଙ୍ଗରେ ମତଦୈଧ କିମ୍ବା ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ଜଞ୍ଜାଳ ବୃଦ୍ଧି ଘଟିଥିବାରୁ ଜମା ଫୁରୁସତ୍‌ ପାଇପାରିବେ ନାହିଁ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି। ନିଜର ପରିଜନ କିମ୍ବା ବନ୍ଧୁଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ। ପିଲାମାନଙ୍କ ସକାଶେ କିଛିଟା ଅନ୍ତର୍ଦ୍ୱନ୍ଦ୍ୱ ଭିତର ଦେଇ ଗତି କରିପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅଟକିଥିବା କାମ ହାସଲରେ ସଫଳ ହେବେ। କୌଣସି ବ୍ୟକ୍ତିଠାରୁ କିଛି ଅସମର୍ଥିତ କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ନୂତନ କର୍ମସସ୍ଥାନ ପାଇଁ ମନ ବଳିବ ଏବଂ ଏଥିପାଇଁ ଜଣାଶୁଣା ବ୍ୟକ୍ତିଙ୍କ ପରାମର୍ଶ ଗ୍ରହଣଯାଗ୍ୟ ହେବ। ଆଜିର ପ୍ରତ୍ୟୁଷ ଯାତ୍ରା, ଆନୁଷ୍ଠାନିକ କାର୍ଯ୍ୟ ଏବଂ ବନ୍ଧୁମିଳନରୁ ଖୁସି ଅନୁଭବ କରିବେ।
ମକର
ମକର
ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇଲେ ମଧ୍ୟ ଅସ୍ଥିରତା ଦେଖାଦେବାର ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା ବିଫଳ ହେବ ନାହିଁ। ପରିବାରରେ ପରସ୍ପର ମତପାର୍ଥକ୍ୟ କାରଣରୁ ଶାନ୍ତି ଭଗ୍ନ ହୋଇପାରେ। ସଭାସମିତିରେ ବନ୍ଧୁମିଳନ, ସ୍ଥଗିତ କାର୍ଯ୍ୟ, ବିକ୍ରୟ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହୋଇପାରିବେ।
କୁମ୍ଭ
କୁମ୍ଭ
 କର୍ମକ୍ଷେତ୍ରରେ ବିବାଦୀୟ କଥାରେ ମୁଣ୍ଡ ପୂରାଇଲେ ସମସ୍ୟା ଭିତରକୁ ଟାଣି ହୋଇଯିବେ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେଇ କାମ ହାସଲରେ ସାହାଯ୍ୟ କରିବେ। ପରିବାରରେ ପିଲାମାନଙ୍କ କୃତି ଏବଂ କୃତିତ୍ୱରୁ ନିଜକୁ ଗୌରବାନ୍ବିତ ମନେକରିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରିଯିବାର ସୂଚନା ରହିଛି।
ମୀନମୀନ
କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ବିବ୍ରତ ହେବେ। ପରୋକ୍ଷ ଶତ୍ରୁତାରୁ ସାମାଜିକ ସ୍ତରରେ ନୀଚ ବର୍ଗଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri