Posted inRasifala

ରାଶିଫଳ: ଗୁରୁବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ
ଆଜିର କାଳସର୍ପ ଯୋଗ ବିଭିନ୍ନ କ୍ଷେତ୍ରରେ ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ଦ୍ୱିଜା ନକ୍ଷତ୍ର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି। ସମ୍ପର୍କୀୟଙ୍କ ଉପରେ ଭରସା କରି କୌଣସି କାମ କରିପାରିବେ ନାହିଁ।
ବୃଷ
ବୃଷ
ଦୁଃସ୍ଥାନସ୍ଥ ରବି ଓ ଶୁକ୍ର ପ୍ରଭାବରୁ ପ୍ରଶଂସା ବଦଳରେ ଅପଚର୍ଚ୍ଚିତ ହେବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିପାରିବେ। କୌଣସି ଆନୁଷ୍ଠାନିକ କାର୍ଯ୍ୟରେ କିମ୍ବା ସଭାସମିତିରେ ଯୋଗଦେଇପାରନ୍ତି। ସଙ୍ଗୀତ କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ।
ମିଥୁନ
ମିଥୁନ
ବନ୍ଧୁ ଅଯଥା ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି, କିନ୍ତୁ କୌଣସି ଅସୁବିଧା ହେବନି। ପୂର୍ବ ଯୋଜନା ଅନୁଯାୟୀ କର୍ମ କରି ଚାଲିଲେ ସଫଳତା ପାଇବେ। ଅଷ୍ଟମସ୍ଥ ବୁଧଙ୍କ ଯୋଗୁଁ ପୁରାତନ ରୋଗର ପୀଡା କାମ କରିବାକୁ ନିରୁତ୍ସାହିତ କରିବ। ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ।
କର୍କଟ
କର୍କଟ
କେତୁନକ୍ଷତ୍ରସ୍ଥ ମଙ୍ଗଳ ହେତୁ କର୍ମକ୍ଷେତ୍ରରେ କଷ୍ଟ ସ୍ବୀକାର କରିବାକୁ ପଡିବ। ନିଜେ ଅସୁବିଧାରେ ଚଳୁଥିଲେ ମଧ୍ୟୁ ବନ୍ଧୁଙ୍କ କାମରେ ଯଥାସାଧ୍ୟ ସାହାଯ୍ୟ କରିବେ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଅପରାହ୍ନରେ ବନ୍ଧୁଟି ଅଭିମାନ ଭରା କଥା କହି ଦୁଃଖ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ। ପାପଗ୍ରହଙ୍କ କୁପ୍ରଭାବରୁ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ, ପ୍ରଶାସନରେ କିଛି ଅସୁବିଧା ହେବନି। ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
କନ୍ୟା
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ କେନ୍ଦ୍ର କରି ମାନସିକ ଅସ୍ଥିର ରହିବ। ଆଜି କୋଣଭାବସ୍ଥ ଚତୁଃଗ୍ରହ ପ୍ରଭାବରୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। କୌଣସି କର୍ମଚାରୀ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ବୁଝିପାରନ୍ତି। ବ୍ୟବସାୟ, ପରିବହନ, ମାଲିମକଦ୍ଦମାରେ ସଫଳତା ହାସଲ କରିବେ।
ତୁଳା
ତୁଳା
ଗୁରୁଙ୍କ ଦୁର୍ବଳତା କାରଣରୁ କୌଣସି ଦୀର୍ଘ ମିଆଦି ଯୋଜନା ଫସର ଫାଟିଯିବ। ଯେତେ ଭଲ କାମ କଲେ ସୁଧା ସହକର୍ମୀମାନେ ଅନ୍ୟର କଥା ଶୁଣି ଦୂରେଇ ରହିବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହେବ। ଆଜି ଇଛା ନ ଥିଲେ ମଧ୍ୟ ହଠାତ୍ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।
ବିଛା
ବିଛା
ଏକାଧିକ ଗ୍ରହ ଭାଗ୍ୟସ୍ଥାନକୁ ଦେଖୁଥିବାରୁ କୌଣସି ମହତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ପ୍ରଶଂସିତ ହେବେ। ବିଭିନ୍ନ କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି। ସାହିତ୍ୟ, ସଂଗୀତ, କଳା, କ୍ରୀଡା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କଲେ ପରେ ଚିନ୍ତା କରିବାକୁ ପଡିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି। ବ୍ୟବସାୟ, ବାଣିଜ୍ୟରେ କ୍ଷତିର ଭରଣା କରିବା ସକାଶେ ପ୍ରଯତ୍ନ କରିପାରନ୍ତି। ବିବାଦୀୟ ଘଟଣାରେ ନୀରବ ରହିଯିବା ଏକ ପ୍ରକାର ଭଲ ହେବ।
ମକର
ମକର
ଆଜି ଆପଣଙ୍କ ରାଶିରେ ଚତୁଃଗ୍ରହକୂଟ ଯୋଗୁ ସ୍ବାସ୍ଥ୍ୟହାନୀ ସଙ୍ଗକୁ ଚିନ୍ତାଧାରାରେ ବ୍ୟତିକ୍ରମ ସୃଷ୍ଟିହେବ। ବନ୍ଧୁଙ୍କ ସହାୟତାରେ ସାହିତ୍ୟ, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହେବ। ବନ୍ଧୁ ଅଯଥା ଦୋଷାରୋପ କରିପାରନ୍ତି। ଭୁଲ୍ ବୁଝାମଣା ଯୋଗୁଁ ପରିବାର ଭିତରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ପାରିବାରିକ ଶୃଙ୍ଖଳା ରକ୍ଷା କରିବବାକୁ ଯାଇ ବହୁିତ କଷ୍ଟ ସ୍ବୀକାର କରିବାକୁ ପଡିପାରେ। ଶନିଯୁକ୍ତ ଚନ୍ଦ୍ର ହେତୁ କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବା ଦୁଶ୍ଚିନ୍ତାର କାରଣ ପାଲଟି ଯିବ। ଶିଳ୍ପ, ବାଣିଜ୍ୟ, ପରିବହନ, ମକଦମା, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ର ମନ୍ଦ ହେବନି।
ମୀନମୀନ
ଆଜି ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। କୌଣସି ବନ୍ଧୁ ପ୍ରତିଶୃତି ଦେଇ ମଧ୍ୟ ଆସି ନପାରନ୍ତି ଯାହାକି ବିରକ୍ତିର କାରଣ ହୋଇପାରେ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବା କାରଣରୁ ଚିନ୍ତା ବୃଦ୍ଧି ପାଇବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri