Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କୀୟ ବାଦାନୁବାଦ ହେତୁ ମନ ବିଷାକ୍ତ ରହିବ। କର୍ମକ୍ଷେତ୍ରରେ ବହୁତ ଦିନରୁ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହୋଇଯିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ, ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେବ।
ବୃଷ
ବୃଷ
କୌଣସି କାମ ସକାଶେ ବାରମ୍ବାର ଚେଷ୍ଟା କରି ମଧ୍ୟ ଅସଫଳତା ହେତୁ ଲଘୁକ୍ରୋଧ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପୁରୁଣା ଗୃହ, ଜମିଜମା, ଗାଡ଼ିମୋଟର କ୍ରୟ ବିକ୍ରୟରୁ ଭଲ ଲାଭ ପାଇବେ।
ମିଥୁନ
ମିଥୁନ
ସାଧାରଣ ଘଟଣାରେ ଝଗଡ଼ା ଲାଗି ମାନସିକ ସ୍ଥିତି ବିଗିଡ଼ି ଯାଇପାରେ। ବାରମ୍ବାର କ୍ଷତିଗ୍ରସ୍ତ ହୋଇ ବ୍ୟବସାୟରେ କିଛି ନୂତନ ପଦକ୍ଷେପ ନେବା ସକାଶେ ଚିନ୍ତା କରିବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିପାରନ୍ତି। ବହୁ ବିଳମ୍ବରେ ହେଲେ ମଧ୍ୟ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ।
କର୍କଟ
କର୍କଟ
ଆଜି ଦିନଟିରେ ଯାହା କରିବେ ସଫଳତା ନିଶ୍ଚିତ ପାଇବେ। ଦୂରଯାତ୍ରା ଓ ବନ୍ଧୁ ମିଳନରୁ ସାମୟିକ ଆନନ୍ଦ ଅନୁଭବ କରିବେ। ଦୀର୍ଘଦିନର ଆଶା ଫଳବତୀ ହେବ, କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ସି˚ହ
ସି˚ହ
ଦୀର୍ଘ ଦିନର ସୁଚିନ୍ତିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମ ଅଟକିବ ନାହିଁ। ବନ୍ଧୁଗହଣରେ ଆଲୋଚନା ପରିସରରେ ଅପ୍ରିୟ ସତ କଥା କହି ବିରୋଧୀ ହୋଇ ପାରନ୍ତି। ସହକର୍ମୀମାନେ ଯଥାର୍ଥ ସହଯୋଗ କରି ଆନୁଷ୍ଠାନିକ କାମକୁ ବଢ଼ାଇ ନେବେ।
କନ୍ୟା
ନିଜର ବନ୍ଧୁମାନଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି। କଳା, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ପାଖ ପଡ଼ୋଶୀଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ହେତୁ ସାମୟିକ ଖୁସି ଅନୁଭବ କରିବେ। ଚେଷ୍ଟା କରୁଥିବା ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରିପାରନ୍ତି। ଭୁଲ୍‌ ଖବର ପାଇ ସାମୟିକ ବିବ୍ରତ ହେବାକୁ ପଡିପାରେ।
ବିଛା
ବିଛା
ସ୍ବାସ୍ଥ୍ୟହାନି କାରଣରୁ କୌଣସି କାମକୁ ଦୃଢ଼ତାର ସହ କରିବାକୁ ପଶ୍ଚାଦ୍‌ପଦ ହୋଇ ପାରନ୍ତି। ପୂର୍ବର କୌଣସି ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଗସ୍ତ ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଗୃହସୀମା ଓ ଜମିଜମା କାରବାର ସମ୍ପର୍କୀୟ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ।
ଧନୁ
ଧନୁ
ପରିସ୍ଥିତି ଅନୁକୂଳ ନ ହେଲେ ମଧ୍ୟ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ସ୍ବାସ୍ଥ୍ୟ ସମସ୍ୟା ଓ ମାନସିକ ଅବସାଦ ଯୋଗୁଁ  କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ଥାନୀୟ ଲୋକଙ୍କ ଦ୍ୱାରା ପରିବହନ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁ ଗହଣରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବାରେ ଅସୁବିଧା ହେବନାହିଁ।
ମକର
ମକର
ଆକସ୍ମିକ ଭାବରେ ବିଭିନ୍ନ ପ୍ରକାରର ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି। ଆଜିର ଅଧିକାଂଶ ସମୟ ବନ୍ଧୁମାନଙ୍କ ଗହଣରେ ଆଳାପ ଆଲୋଚନାରେ କଟାଇବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମରେ କିଛି ଅଭାବ ରହି ଯାଉଥିବାର ଅନୁଭବ କରିବେ। କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ, ଯଦ୍ଦ୍ବାରା କେତେକ କଟୂକ୍ତି ଶୁଣିବାକୁ ପଡିପାରେ। ଧନିଷ୍ଠା ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।
ମୀନମୀନ
ବନ୍ଧୁଙ୍କ ପରାମର୍ଶ ଅନୁସାରେ ସମସ୍ୟା ସମାଧାନ ଦିଗରେ ଚେଷ୍ଟା କରିପାରନ୍ତି। ନିଜ ଲୋକଙ୍କ ଈର୍ଷାପରାୟଣତା କାରଣରୁ ବିରାଧୀ ପକ୍ଷ ସକ୍ରିୟ ହୋଇ ଉଠିବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ଆନନ୍ଦ ଅନୁଭବ କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri