Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜି ସକାଳୁ ସକାଳୁ ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ। ବୃହସ୍ପତିଙ୍କ ଉଚ୍ଚାବସ୍ଥାନ ଦୃଷ୍ଟିକୋଣରୁ ସାମାଜିକ ସ୍ତରରେ ପ୍ରତିଷ୍ଠାଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମ ଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ସହାନୁଭୂତିରୁ ବିବାଦୀୟ ଘଟଣାର ସମାଧାନ ହେବ। ଧନ ସ୍ଥାନରେ ଗୁରୁଙ୍କ ଅବସ୍ଥିତିଜନିତ ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି ହେବନି।
ମିଥୁନ
ମିଥୁନ
ପାପଗ୍ରହ ଯୁକ୍ତ ଚନ୍ଦ୍ର ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି କରିବାର ଆଙ୍କା ରହିଛି। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସହ ପରୋକ୍ଷ ଶତ୍ରୁତା କର୍ମକ୍ଷେତ୍ରକୁ ବ୍ୟସ୍ତବହୁଳ କରିପାରେ।
କର୍କଟ
କର୍କଟ
ବିଭିନ୍ନ ସମସ୍ୟାକୁ ସାମ୍‌ନା କରି ବ୍ୟସ୍ତତା ବୃଦ୍ଧି ପାଇବ। ଅବଶ୍ୟ ଆମତୀୟ ସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ।
ସି˚ହ
ସି˚ହ
ଆଜି ଚେଷ୍ଟା କରୁଥିବା କାମ କଦାପି ବ୍ୟର୍ଥ ହେବ ନାହିଁ। ବୁଧଙ୍କ ପ୍ରଭାବରେ ଆକସ୍ମିକ ଭାବରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
କନ୍ୟା
ମୁଖଭାବସ୍ଥ ଗ୍ରହ ସମ୍ପର୍କରୁ ଲାଳିତ୍ୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ସଜାଡି ନେବେ। ତଥାପି ଶିକ୍ଷା, ସନ୍ତାନ ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାମତୀକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ ନତୁବା ଅସୁବିଧାରେ ପଡିପାରନ୍ତି। କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। ବୃହସ୍ପତିଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ ହ୍ରାସ ପାଇବାର ଅନୁଭବ କରିବେ। ଭୁଲ୍‌ ବୁଝାମଣାରୁ ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ବିଛା
ବିଛା
ବଳବାନ୍‌ ସ୍ବଗୃହୀ ମଙ୍ଗଳ ହେତୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବାରୁ ବ୍ୟବସାୟରେ ମନାନ୍ତର ଦେଖାଦେବ। ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବା ସାଙ୍ଗକୁ ପୁରସ୍କୃତ ମଧ୍ୟ ହୋଇପାରନ୍ତି। ଜମିଜମା କାରଣକୁ ନେଇ କୌଣସି ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ଧନୁ
ଧନୁ
ଶନିଙ୍କ ଦୁର୍ବଳତା କାରଣରୁ ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
ମକର
ମକର
ରାଶିକୁ ଦେବଗୁରୁ ପ୍ରଭାବିତ କରୁଥିବାରୁ ଯେଉଁ କାମରେ ହାତ ଦେବେ ସଫଳତା ପାଇବେ। ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ଘରେ ଆମୋଦ ପ୍ରମୋଦର ବାତାବରଣ ସୃଷ୍ଟି ହୋଇପାରେ। ଆଜିର ଦୂରଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିବାର ଆଶଙ୍କା ରହିଛି।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ଲାଗିରହିବା କାରଣରୁ ଶନିଙ୍କ ପ୍ରଭାବରୁ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାମତ୍ିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।
ମୀନମୀନ
ପାରିବାରିକ ଜୀବନରେ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ଅସୁବିଧା ରହିବ ନାହିଁ। ବୃହସ୍ପତିଙ୍କ ଦୁଃସ୍ଥିତିରୁ କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଅନ୍ୟମାନଙ୍କ କଥାକୁ ଗୁରୁ୍‌ତ୍ୱ ନ ଦେଇ କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?