Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସହାୟତାରେ କର୍ମକ୍ଷେତ୍ରରେ ନୈରାଶ୍ୟ କ୍ରମଶଃ ଦୂରେଇଯିବ। ଆପଣଙ୍କ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିପାରେ। ସହମତିତା କାରଣରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। କିନ୍ତୁ ଅପରାହ୍ନରେ ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ।
ବୃଷ
ବୃଷ

କର୍ମକ୍ଷେତ୍ରରେ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ର ଭଲରେ ଚାଲିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ।

ମିଥୁନ
ମିଥୁନ
ଛୋଟ ଛୋଟ କଥାକୁ ନେଇ ପରିବାର ଭିତରେ ତର୍କବିତର୍କ ଲାଗିପାରେ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। ଅଧିକ ପରିଶ୍ରମ କଲେ ମଧ୍ୟ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ହେତୁ ସାମୟିକ ଖୁସୀ ରହିପାରନ୍ତି। ଗୁରୁଜନଙ୍କ ପରାମର୍ଶରେ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ସି˚ହ
ସି˚ହ
ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। ତଥାପି ଯେ କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଆଲୋଚନା କାଳରେ ସତକଥା କହି ବିବାଦ ଘେରରେ ପଡିପାରନ୍ତି। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ପାରିବାରିକ କ୍ଷେତ୍ରରେ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରି ପାରନ୍ତି। ଉପର ଅଧିକାରୀମାନେ ଆପଣଙ୍କ ସହଯୋଗ ଆଶା କରି ପାରନ୍ତି।
ତୁଳା
ତୁଳା
ଆଜିର ଯାତ୍ରା, ନୂତନ କର୍ମାରମ୍ଭ, ସରକାରୀ କାମ, ଚୁକ୍ତିପତ୍ର ସକାଶେ ବହୁତ ଶୁଭଫଳ ପାଇବେ। କର୍ମକ୍ଷେତ୍ରରେ ଛୋଟବଡ ସମସ୍ୟାର ସରଳ ସମାଧାନ କରି ଏକପ୍ରକାର ଆନନ୍ଦ ଅନୁଭବ କରିବେ। ଜଣେ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ।
ବିଛା
ବିଛା
ଆପଣ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ ଚର୍ଚ୍ଚା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଧନୁ
ଧନୁ
ସାହାଯ୍ୟ ସହଯୋଗ ଲାଭକରି ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିପାରିବେ। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ପାଖ ପଡୋଶୀଙ୍କ ଶ୍ଳେଷାମତ୍କ କଥାକୁ ଠିକ୍‌ ଭାବେ ବୁଝିବା କଷ୍ଟକର ହୋଇପାରେ। ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର

ପରିବାରର ପରିସ୍ଥିତିକୁ ଆଖି ଆଗରେ ରଖି ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ,ଏହି କାରଣରୁ ପାଖ ମାଡି ନ ପାରନ୍ତି। ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ। ପିତା କିମ୍ବା ମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ଆଶ୍ୱସ୍ତି ଅନୁଭବ କରିବେ।

କୁମ୍ଭ
କୁମ୍ଭ
ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳିବ ଏବଂ ପାଇବେ ମଧ୍ୟ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢିଯିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ହରାଇପାରନ୍ତି। ଦୀର୍ଘ ଦିନର ଶତ୍ରୁତା କେତେକ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ମନରେ ଜାଗ୍ରତ ହୋଇପାରେ।
ମୀନମୀନ

କର୍ମ କ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡି ଯାଇଥିବ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆଦୈା ଦେଉ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri