Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ । ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଦୀର୍ଘଦିନର ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି ।
ବୃଷ
ବୃଷ

ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ନିକଟସ୍ଥ ପାଖ ପଡୋଶୀମାନେ ସହାୟତା ଆଶା କରିପାରନ୍ତି ।  ସଙ୍ଗୀତ କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ ।  ପାରିବାରିକ ଅଶାନ୍ତି କାରଣରୁ ଅନ୍ୟମନସ୍କ ରହିପାରନ୍ତି ।

ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ପ୍ରତିଯୋଗୀ କିମ୍ବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି ।  ପୂର୍ବ ଯୋଜନା ଅନୁଯାୟୀ କର୍ମ କରନ୍ତୁ ଅବଶ୍ୟ କେତେକାଂଶରେ ସଫଳତା ପାଇବେ ।  ପୁରାତନ ରୋଗର ପୀଡା କାମ କରିବାକୁ ନିରୁତ୍ସାହିତ କରିବ ।  ପରିବହନ ସକାଶେ ଦିନଟି ବହୁତ ଭଲ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର କଷ୍ଟ ସ୍ବୀକାର କରିବାକୁ ପଡିପାରେ ।  ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ ।  ଆଗନ୍ତୁକ ବନ୍ଧୁଟି ନିଜର ପାରିବାରିକ କ୍ଷେତ୍ରର ଅଭିମାନଭରା କଥା କହି ଦୁଃଖ କରିପାରନ୍ତି ।  ଆନୁଷ୍ଠାନିକ କାମରେ ତପତ୍ରତା ବୃଦ୍ଧିପାଇବ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ ।  ଆକସ୍ମିକ ଭାବରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ ।  ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯିବାର ଆଶଙ୍କା ରହିଛି ।  ସହଯୋଗୀଙ୍କ ଦ୍ୱାରା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
କନ୍ୟା
ପାରିବାରିକ ଅଶାନ୍ତି କାରଣରୁ ଚିନ୍ତାରେ ମାନସିକ ସ୍ଥିରତା ରହିବ ନାହିଁ ।  ଆଜିର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡିପାରେ ।  ଘରର ବରାଦ ଅନୁଯାୟୀ କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରିପାରନ୍ତି ।  ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନ ପୂରାଇବା ଭଲ ।
ତୁଳା
ତୁଳା
କେତେକ ଦୀର୍ଘ ମିଆଦୀ ଯୋଜନା ଫସର ଫାଟିଯିବା କାରଣରୁ ମନ ଭଲ ରହିବ ନାହିଁ ।  ବ୍ୟବସାୟରେ ଓ ପରିବହନରେ ସମସ୍ୟା ସମାଧାନ ହେବ ।  ଆଜି ହଠାତ୍‌ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ ।  ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ ।
ବିଛା
ବିଛା
ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି ।  ସାହିତ୍ୟ, ସଂଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ ।  ବିଶ୍ୱାସର ସହ କାମ କରି ଚାଲନ୍ତୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ ।  ସ୍ବାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନତୁବା ପରେ ଚିନ୍ତା କରିବାକୁ ପଡିବ ।
ଧନୁ
ଧନୁ
ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ ।  ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।  ବ୍ୟବସାୟ, ବାଣିଜ୍ୟରେ କ୍ଷତିର ଭରଣା କରିବା ସକାଶେ ପ୍ରଯତ୍ନ କରିପାରନ୍ତି ।  ବିବାଦୀୟ ଘଟଣାରେ ନୀରବ ରହିଯିବା ଏକ ପ୍ରକାର ଭଲ ହେବ ।
ମକର
ମକର

ଆଜି ଯେ କୌଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ ।  ବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ନ ହୋଇପାରେ ।  ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ ।  ଭୁଲ୍‌ ବୁଝାମଣା ଯୋଗୁ ପରିବାର ଭିତରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି ।

କୁମ୍ଭ
କୁମ୍ଭ
ପାରିବାରିକ ଶୃଙ୍ଖଳା ରକ୍ଷା କରିବବାକୁ ଯାଇ ବହୁିତ କଷ୍ଟ ସ୍ବୀକାର କରିବାକୁ ପଡିବ ।  ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ ।  କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇ ପାରନ୍ତି ।  କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହୟତାରୁ ଉପକୃତ ହେବାର ଅଅଶା ରହିଛି ।
ମୀନମୀନ

ପାରିବାରିକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବା ସକାଶେ ବାଧ୍ୟ ହୋଇ ପାରନ୍ତି ।  ଅଫିସ୍‌ କାମର ଜାଳ ବୃଦ୍ଧି ପାଇପାରେ ।  ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ ।  ଅସୁବିଧା ନହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ ।  ଆକସ୍ମିକଭାବରେ ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri