Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ । ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଦୀର୍ଘଦିନର ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି ।
ବୃଷ
ବୃଷ

ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ନିକଟସ୍ଥ ପାଖ ପଡୋଶୀମାନେ ସହାୟତା ଆଶା କରିପାରନ୍ତି ।  ସଙ୍ଗୀତ କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ ।  ପାରିବାରିକ ଅଶାନ୍ତି କାରଣରୁ ଅନ୍ୟମନସ୍କ ରହିପାରନ୍ତି ।

ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ପ୍ରତିଯୋଗୀ କିମ୍ବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି ।  ପୂର୍ବ ଯୋଜନା ଅନୁଯାୟୀ କର୍ମ କରନ୍ତୁ ଅବଶ୍ୟ କେତେକାଂଶରେ ସଫଳତା ପାଇବେ ।  ପୁରାତନ ରୋଗର ପୀଡା କାମ କରିବାକୁ ନିରୁତ୍ସାହିତ କରିବ ।  ପରିବହନ ସକାଶେ ଦିନଟି ବହୁତ ଭଲ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର କଷ୍ଟ ସ୍ବୀକାର କରିବାକୁ ପଡିପାରେ ।  ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ ।  ଆଗନ୍ତୁକ ବନ୍ଧୁଟି ନିଜର ପାରିବାରିକ କ୍ଷେତ୍ରର ଅଭିମାନଭରା କଥା କହି ଦୁଃଖ କରିପାରନ୍ତି ।  ଆନୁଷ୍ଠାନିକ କାମରେ ତପତ୍ରତା ବୃଦ୍ଧିପାଇବ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ ।  ଆକସ୍ମିକ ଭାବରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ ।  ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯିବାର ଆଶଙ୍କା ରହିଛି ।  ସହଯୋଗୀଙ୍କ ଦ୍ୱାରା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
କନ୍ୟା
ପାରିବାରିକ ଅଶାନ୍ତି କାରଣରୁ ଚିନ୍ତାରେ ମାନସିକ ସ୍ଥିରତା ରହିବ ନାହିଁ ।  ଆଜିର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡିପାରେ ।  ଘରର ବରାଦ ଅନୁଯାୟୀ କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରିପାରନ୍ତି ।  ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନ ପୂରାଇବା ଭଲ ।
ତୁଳା
ତୁଳା
କେତେକ ଦୀର୍ଘ ମିଆଦୀ ଯୋଜନା ଫସର ଫାଟିଯିବା କାରଣରୁ ମନ ଭଲ ରହିବ ନାହିଁ ।  ବ୍ୟବସାୟରେ ଓ ପରିବହନରେ ସମସ୍ୟା ସମାଧାନ ହେବ ।  ଆଜି ହଠାତ୍‌ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ ।  ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ ।
ବିଛା
ବିଛା
ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି ।  ସାହିତ୍ୟ, ସଂଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ ।  ବିଶ୍ୱାସର ସହ କାମ କରି ଚାଲନ୍ତୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ ।  ସ୍ବାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନତୁବା ପରେ ଚିନ୍ତା କରିବାକୁ ପଡିବ ।
ଧନୁ
ଧନୁ
ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ ।  ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।  ବ୍ୟବସାୟ, ବାଣିଜ୍ୟରେ କ୍ଷତିର ଭରଣା କରିବା ସକାଶେ ପ୍ରଯତ୍ନ କରିପାରନ୍ତି ।  ବିବାଦୀୟ ଘଟଣାରେ ନୀରବ ରହିଯିବା ଏକ ପ୍ରକାର ଭଲ ହେବ ।
ମକର
ମକର

ଆଜି ଯେ କୌଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ ।  ବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ନ ହୋଇପାରେ ।  ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ ।  ଭୁଲ୍‌ ବୁଝାମଣା ଯୋଗୁ ପରିବାର ଭିତରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି ।

କୁମ୍ଭ
କୁମ୍ଭ
ପାରିବାରିକ ଶୃଙ୍ଖଳା ରକ୍ଷା କରିବବାକୁ ଯାଇ ବହୁିତ କଷ୍ଟ ସ୍ବୀକାର କରିବାକୁ ପଡିବ ।  ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ ।  କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇ ପାରନ୍ତି ।  କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହୟତାରୁ ଉପକୃତ ହେବାର ଅଅଶା ରହିଛି ।
ମୀନମୀନ

ପାରିବାରିକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବା ସକାଶେ ବାଧ୍ୟ ହୋଇ ପାରନ୍ତି ।  ଅଫିସ୍‌ କାମର ଜାଳ ବୃଦ୍ଧି ପାଇପାରେ ।  ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ ।  ଅସୁବିଧା ନହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ ।  ଆକସ୍ମିକଭାବରେ ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର , ମେ ୫ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ଭ୍ରାତୃବର୍ଗ କିମ୍ବା ଆମତ୍ୀୟଙ୍କ ସହ ବିରୋଧଭାବ ଉଦ୍ରେକ କରିବାର ସୂଚନା ଜାଣିପାରିବେ। କୃତ୍ତିକା ନକ୍ଷତ୍ରର...

ରାଶିଫଳ: ଶନିବାର, ମେ ୪ ତାରିଖ – Daily Horoscope

ମେଷ ଆଜି ବନ୍ଧୁ ସମ୍ପର୍କହାନି, ସନ୍ତାନଙ୍କ ପାଇଁ ଦୁଶ୍ଚିନ୍ତା ଏବଂ କାମରେ ପ୍ରତିବନ୍ଧକ ଜନିତ ମନ ଅଶାନ୍ତ ରହିବ। ପୂର୍ବପ୍ରତିଷ୍ଠା, ସାମାଜିକ ସ୍ଥିତି, ଆତ୍ମୀୟଙ୍କ ସମର୍ଥନ...

ରାଶିଫଳ: ଶୁକ୍ରବାର, ମେ ୩ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ପାରିବାରିକ ଜୀବନକୁ ସୁନ୍ଦର ସାବଲୀଳ କରିବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ରହିଥିଲେ ମଧ୍ୟ ଉଦ୍ୟମ ନିଷ୍ଫଳ ହେବନାହିଁ।...

ରାଶିଫଳ: ଗୁରୁବାର, ମେ ୨ ତାରିଖ – Daily Horoscope

ମେଷ ଚନ୍ଦ୍ର ଧନିଷ୍ଠା ନକ୍ଷତ୍ରସ୍ଥ ଯୋଗୁ ପାରିବାରିକ ସମସ୍ୟା, ପରିବହନରେ ଝଗଡା ଏବଂ କର୍ମକ୍ଷେତ୍ରରେ ବିବାଦର ଆଶଙ୍କା ରହିଛି। ପିଲା ମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ...

ରାଶିଫଳ: ବୁଧବାର, ମେ ୧ ତାରିଖ – Daily Horoscope

ମେଷ ରାଶିରେ ରବିଙ୍କ ସହ ଗୁରୁ ଓ ଶୁକ୍ରଙ୍କ ସଂଯୋଗ କାର୍ଯ୍ୟସିଦ୍ଧି ସହ ସମ୍ମାନଜନକ ସ୍ଥିତିରେ ଅବସ୍ଥାପିତ କରିବ। ସାଂଗଠନିକ ସ୍ଥିତି ସୁଦୃଢ଼ ରହିବା ସହ...

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri