Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୮ ତାରିଖ – Daily Horoscope

ମେଷ
ଆଜି ଭାଗ୍ୟସ୍ଥାନକୁ ରବି ଓ ଶୁକ୍ର ଦେଖୁଥିବାରୁ ପ୍ରତ୍ୟେକ ସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କୌଣସି ବନ୍ଧୁଙ୍କୁ ଟଙ୍କା ଦେଇ ଫେରି ପାଇବାର କମ୍‌ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢ଼ିଯିବ। ଉଚ୍ଚକର୍ତ୍ତୃପକ୍ଷଙ୍କଠାରୁ ଆଶାନୁଯାୟୀ ସାହାଯ୍ୟ ପାଇପାରିବେ। କ୍ରମଶଃ ଦୂରେଇ ଯାଉଥିବା କୌଣସି ଆମତ୍ୀୟଙ୍କ ପାଇଁ ମନ ଛଟପଟ ହୋଇପାରେ।
ବୃଷ
ବୃଷ
ବହୁ ଦିନ ହେଲା ଯାହା ପାଇ ନ ଥିଲେ ଆଜି ସାମାନ୍ୟ ଚେଷ୍ଟାରେ ତାହା ପାଇଯିବେ। ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ। ରୋହିଣୀ ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତ ଫଳ ପାଇବେ। ପୁରାତନ ରୋଗ ପ୍ରାଦୁର୍ଭାବ ବଢ଼ିବା କାରଣରୁ ମାନସିକ ଦୁର୍ବଳତା ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ପ୍ରତ୍ୟେକ କାମରେ ବିଫଳତା ଯୋଗୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ସମ୍ପର୍କୀୟଙ୍କ ସହ ମିତ୍ରତା ପ୍ରୟାସ ସଫଳ ହୋଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବ୍ୟସ୍ତ ରହିପାରନ୍ତି। କର୍ମକ୍ଷେତ୍ରରେ ପରିଚାଳନାଗତ ତ୍ରୁଟି ସୁଧାରିବାକୁ ପ୍ରସ୍ତୁତି ଆରମ୍ଭ କରିବେ। ପରିବାରରେ ସାଧାରଣ କଥାକୁ ନେଇ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ।
କର୍କଟ
କର୍କଟ
ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଲାଭ କରି କାର୍ଯ୍ୟ ହାସଲ କରିପାରିବେ। ଅଭାବ ନ ଥିଲେ ମଧ୍ୟ ଖୋଲା ମନନେଇ ଖର୍ଚ୍ଚରୁ ଦୂରେଇ ରହିବା ପାଇଁ ଚେଷ୍ଟିତ ହୋଇପାରନ୍ତି। କେତେକ ପରିସ୍ଥିତିରେ ନିଜ ଲୋକଙ୍କୁ ସନ୍ଦେହ କରିବା ଭଳି ପରିସ୍ଥିତି ସୃଷ୍ଟି ହୋଇପାରେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପ୍ରାପ୍ତି ମନକୁ ଖୁସି କରାଇବ।
ସି˚ହ
ସି˚ହ
ଆଜି କାମ ହାସଲ ସକାଶେ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡ଼ିପାରେ। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ପାଇବେ। ସନ୍ତାନମାନଙ୍କର କିଛି ସମସ୍ୟାର ସମାଧାନ ସକାଶେ ବ୍ୟସ୍ତତା ବଢ଼ିପାରେ। ପୂର୍ବାଫାଲଗୁନୀ ନକ୍ଷତ୍ରର ଆର୍ଥିକ ଅନଟନ ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
କନ୍ୟା
କୌଣସି କାମ ଆରମ୍ଭ କରିବାକୁ ଚାହୁଁଥିଲେ ଶୀଘ୍ର କରିବା ଭଲ। ପରିସ୍ଥିତିର ସାମ୍ନା କରିବାକୁ ଯାଇ ଅର୍ଥ ସଂଗ୍ରହରେ ତପତ୍ର ହେବେ। ପରିବାରରେ ପିଲାଙ୍କ ପାଇଁ ଜଞ୍ଜାଳ କ୍ରମଶଃ ବୃଦ୍ଧି ପାଇବା ହେତୁ ସାମୟିକ ଦୁଶ୍ଚିନ୍ତାଗ୍ରସ୍ତ ହେବେ। ନିଜର ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଅପଚେଷ୍ଟା କରିବା ଲାଗି ମନ ବଳାଇ ପାରନ୍ତି।
ତୁଳା
ତୁଳା
ଚିତ୍ରା ନକ୍ଷତ୍ର ସାମୟିକ ଶାରୀରିକ ଅସୁସ୍ଥତା ହେତୁ ମନ ବିଚଳିତ ରହିପାରେ। ବ୍ୟବସାୟ କ୍ଷେତ୍ରରେ କିଛି ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି। କଚେରି ମାମଲାରେ ସମସ୍ୟା କ୍ରମଶଃ ବୃଦ୍ଧି ପାଇବାକୁ ନେଇ ଚିନ୍ତିତ ରହିପାରନ୍ତି। ଶତ୍ରୁତା ହଠାତ୍‌ ପ୍ରଶମିତ ହେବନି କିନ୍ତୁ କିଛି ସମୟ ପାଇଁ ମଳିନ ରହିବ।
ବିଛା
ବିଛା
ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା ହେତୁ ମାନସିକ ସ୍ଥିତି ଭଲ ରହି ନ ପାରେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆମତ୍ୀୟ ମାନେ କ୍ରମଶଃ ଦୂରେଇ ଯିବେ। ବିଶାଖା ନକ୍ଷତ୍ର ବହୁତ କାମ ଅସମ୍ପୂର୍ଣ୍ଣ ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ପଡ଼ୋଶୀଙ୍କ ସହ ଆଲୋଚନା କଲେ ଉପକୃତ ହେବେ।
ଧନୁ
ଧନୁ
ଉତରାଷାଢ଼ା ନକ୍ଷତ୍ର କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷାକରି ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ। ସନ୍ତାନଙ୍କ ଦୁର୍ବଳସ୍ବାସ୍ଥ୍ୟ ଓ ଅମନୋଯୋଗୀ ସ୍ବଭାବର ପରିବର୍ତନ ପାଇଁ ଯଥାସାଧ୍ୟ ଚେଷ୍ଟାକରିପାରନ୍ତି। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତି ଅନୁଭବ କରିବେ। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ।
ମକର
ମକର
ଧନିଷ୍ଠା ନୂତନ କର୍ମାରମ୍ଭ ବିନା ବାଧାବିଘ୍ନରେ ସମାପନ ହେବା କଷ୍ଟକର ହୋଇପାରେ। କର୍ମକ୍ଷେତ୍ରରେ କିଛି ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବାର ଆଶଙ୍କା ରହିଛି। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ଅନ୍ୟର ପ୍ରେରଣାରେ ଉଦ୍‌ବୁଧ ହୋଇ ଜନହିତକର କାର୍ଯ୍ୟରେ ଲାଗିପାରନ୍ତି।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ କୌଣସି କଥାକୁ ବାରମ୍ବାର ଚିନ୍ତା କରି ଅଶାନ୍ତ ରହିପାରନ୍ତି। ବନ୍ଧୁଙ୍କ ନିକଟରୁ କିଛି ଖରାପ ଖବର ପାଇ ବିବ୍ରତ ହେବାକୁ ପଡ଼ିପାରେ। ରୋଗୀଣା ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ କିଛିଟା ଆଶ୍ୱସ୍ତି ଅନୁଭବ କରିବେ। ପୂର୍ବଭାଦ୍ରବ ନକ୍ଷତ୍ର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ରହି ପାରନ୍ତି।
ମୀନମୀନ
ଆଜି ଉତ୍ତରଭାଦ୍ରବ ନକ୍ଷତ୍ର କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି ଖୁସି ରହିବେ। ବିବାଦୀୟ କ୍ଷେତ୍ର କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସରକାରୀ ସ୍ତରରୁ ଋଣ ଆଣିବା ସକାଶେ ମନ ବଳାଇପାରନ୍ତି। ସଭାସମିତରେ, ପ୍ରଶାସନିକ ସ୍ତରରେ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସଫଳତା ଅବଶ୍ୟ ପାଇପାରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?