Posted inRasifala

ରାଶିଫଳ: ଶନିବାର , ଏପ୍ରିଲ ୮ ତାରିଖ – Daily Horoscope

ମେଷ
କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ଅଯଥା ବିରକ୍ତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରିବହନରେ ଝଗଡ଼ାର ଆଶଙ୍କା କିନ୍ତୁ ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ନୂତନ ଯାନ୍ତ୍ରିକ ଜିନିଷ କିମ୍ବା ଗୃହୋପକରଣ କ୍ରୟକରିବା ପାଇଁ ମନ ବଳିବ।
ବୃଷ
ବୃଷ
ପାରସ୍ପରିକ ବୁଝାମଣା ମଧ୍ୟରେ ପରିବାରରେ ଶାନ୍ତି ଫେରି ଆସିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ କେହିଜଣେ ପ୍ରତିବାଦର ସ୍ବର ଉଠାଇ କାମରେ ବିଘ୍ନ ଘଟାଇ ପାରନ୍ତି। କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ଆନୁଷ୍ଠାନିକ କାମରେ ପ୍ରିୟ ବନ୍ଧୁଙ୍କ ଅନୁପସ୍ଥିତିରେ ଅଶାନ୍ତିବୋଧ କରିପାରନ୍ତି।
ମିଥୁନ
ମିଥୁନ
ଆପଣ କୌଣସି ବନ୍ଧୁଙ୍କ ସହ ମତାନ୍ତର ହେତୁକ ଅଶାନ୍ତି ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ମଧ୍ୟ ସନ୍ଦେହ ଓ ବୁଝାମଣାର ଅଭାବ ମାନସିକ ଅଶାନ୍ତିର କାରଣ ହେବ। ଆଜି ଖର୍ଚ୍ଚାନ୍ତ ହେବେ ସିନା, ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇବାକୁ ପଡିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ଘଟିବ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉପର ଅଧିକାରୀଙ୍କ ଦ୍ୱାରା ମାନସିକ ଚାପ ବୃଦ୍ଧି ପାଇବ। ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ସମସ୍ୟା ସମାଧାନ କରିବାକୁ ଯାଇ ଶୃଙ୍ଖଳାକୁ ପ୍ରାଧାନ୍ୟ ଦେବେ।
କନ୍ୟା
ଟେନ୍ସନ ଲାଗିରହିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ବନ୍ଧୁ ଗହଣରେ ସଂଯମତା ରକ୍ଷା ନ କଲେ ବିବାଦୀୟ ହୋଇପଡିବେ। କଳା, ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଦୀର୍ଘଦିନରୁ ସନ୍ଧାନ ପାଉ ନ ଥିବା ତଥା ଖୋଜୁଥିବା ଜିନିଷ ହଠାତ୍‌ ପାଇପାରନ୍ତି।
ତୁଳା
ତୁଳା
ସବୁ ଥାଇ ମଧ୍ୟ ହାତ ଖାଲି ରହିବା କାରଣରୁ ଅଭାବବୋଧ ଲାଗିରହିବ। ଫେରନ୍ତା ବାଟରେ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ଉପର ଅଧିକାରୀଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସହକର୍ମୀଙ୍କ କୃତ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ।
ବିଛା
ବିଛା
ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନରେ ଭାବାନ୍ତର ସୃଷ୍ଟିହେବ। ଅବଶ୍ୟ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୌଣସି ବନ୍ଧୁଙ୍କୁ ଘରକଥା କହି ମନରେ ବିଶ୍ୱାସ ହେଲା ଭଳି କାମ କରିପାରନ୍ତି। ଭୂମି, ନିର୍ମାଣାଧୀନ କାର୍ଯ୍ୟ, ଗାଡିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ମନକୁ ଆସିବ।
ଧନୁ
ଧନୁ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବା ସକାଶେ ବହୁତ ହଇରାଣ ହେବାକୁ ପଡ଼ିବ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଆମୋଦ ପ୍ରମୋଦର ମଉକା ଜୁଟିବ। ପଡ଼ୋଶୀଙ୍କ ସାହାଯ୍ୟ ହେତୁ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ।
ମକର
ମକର
ସାଙ୍ଗସାଥୀ, ପଡ଼ୋଶୀ ତଥା ସମ୍ପର୍କୀୟଙ୍କ ସହ ମିତ୍ରତା ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ମନ ଦେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। କୌଣସି ମୂଲ୍ୟବାନ୍‌ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ମାନସିକ ଭାରସାମ୍ୟ ହରାଇବେ।
କୁମ୍ଭ
କୁମ୍ଭ
ଆଲୋଚନା ପରିସରରେ ସତ୍ୟ ପ୍ରକାଶ କରି ବନ୍ଧୁମାନଙ୍କ ବିରାଗ ଭାଜନ ହେବେ। ଯାତ୍ରା ସମୟରେ ଅନ୍ୟମନସ୍କ କାରଣରୁ ହାତ, ପାଦରେ ଆଘାତ ଲାଗିବାର ଆଶଙ୍କା ରହିଛି। ସହକର୍ମୀ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି କେତେକ ଅସୁବିଧାଜନକ ସ୍ଥିତି ସୃଷ୍ଟି କରିବ।
ମୀନମୀନ
ବିଭିନ୍ନ ପାରିବାରିକ ସମସ୍ୟା ମଧ୍ୟରେ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ନିଜର ସମ୍ପର୍କୀୟ ବ୍ୟକ୍ତିଙ୍କ ବିରୁଦ୍ଧାଚରଣ କେତେକ ନୂତନ ସମସ୍ୟାକୁ ଜନ୍ମ ଦେଇପାରେ। କେତେକ କ୍ଷେତ୍ରରେ ବାରମ୍ବାର ଅସଫଳ ହେବା କାରଣରୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ,ବାଣିଜ୍ୟ ଓ କଳା ସାହିତ୍ୟ, ଆଲୋଚନା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri