Posted inRasifala

ରାଶିଫଳ: ସୋମବାର , ଏପ୍ରିଲ ୧୭ ତାରିଖ – Daily Horoscope

ମେଷ
ତୃତୀୟସ୍ଥ ମଙ୍ଗଳଙ୍କ ପ୍ରଭାବରୁ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟକୁ ସୁଚାରୁରୂପେ କରିପାରିବେ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ,ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ୍‌ କାମରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ
ବୃଷ
ରାଶ୍ୟାଧିପଙ୍କ ହେତୁ ସ୍ବାସ୍ଥ୍ୟ ଭଲ ରହିବ। ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ଅଦାଲତ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳ ହେବେ। ନିଜ କାମ ପଛକୁ ପକାଇ ପଡୋଶୀଙ୍କ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହେବେ। ଘର ତିଆରି, ଯାନ ମରାମତି, ଦୋକାନର ଉନ୍ନତୀକରଣ ଓ ସଭା ସମିତରେ ଟେନସନ୍‌ କିଛି ମାତ୍ରାରେ ଲାଗିରହିବ।
ମିଥୁନ
ମିଥୁନ
ଆଜି ଗୃହୋପଯୋଗୀ ଜମିଜମା, ପୁରୁଣା ଗାଡି ଓ ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବା ସକାଶେ ମନ ବଳାଇବେ। ପରିବାର କିମ୍ବା ବନ୍ଧୁଙ୍କ ମଧ୍ୟରେ ଆଲୋଚନା ଫଳପ୍ରଦ ହୋଇ ନ ପାରେ। ମାଙ୍ଗଳିକ କାମ ପାଇଁ ଆଲୋଚନା କରିବା ମନ୍ଦ ହେବନି। ବନ୍ଧୁଙ୍କ ଘରୋଇ ବ୍ୟାପାରରେ ମତ ମନ୍ତବ୍ୟ ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ।
କର୍କଟ
କର୍କଟ
ଶନି ସହ ଚନ୍ଦ୍ର ସଂଯୋଗ କାରଣରୁ ମାନସିକ ଅସ୍ଥିରତା ସାଙ୍ଗକୁ ବନ୍ଧୁବର୍ଗଙ୍କ ସମାଲୋଚନା କାରଣରୁ ଶାନ୍ତି ଭଗ୍ନ ହୋଇପାରେ। ଟଙ୍କା ପଇସା, ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ନ ରହିଲେ ସମସ୍ୟାର ଆଶଙ୍କାକୁ ଏଡି ହେବନାହିଁ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କଠାରୁ ଶୁଭ ସୂଚନା ପାଇବେ।
ସି˚ହ
ସି˚ହ
ଚତୁର୍ଥାଧିପ ସ୍ବରାଶିରୁ ଅଷ୍ଟମସ୍ଥ ଯୋଗୁ ଅଶ୍ୱସ୍ତିକର ପାରିପାର୍ଶ୍ୱିକ ପରିସ୍ଥିତି ମାନସିକ ଅସୁସ୍ଥତାର କାରଣ ହୋଇପାରେ। ବାଣିଜ୍ୟ, ପରିବହନ, ଜମିଜମା, ନିର୍ମାଣ କ୍ଷେତ୍ରରୁ ଲାଭ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ପର ଉପରେ ନିର୍ଭର କରିବା କାରଣରୁ କେତେକ ବ୍ୟତିକ୍ରମ ଦେଖାଦେଇପାରେ। ଦାୟିତ୍ୱ ନେଇଥିବା କାମରେ ହେଳା କରିବେ ନାହିଁ।
କନ୍ୟା
କେତୁଙ୍କ କୁପ୍ରଭାବରୁ ଆଜି ଯାହା ଚାହୁଁଛନ୍ତି ତାହା କଷ୍ଟ ସ୍ବୀକାର ପରେ ପାଇବେ। ଆପଣଙ୍କ ଦ୍ୱାରା କିଛି ଫାଇଦା ହାସଲ କରିବା ମାନସରେ ଶତ୍ରୁତା କରୁଥିବା ଲୋକ ମଧ୍ୟ ମିତ୍ର ସାଜିବାକୁ ଚେଷ୍ଟିତ ହେବେ। ରାଜନୀତି, ସଂଗଠନ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପ୍ରଶାସନ, ଆଇନ କ୍ଷେତ୍ରରେ ଇଚ୍ଛିତ ଫଳ ପାଇବେ।
ତୁଳା
ତୁଳା
ବିଶାଖା ନକ୍ଷତ୍ର ଜୀବନଚର୍ଯ୍ୟାରେ ଅସଂଗତି ଦୂର କରିବା ସକାଶେ ମନକୁ ଦୃଢ କରିବେ। ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ବାକ୍‌ଯୁଦ୍ଧ ଲାଗି ଯାଇପାରେ। ସାହିତ୍ୟ ଚର୍ଚ୍ଚା, ଲେଖା ପଢ଼ା, ସଭାସମିତି ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବିଛା
ବିଛା
ବାଧକଗ୍ରହ ଯୁକ୍ତ ଚନ୍ଦ୍ରଜନିତ ଅନାଗତ ଆଶଙ୍କାର ପରିକଳ୍ପନାରେ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ପୁନର୍ବିଚାର ବିନା କୈାଣସି ପଦକ୍ଷେପ ନେବା ଠିକ୍‌ ହେବନି। ବାଣିଜ୍ୟ, ଆମଦାନୀ, ପରିବହନ ପାଇଁ ଅସୁବିଧା ହେବ ନାହିଁ। ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇଲେ ମଧ୍ୟ ସୁଧାରି ନେବାର ପ୍ରଯନତ୍ କରିବେ।
ଧନୁ
ଧନୁ
ବାଣୀକାରକଜନିତ ବାକ୍‌ ସଂଯମତାର ଅଭାବ ବିଭିନ୍ନ ସମସ୍ୟାକୁ ଜନ୍ମ ଦେଇପାରେ। ଆମତ୍ୀୟଙ୍କ ରୋଷ ଲାଗି କାମରେ ସହଯୋଗ ପାଇବା କଷ୍ଟକର ହେବ। ଅଭାବନୀୟ ପରିବେଶରେ, ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ପରିବାରରେ ନିଜ ମନୋଭାବକୁ ହଠାତ୍‌ ପ୍ରକାଶ କରିବା ଠିକ୍‌ ହେବନାହିଁ।
ମକର
ମକର
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ହିତୈଷୀଙ୍କ ପରାମର୍ଶ କ୍ରମେ ଆପୋଷ ମିଳାମିଶାରୁ ପାରିବାରିିକ ସମସ୍ୟା ସମାଧାନ ହେବ। ଆଇନ, ଅଦାଲତ, ଗବେଷଣା, ଅନୁସନ୍ଧାନ ଏବଂ ରଚନାମତ୍କ କାମରୁ ସୁଫଳ ପାଇବେ। ଧନ ହାନି ଓ ପୂର୍ବ ଶତ୍ରୁତାରୁ କଳହକୁ ଏଡି ହେବ ନାହିଁ।
କୁମ୍ଭ
କୁମ୍ଭ
ଆଜି ଅନ୍ତହୀନ ଦୁର୍ଭାବନା ଆପଣଙ୍କ ଭାବ ଓ ଭାଷାକୁ ଅନୁଚିତ କ୍ରିୟାଶୀଳ କରାଇପାରେ। କେତେକ ଅତୀତ କାର୍ଯ୍ୟାବଳୀ ସକାଶେ ଅନୁତାପ ପାଇଁ ସମୟ ପାଇବେ ନାହିଁ। ଆର୍ଥିକ ସ୍ଥିତି ସୁଦୃଢ଼ ରହିବ, ଋଣ ପରିଶୋଧ କରିବାରେ ପଛେଇ ଯିବେ। ପ୍ରେସ୍‌, ପବ୍ଲ୍ଳିକେଶନ, ଜମିଜମା, ବାଣିଜ୍ୟ ଏବଂ ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ।
ମୀନମୀନ
କର୍ମକ୍ଷେତ୍ରରେ ସମସ୍ୟା ବୃଦ୍ଧି ସାଙ୍ଗକୁ ମନ୍ଥର ଗତି ହେତୁ ସଫଳତାରେ ଆଶଙ୍କା ସୃଷ୍ଟି ହୋଇପାରେ। ଦୈନନ୍ଦିନ ବ୍ୟବସାୟିକ ସଂସ୍ଥା କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ସଭାସମିତିରେ, ଆଲୋଚନାରେ, ତର୍କ ବିତର୍କରେ ସଫଳତା ହାସଲ କରିବେ। ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri