Posted inRasifala

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୨୫ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ କଥା କଟାକଟିଜନିତ ମତାନ୍ତର ଆଶଙ୍କା ରହିଛି। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ। ଯାତ୍ରା, କର୍ମାରମ୍ଭ ଓ ଆନୁଷ୍ଠାନିକ କ୍ଷେତ୍ର ପାଇଁ କୌଣସି ପ୍ରତିକୂଳ ପ୍ରଭାବ ପଡ଼ିବ ନାହିଁ। ସାମାଜିକ ସ୍ତରରେ ପଡ଼ୋଶୀ ପରାମର୍ଶ ଲୋଡ଼ିପାରନ୍ତି।
ବୃଷ
ବୃଷ
ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କିନ୍ତୁ ସାଧାରଣ କଥାରେ କୌଣସି ବିଜାତୀୟ ବ୍ୟକ୍ତିଙ୍କ ସହ କଳହ ଘଟିପାରେ। ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ। କୌଣସି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇପାରନ୍ତି।
ମିଥୁନ
ମିଥୁନ
ମାନସିକ ସ୍ତରରେ ବ୍ୟଗ୍ରତା ଓ ଅସ୍ଥିରତା ଆଜିର ମୁଖ୍ୟ ସମସ୍ୟା ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ରପ୍ତାନି କାରବାରରେ କଳହ କିମ୍ବା ବନ୍ଧୁଙ୍କ ସହ ମତାନ୍ତର ଏହାର କାରଣ ହୋଇପାରେ। ଗତକାଲିଠାରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ସାହାଯ୍ୟକରି ସମାଲୋଚିତ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ମଧ୍ୟରେ ଗତିକରି କାର୍ଯ୍ୟ ହାସଲରେ ବିଫଳ ହେବେ। ସମାଲୋଚନା, ବନ୍ଧୁଙ୍କ ନିନ୍ଦା ଗାନ ଶୁଣି ମଧ୍ୟ ନୀରବ ରହିବେ। ରକ୍ତଚାପ ବୃଦ୍ଧି ପାଇବା କାରଣରୁ ଚିଡ଼ି ଚିଡ଼ି ହୋଇପାରନ୍ତି। ବ୍ୟବସାୟ, ନିର୍ମାଣ ଓ ପ୍ରଶାସନିକ ସ୍ତରରେ ଚେଷ୍ଟା କରୁଥିବା କାମରେ ସଫଳତା ହାସଲକରି ପ୍ରଶଂସିତ ହେବେ।
ସି˚ହ
ସି˚ହ
ଆଜି ସକାଳୁ କାର୍ଯ୍ୟକ୍ଷେତ୍ରକୁ ଶୀଘ୍ର ଯିବାକୁ ଆହ୍ବାନ ଆସିପାରେ। ଜଞ୍ଜାଳ ଏତେ ମାତ୍ରାରେ ବଢ଼ିଯିବ ଯେ ସାମାନ୍ୟ ଫୁର୍‌ସତ୍‌ ପାଇବେ ନାହିଁ। ବିଭିନ୍ନ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ହୋଟେଲ, ଯାନ୍ତ୍ରିକ ଶିଳ୍ପ ଓ ପରିବହନରେ ସଫଳତା ମିଳିବ।
କନ୍ୟା
ପରିବାରର ଅଶାନ୍ତ ପରିସ୍ଥିତି, ବନ୍ଧୁଙ୍କ ଅନୁଚିତ କାର୍ଯ୍ୟକଳାପ ଦୁଶ୍ଚିନ୍ତାର କାରଣ ହେବ। ମନ ଭଲ ନ ଥିବାରୁ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ବ୍ୟବସାୟିକ କ୍ଷେତ୍ର, ନିର୍ମାଣ କାର୍ଯ୍ୟ, କଚେରି ମାମଲା ଦିଗରୁ ଆଶ୍ୱସ୍ତି ଲାଭର ସୂଚନା ପାଇବେ। ଅନ୍ୟମନସ୍ଥତା କେତେକ ବ୍ୟତିକ୍ରମର କାରଣ ପାଲଟିଯାଇପାରେ।
ତୁଳା
ତୁଳା
ଆଜି ଯାହା ଚାହୁଁଛନ୍ତି ତାହା କରିପାରିବେ, ପ୍ରତିବନ୍ଧକ ବିନା ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। ଜମିଜମା କିମ୍ବା ନିର୍ମାଣ ଓ ସାଙ୍ଗଠନିକ କ୍ଷେତ୍ରରେ ବିତର୍କର ସମ୍ଭାବନା ରହିଛି। ଯାନବାହନ ଚାଳନାରେ ସତର୍କ ନ ରହିଲେ ଅସୁବିଧାର ସମ୍ମୁଖୀନ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟବହାରିକ ବ୍ୟତିକ୍ରମ ବାଧା ସୃଷ୍ଟି କରିପାରେ।
ବିଛା
ବିଛା
ନିର୍ଦ୍ଦିଷ୍ଟ ସମୟରେ ଆପଣଙ୍କ ଅନୁପସ୍ଥିତି ପାଇଁ କୈଫିୟତ ଦେବାକୁ ପଡ଼ିପାରେ। ଆସିବା ବାଟକୁ ଚାହିଁ ବସିଥିବା ବନ୍ଧୁଟି ବିରକ୍ତି ପ୍ରକାଶ କରିବ। ପୂର୍ବର ଅସୁବିଧାଜନକ ସମୟ କ୍ରମଶଃ ବଦଳିଯିବ ଓ ବନ୍ଧୁ ମାନେ ସହଯୋଗର ହାତ ବଢ଼ାଇବେ। ତଥାପି ଜ୍ୟେଷ୍ଠା ନକ୍ଷତ୍ରର ଆକସ୍ମିକ ଭାବରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ।
ଧନୁ
ଧନୁ
ପାରିବାରିକ ସମସ୍ୟାରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ। ମାନସିକ ଅସ୍ଥିରତା ମଧ୍ୟରେ ପଡ଼ୋଶୀମାନେ ସାଧାରଣ କଥାରେ ମଧ୍ୟ କଳହ କରିବେ । ଆର୍ଥିକ ସ୍ଥିତି ଭଲ ରହିବ ଏବଂ ମୂଲ୍ୟବାନ୍‌ ଜିନିଷ ଖରିଦ କରିପାରନ୍ତି। ଆମତ୍ୀୟମାନେ ଆପଣଙ୍କ କାର୍ଯ୍ୟକୁ ପସନ୍ଦ ନ କଲେ ମଧ୍ୟ ମୁହଁ ଆଗରେ କିଛି କହିବେ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ ଘଟିଯାଇଥିବା ଯେଉଁ ବ୍ୟତିକ୍ରମ ପାଇଁ ଝମେଲାର ଆଶଙ୍କା କରୁଛନ୍ତି ସେମିତି କିଛି ହେବ ନାହିଁ। ପାରିବାରିକ କ୍ଷେତ୍ରରେ ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରଶଂସା ଓ ପ୍ରୋସତ୍ାହନ ପାଇଁ ମନୋବଳ ବୃଦ୍ଧି ପାଇବ। ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
କୁମ୍ଭ
କୁମ୍ଭ
ବୁଝାମଣା ଠିକ୍‌ ରହିବା ହେତୁ ବିବାଦ ଅପସରିଯିବ ଓ କାମ ମଧ୍ୟ ସନ୍ତୋଷଜନକ ରହିବ। ତଥାପି ପିଲା ମାନଙ୍କ ସକାଶେ କୌଣସି ବ୍ୟକ୍ତିଙ୍କ ସହ ତର୍କର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ କଳା, ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମୀନମୀନ
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସୁସ୍ଥତା କେତେକାଂଶରେ ବାଧାପ୍ରାପ୍ତ ହେବ। ପାରିବାରିକ ସଦ୍‌ଭାବ ମନକୁ ବୁଝାଇବାରେ ସାହାଯ୍ୟ କରିବ। ବନ୍ଧୁ ଗହଣରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ । କାରଣ ଅଯଥା ମନାନ୍ତର ସୃଷ୍ଟି ହୋଇପାରେ। ପୁନଶ୍ଚ କର୍ମକ୍ଷେତ୍ରରେ ମଧ୍ୟ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇବା ଠିକ୍‌ ହେବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri