Posted inRasifala

ରାଶିଫଳ: ଶୁକ୍ରବାର , ଏପ୍ରିଲ ୨୮ ତାରିଖ – Daily Horoscope

ମେଷ
ଆଜି ଶୁକ୍ରଙ୍କ ପ୍ରଭାବରୁ ମଧୁର ବ୍ୟବହାରରେ ସମସ୍ତଙ୍କୁ ଆପଣାର କରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ହେତୁ ଖୁସି ହେବେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ବ୍ୟୟ ହୋଇଯାଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ, କିନ୍ତୁ ଲାଭ ପାଇବାରେ ବିଳମ୍ବ ଘଟିବ। ବନ୍ଧୁମାନଙ୍କ ଜରିଆରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଶନିଙ୍କ ପ୍ରଭାବରେ ଆଗାମୀ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ।
ମିଥୁନ
ମିଥୁନ
ଚନ୍ଦ୍ର ଦ୍ୱିତୀୟସ୍ଥ ଯୋଗୁ ମନ ବୁଝିଲାଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ସାଧାରଣ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଘଟିବ। ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ପ୍ରଶାସନିକ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
କର୍କଟ
କର୍କଟ
କର୍ମସ୍ଥାନରେ ଚତୁଃଗ୍ରହ ହେତୁ ଆଶା ଓ ନିରାଶାର ଦୋଛକିରେ ରହି ସମୟକୁ ଅପେକ୍ଷା କରିବେ। ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟା ସମାଧାନ ହେବ। ଅଶ୍ଳେଷା ନକ୍ଷତ୍ରର ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ କାର୍ଯ୍ୟକାରୀ ହାଇ ନ ପାରେ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତିରୁ ଏକ ପ୍ରକାର ଆଶ୍ୱସ୍ତି ହେବେ।
ସି˚ହ
ସି˚ହ
ଚତୁର୍ଥଭାବ ଶନିଙ୍କ ଦୃଷ୍ଟିରେ ଥିବାରୁ ସାମାଜିକ କ୍ଷେତ୍ରରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି। ସାହିତ୍ୟ, କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ଲାଗିରହିଥିବା ଶତ୍ରୁତା, ଅଶାନ୍ତି ଓ ଋଣଭାର ହ୍ରାସ ପାଇବ। ଉତ୍ତରାଫାଲଗୁନୀ ନକ୍ଷତ୍ର ନିଜ ନିଜର କର୍ମକ୍ଷେତ୍ରସ୍ଥ ଉଚ୍ଚସ୍ତରରୁ ସମ୍ମାନିତ ହେବେ।
କନ୍ୟା
ଜନକଲ୍ୟାଣ କାରକ ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଧନସ୍ଥାନ ପାପଦୃଷ୍ଟ ହେତୁ ପଇସା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତିତ ରହିବେ।
ତୁଳା
ତୁଳା
ବୃହସ୍ପତିଙ୍କ ଶୁଭଦୃଷ୍ଟି ପ୍ରଭାବରୁ ଆଜିର ପ୍ରତ୍ୟୁଷ ଯାତ୍ରା ବନ୍ଧୁଙ୍କ ଜରିଆରେ ଫଳବତୀ ହେବ। ଆଗନ୍ତୁକ ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ବିଶାଖା ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ପରିବହନରୁ ଲାଭବାନ୍‌ ହୋଇପାରନ୍ତି। ରାଜନୀତି, ସଂଗଠନ, ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ବିଛା
ବିଛା
ସମସ୍ୟା ଲାଗିରହୁଥିବାରୁ ପରିସ୍ଥିତିର ମୁକାବିଲା ଲାଗି ଚେଷ୍ଟା କରିବା ଭଲ। ଅନୁରାଧା ନକ୍ଷତ୍ରର ବିଗତ ଦିନର କୌଣସି ଘଟଣା ସକାଶେ ଟେନ୍‌ସନ୍‌ ବଢ଼ିପାରେ। ମାଲିମକଦ୍ଦମା, ଜମିଜମା କାରବାର, ନିର୍ମାଣ, ମାଙ୍ଗଳିକ କାମ ପାଇଁ ପ୍ରସ୍ତୁତି, ମୂଲ୍ୟବାନ୍‌ ଜିନିଷର କିଣାବିକା କ୍ଷେତ୍ରରେ ସୁଫଳ ପାଇବେ।
ଧନୁ
ଧନୁ
ବହୁଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ବନ୍ଧୁଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ପରିବାର ସ୍ଥାନରେ ଏକାଧିକ ଗ୍ରହ ସଂଯୋଗରୁ ସମ୍ପର୍କୀୟଙ୍କ ସହ ସୁସମ୍ପର୍କକୁ କେନ୍ଦ୍ରକରି ସମସ୍ୟା ଦେଖାଦେବ। ପାରିବାରିକ ଦୁଶ୍ଚିନ୍ତାରୁ ରକ୍ତଚାପ ବଢିଯାଇପାରେ। ପରିସ୍ଥିତିରେ ପଡି ଧନିଷ୍ଠା ନକ୍ଷତ୍ର ଧାର କରଜ କରି କାମ ତୁଲାଇ ନେବେ। କାଳେ ଦେବାକୁ ପଡିବ, ଏହି କଥା ଚିନ୍ତା କରି ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ।
କୁମ୍ଭ
କୁମ୍ଭ
ଆଜି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। ଶତଭିଷା ନକ୍ଷତ୍ର ବିବାଦୀୟ ପରିସ୍ଥିତିରେ ସ୍ଥାନୀୟ ବ୍ୟକ୍ତିବିଶେଷଙ୍କ ଦ୍ୱାରା ଉପକୃତ ହେବେ। ଦୂରଯାତ୍ରାରେ ଆଶା ପୂରଣ ହେବାର ସମ୍ଭାବନା ରହିଛି। ପରିବାର ମଧ୍ୟରେ ଛୋଟ କଥାକୁ ଧରିବସନ୍ତୁ ନାହିଁ, ଯାହାକି ସମସ୍ୟା ବୃଦ୍ଧି କରିବ।
ମୀନମୀନ
ଆଜି ବନ୍ଧୁଙ୍କ ଆଲୋଚନାନ୍ତେ ଆଗାମୀ ଯୋଜନା ପ୍ରସ୍ତୁତ କରିପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ବାକିପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ବାକ୍‌ ସଂଯମତା ଅଭାବରୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ପୂର୍ବଭାଦ୍ରପଦ ନକ୍ଷତ୍ରର ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କାକୁ ଏଡ଼ାଇ ହେବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହି ଗଜକେଶରୀ ଯୋଗ ସୃଷ୍ଟି କରୁଥିବାରୁ ଅର୍ଥ, ସମ୍ମାନ ଏବଂ ପ୍ରତିଷ୍ଠା ପ୍ରତ୍ୟେକ ସ୍ତରରେ ରହିବ। ପାରିବାରିକ ଶାନ୍ତି ଏବଂ…

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। କର୍ମକ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ ସମାଧାନର ରାସ୍ତା ଖୋଜିବାରେ…

ରାଶିଫଳ: ସୋମବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା କାରଣରୁ କାମଗୁଡିକ ସହଜରେ ସମ୍ପନ୍ନ ହୋଇଯିବ। ଆତ୍ମୀୟମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାମାଜିକ ସ୍ତରରେ ସାହିତ୍ୟ, କଳା,…

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri