Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୫ ତାରିଖ – Daily Horoscope

ମେଷ
ଆଜି ଯେକୌଣସି କ୍ଷେତ୍ରରେ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଶାରୀରିକ ପରିଶ୍ରମଜନିତ କ୍ଲାନ୍ତି ଅନୁଭବ କରିପାରନ୍ତି।
ବୃଷ
ବୃଷ
ଚାହୁଁଥିବା ଜିନିଷ ପାଇବା ଓ ଆଶା କରୁଥିବା କାମରେ ସଫଳତା ହେତୁ ମାନସିକ ସ୍ଥିତି ଭଲ ରହିବ। ଘରୋଇ ଝମେଲାରୁ ମନ ଭଲ ରହିବ ନାହିଁ। ପୁନଶ୍ଚ କେତେକ କ୍ଷେତ୍ରରେ ମନ ବଳାଇବେ, ଯାହା କି ଅନର୍ଥର କାରଣ ହୋଇପାରେ। ସକାଳ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ନ ରହିଲେ ହଜିବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। ଏଥିପାଇଁ କିଛିଟା ବୁଦ୍ଧିର ଖେଳ ଖେଳିବାକୁ ପଡିପାରେ। ପୁନର୍ବସୁ ନକ୍ଷତ୍ରର ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବାର ସୂଚନା ରହିଛି। ବନ୍ଧୁଙ୍କ କଥାକୁ ଓଲଟା ବୁଥି ମନ ଭାରାକ୍ରାନ୍ତ ହେବ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କର୍ମମୁଖର ହେବେ।
କର୍କଟ
କର୍କଟ
ଆଗାମୀ ସମୟର ପରିସ୍ଥିତି ଜଟିଳ ମନେ କରି ବିବ୍ରତବୋଧ କରିପାରନ୍ତି। ଅର୍ଥ ସଂକଟ ହେତୁ ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ପାରସ୍ପରିକ ଜିଦ୍‌ଖୋର ମନୋବୃତ୍ତି ହେତୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେବ।
ସି˚ହ
ସି˚ହ
ପ୍ରତ୍ୟୁଷରୁ ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡିପାରେ। କଠିନ ପରିଶ୍ରମ କିମ୍ବା ବିଶେଷ ଭ୍ରମଣଜନିତ କ୍ଲାନ୍ତିବୋଧ କରିବେ। ବନ୍ଧୁଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ ସ୍ଥଗିତ କାମଗୁଡିକୁ ଆରମ୍ଭ କରିବାକୁ ମନ ବଳାଇବେ। ବିଭିନ୍ନ ପ୍ରକାରର ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ବାଲ୍ୟବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ନିଜକୁ ପ୍ରସ୍ତୁତ କରିପାରନ୍ତି। ଜଣେ ସହକର୍ମୀଙ୍କଠାରୁ ଅର୍ଥ ସାହାଯ୍ୟ ପାଇବେ। ମାଲିମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
କୌଣସି ବନ୍ଧୁଙ୍କ ଉପରେ ସାଧାରଣ କଥାରେ ରାଗି ବିବାଦ ବଢ଼ିପାରେ। ଗୁରୁଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ନିଜ ଦୋଷରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଅଫିସ୍‌ରେ ଉଚ୍ଚାଧିକାରୀଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଂଗଠନ ଓ କ୍ରୀଡା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ କୌଣସି ଖବର ପାଇ ନିଜକୁ ପ୍ରସ୍ତୁତ ରଖିବାକୁ ଚେଷ୍ଟା କରିବେ। ବନ୍ଧୁଙ୍କ ସହ ଭୁଲ୍‌ବୁଝାମଣା ହେତୁକ ସମସ୍ୟାକୁ ସୁଧାରିବାକୁ ଉଦ୍ୟମ ଚଳାଇପାରନ୍ତି। ଆଜି ଦିନଟିରେ ଯାନ ବାହନରେ ସତର୍କତା ରକ୍ଷା କରନ୍ତୁ। ବାକି ରହିଥିବା ଟଙ୍କା ସହକର୍ମୀଙ୍କ ସହାୟତାରେ ପାଇଯିବେ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ମାତ୍ର ତରବରିଆ ଭାବେ ଯାଆନ୍ତୁ ନାହିଁ। ପିଲାମାନଙ୍କ କଳହକୁ କେନ୍ଦ୍ରକରି ପଡୋଶୀ ଲଘୁକ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନି କାରବାର, ସାମ୍ବାଦିକତାରେ ପ୍ରଶଂସିତ ହେବେ। ସମ୍ପର୍କୀୟ ହତାଦର କରି ପରୋକ୍ଷ ଶତ୍ରୁତା କରିପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରର ସମସ୍ୟା ସମାଧାନ ସକାଶେ ଚେଷ୍ଟା କରି ସଫଳତା ପାଇବେ। ଆର୍ଥିକ ଉନ୍ନତି ଘଟିବ। ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ବାଣିଜ୍ୟ, ବ୍ୟବସାୟ, ପରିବହନରୁ ବହୁତ ଲାଭ ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ
ପ୍ରତିବନ୍ଧକ ମଧ୍ୟରେ ବହୁତ ଦିନରୁ ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ଆନୁଷ୍ଠାନିକ କ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚିତ ହେବେ। ଉପରିସ୍ଥଙ୍କ ଆଦେଶ ପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ଗୁରୁ ଦାୟିତ୍ୱ ବହନ କରିବାକୁ ପଡିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri