Posted inRasifala

ରାଶିଫଳ: ସୋମବାର, ଫେବୃୟାରୀ ୧୫ ତାରିଖ– Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ ପରିସ୍ଥିତିବଶତଃ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । ଆଜି କୌଣସି ବିବାଦୀୟ ଘଟଣାରେ ମୁଣ୍ଡ ନ ପୂରାଇବା ଭଲହେବ । ବ୍ୟବସାୟରେ ପୂର୍ବରୁ ଲାଗି ରହିଥିବା ସମସ୍ୟା ସକାଶେ ଦୁଶ୍ଚିନ୍ତା ବୃଦ୍ଧିପାଇବ । ସନ୍ତାନ, ଶିକ୍ଷା, ତଥା ଅତୀତ ସ୍ମୃତି ରୋମନ୍ଥନ କରି ଭାବ ବିଭୋର ହୋଇପାରନ୍ତି ।
ବୃଷ
ବୃଷ
ସକାଳୁ କିଛି ଘରର କଥା, ମତ ମତାନ୍ତର, ଦୂରଯାତ୍ରା ଓ ବନ୍ଧୁବର୍ଗଙ୍କ ବିଷୟରେ ଚିନ୍ତା କରିବେ। କର୍ମକ୍ଷେତ୍ରରେ ସ୍ନେହ, ସହାନୁଭୂତି ପାଇ ଦୁଃଖ ଭୁଲିଯିବେ। ଆଳସ୍ୟ ଓ ଅବହେଳା ହେତୁକ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ବିବାଦ ସମାଧାନ ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ ।
ମିଥୁନ
ମିଥୁନ
ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କାଟିବେ । ସୁନ୍ଦର କଥା ଓ ସରଳ ବ୍ୟବହାର ହେତୁ ବହୁ ବିପଦରୁ ରକ୍ଷା ପାଇବେ। ବ୍ୟବସାୟରେ ସାଧାରଣ ସମସ୍ୟା ଦେଖା ଦେଇପାରେ। କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ହେତୁ ନିଷ୍ପତ୍ତି ନେବାରେ ବିଳମ୍ବ ଘଟିପାରେ ।
କର୍କଟ
କର୍କଟ
ପାରିବାରିକ ଜୀବନରେ ଉତ୍ଥାନ ପତନ ଯୋଗୁ ମାନସିକ ସ୍ଥିତି ଭଲ ନ ରହିପାରେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ଆଶା ରହିଛି । ପୁଷ୍ୟା ନକ୍ଷତ୍ର ସକାଶେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ଓ ସାହାଯ୍ୟ କରିବାକୁ ଆଗେଇ ଆସିପାରନ୍ତି ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ଭାବେ କାର୍ଯ୍ୟ ମନ୍ଥର ହୋଇପାରେ । ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବା କାରଣରୁ ଘରୁ ଗାଳି ଖାଇପାରନ୍ତି । ହଠାତ୍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
କନ୍ୟା
ଅତୀତ ଘଟଣାକୁ ଯେତିକି ଭାବୁଥିବେ ସେତିକି ମନ ବିଷାଦ ରହିବ । ବିଭିନ୍ନ ପ୍ରତିବନ୍ଧକ ହେତୁ କାମ ବିଶୃଙ୍ଖଳିତ ହୋଇଯିବ । ଆଜି ସକାଳୁ ବୁଲିବା ସାଙ୍ଗକୁ କିଛି ନୂତନ ଖବର ପାଇବାର ସୁଯୋଗ ଜୁଟିବାର ଆଶା ରହିଛି । ଆଇନ ଅଦାଲତ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ଗତକାଲିର ଯୋଜନା ଠିକ୍ ଭାବରେ ସମ୍ପନ୍ନ କରିବା ପାଇଁ ବହୁତ ପ୍ରକାରର ଚେଷ୍ଟା କରିପାରନ୍ତି । ଗୃହକୁ ସୌଖୀନ କିମ୍ବା ମୂଲ୍ୟବାନ୍ ପଦାର୍ଥ ଆଣିପାରନ୍ତି ।
ବିଛା
ବିଛା
ପ୍ରତିକୂଳ କାରଣରୁ କୌଣସି କାମରେ ପୂର୍ଣ୍ଣ ସନ୍ତୋଷ ମିଳିବ ନାହିଁ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ, କିନ୍ତୁ ଆପଣ ହାତ ଯୋଡ଼ି ବସିବା ଠିକ୍ ହେବନାହିଁ । ଘରେ ବନ୍ଧୁ ମିଳନ ଓ ଖୁସିର ଆସର ଜମିପାରେ । ପ୍ରତ୍ୟେକ କ୍ଷେତ୍ରରେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ ।
ଧନୁ
ଧନୁ
ପରିବାରରେ କଳହ କିମ୍ବା ରାସ୍ତାରେ ଅନ୍ୟମନସ୍କ କାରଣରୁ ଧନ ହାନିର ସୂଚନା ରହିଛି । କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିବେ । ମୂଳା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କାଠିକର ପାଠ ହୋଇପାରେ ।
ମକର
ମକର
ସ୍ବାସ୍ଥ୍ୟ ସମସ୍ୟା ମନକୁ ବିଶେଷ ଭାବରେ ବିଚଳିତ କରିବାର ଆଶଙ୍କା ରହିଛି । ଅନ୍ୟର ମନ ଅନୁଯାୟୀ କାମ କରି କର୍ମକ୍ଷେତ୍ରରେ ବାହାବା ନେଇପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢ଼ାଇବାର ସମ୍ଭାବନା ରହିଛି । ନିର୍ମାଣ, ମରାମତି କାମ ଓ ପ୍ରତିଟି ପଦକ୍ଷେପରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ ।
କୁମ୍ଭ
କୁମ୍ଭ
ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି । ଅଫିସରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ପାରିବାରିକ କ୍ଷେତ୍ରରେ ଛୋଟ କଥାରେ ବେଶୀ ରାଗିବା ଠିକ୍ ହେବ ନାହିଁ । ଯେତେ ଭଲ କାମ କଲେ ମଧ୍ୟ ସମ୍ପର୍କୀୟମାନେ ଦୋଷ ଖୋଜି ବୁଲିବେ। ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ରରେ ଉତ୍ତମ ଫଳ ପାଇବେ ।
ମୀନମୀନ
କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ସାଙ୍ଗକୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି । ବ୍ୟବସାୟ, ପରିବହନ, ସଭାସମିତି, ଆନୁଷ୍ଠାନିକ କାମ ଓ କଚେରି ମାମଲା କ୍ଷେତ୍ରରୁ ଶୁଭ ଫଳ ପାଇବେ । ଉତ୍ତରଭାଦ୍ର ନକ୍ଷତ୍ର ସ୍ବାଭାବିକ ଭାବରେ ଦିନଟି କଟାଇବାର ସୌଭାଗ୍ୟ ଲାଭ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri