Categories: Rasifala

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ
ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ ରହିବ। ଅଶ୍ୱିନୀ ନକ୍ଷତ୍ରର ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ସଞ୍ଚତ୍ତ ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇପାରେ।
ବୃଷ
ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ଚନ୍ଦ୍ରବଳ ପ୍ରଭାବରୁ କୌଣସି କାମରେ ପଛକୁ ଫେରିବେ ନାହିଁ। ରୋହିଣୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ ଭଲରେ ଚାଲିବ ଏବଂ ଲାଭବାନ୍‌ ହେବେ। ବନ୍ଧୁମିଳନ ସାଙ୍ଗକୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ପରିବହନରେ ସାଧାରଣ କଥାରେ ଝଗଡ଼ା କିମ୍ବା ତଜ୍ଜନିତ ସମସ୍ୟାର ଆଶଙ୍କା ରହିଛି।
ମିଥୁନ
ସମ୍ପର୍କୀୟଙ୍କ ବିରୋଧ ମଧ୍ୟରେ ମୃଗଶିରା ନକ୍ଷତ୍ର ସକାଶେ ଆଶା ଓ ଅଭିଳାଷ ପୂରଣ ହେବ। ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଛୋଟ କଥାକୁ କେନ୍ଦ୍ର କରି ସମ୍ପର୍କହାନି ଘଟିପାରେ। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ କିମ୍ବା ସମର୍ଥକମାନଙ୍କ ଶୁଭକାମନାରୁ ଲକ୍ଷ୍ୟ ପୂରଣ ହୋଇପାରିବ।
କର୍କଟ
କର୍ମକ୍ଷେତ୍ରରେ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଯାତ୍ରା ସାଙ୍ଗକୁ ବନ୍ଧୁମିଳନରୁ ଖୁସି ରହିବେ। ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରିପାରିବାରୁ ଟେନସନ୍‌ କମିଯିବ। ପାରିବାରିକ ସମସ୍ୟା ସମାଧାନରେ ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ଅଶ୍ଳେଷାର ସଭାସମିତିରେ ତର୍କ ବୃଦ୍ଧି ପାଇବାରୁ ଆଲୋଚନା ଅମୀମାଂସିତ ରହିପାରେ।
ସି˚ହ
ମଘା ନକ୍ଷତ୍ର ନିକଟସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ସମସ୍ୟା ସମାଧାନ କରିବେ। ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମ ତ୍ୱରାନ୍ବିତ କରିବାରେ ସଫଳ ହେବେ। ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବ। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା, ଚଳଚ୍ଚିତ୍ର ଏବଂ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ର ସକାଶେ ଆଜିର ଯାତ୍ରା, କର୍ମାରମ୍ଭ, ବ୍ୟବସାୟିକ ସ୍ଥିତି ଭଲ ରହିବ। ଭୁଲ୍‌ ବୁଝାମଣା ହେତୁ ଆତ୍ମୀୟଙ୍କ ଅସହଯୋଗ ଯୋଗୁ ଦୁଃଖ ଅନୁଭବ କରିପାରନ୍ତି। ରପ୍ତାନି ବାଣିଜ୍ୟ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ପରିବାରର ଖର୍ଚ୍ଚ ବୃଦ୍ଧି ପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି ।
ତୁଳା
କାର୍ଯ୍ୟହାନି କାରଣରୁ ସ୍ବାତୀ ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ ଟେନ୍‌ସନ ଲାଗିରହିବ। ଆକସ୍ମିକ ଭାବରେ ରାସ୍ତାରେ ଯିବା ସମୟରେ ବନ୍ଧୁ ସମ୍ପର୍କ ସ୍ଥାପନ ହେବ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଧର୍ମକାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ସକାଶେ ସତ୍‌ ସଙ୍ଗୀଙ୍କ ପ୍ରେରଣା ମିଳିପାରେ।
ବିଛା
ଆଜି ଅନୁରାଧା ନକ୍ଷତ୍ର କେତେକ ନୂତନ ଯୋଜନା ପ୍ରସ୍ତୁତ ସଫଳ ହେବେ। ଜମିଜମା, ଗୃହସୀମା, ଧାରକରଜ ତଥା ବିବାଦୀୟ ଘଟଣା କ୍ଷେତ୍ରରେ ସମାଧାନ ଯୋଗୁ ଖୁସି ହେବେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଧନୁ
ବାରମ୍ବାର ପ୍ରତିବନ୍ଧକ ସୃଷ୍ଟି ହେଉଥିବା ଯୋଗୁ ମନ ଚାହୁଁଥିବା ପ୍ରକାରେ କେତେକ କାର୍ଯ୍ୟ ସମ୍ପନ୍ନ କରିପାରିବେ ନାହିଁ। ନିର୍ଦ୍ଦିଷ୍ଟ ସମୟରେ ଆଶା କରୁଥିବା ବନ୍ଧୁଙ୍କ ନିକଟରୁ ଅର୍ଥଲାଭ ଘଟିବ। ଉତ୍ତରାଷାଢ଼ା ନକ୍ଷତ୍ର ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ବନ୍ଧୁଙ୍କ ସହ ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ।
ମକର
ମାନସିକ ଅସ୍ଥିରତା ଲାଗି ରହୁଥିବାରୁ କାମରେ ମନ ଲାଗିବ ନାହିଁ। କୌଣସି ଜିନିଷ ପାଇବାକୁ କେନ୍ଦ୍ର କରି ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ଶ୍ରବଣା ନକ୍ଷତ୍ରର ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
କୁମ୍ଭ
ଆଜି ଆଶା କରୁଥିବା ବନ୍ଧୁଙ୍କ ନିକଟରୁ ଅର୍ଥ ପାଇ ସ୍ଥଗିତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବେ। ଶତଭିଷା ନକ୍ଷତ୍ର ନୂତନ ଜିନିଷ କ୍ରୟ ସକାଶେ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇ ଦେଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ମନସ୍ତାପ କରିବାକୁ ପଡ଼ିପାରେ।
ମୀନ
ଆଜି ପୂର୍ବଭାଦ୍ର ନକ୍ଷତ୍ରର ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କରିବ ଏବଂ ସହଯୋଗ ନିରର୍ଥକ ମନେହେବ। ବ୍ୟବସାୟରେ ଲାଭ ମିଳିବ ଏବଂ ଅନ୍ୟ ଏକ ଉଦ୍ଦେଶ୍ୟରେ ତାହାକୁ ବିନିଯୋଗ କରିବେ। ପରିବାର ଭିତରେ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବାର ଆଶା ରହିଛି।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.