Posted inRasifala

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ
ଆଜିର ଗ୍ରହପ୍ରଭାବରେ ଅନୁକୂଳ ପରିବେଶ କାମ ହାସଲ କରିବାରେ ସାହାଯ୍ୟ କରିବ। ଚନ୍ଦ୍ର ସମାଗମସ୍ଥ ହେତୁ କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁ ଅନୁତପ୍ତ ହେବେ। ପ୍ରତୀକ୍ଷିତ ବନ୍ଧୁଟି ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ପାଖରେ ପହଞ୍ଚିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁରୂଫ ଫଳ ପାଇବେ।
ବୃଷ
ବୃଷ
ଆଜି ଧନସ୍ଥାନ ବହୁଗ୍ରହ ଦୃଷ୍ଟ ହେତୁ ଆର୍ଥିକ ଉନ୍ନତି ସହ ଶାରୀରିକ ସୁସ୍ଥତା ମନୋବଳ ବୃଦ୍ଧିରେ ସହାୟକ ହେବ। କଳା, ସାହିତ୍ୟ, କ୍ରୀଡ଼ା ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ, ସଭାସମିତିରେ ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଗୁରୁଜନଙ୍କ ସାନ୍ତ୍ୱନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ।
ମିଥୁନ
ମିଥୁନ
ଅଷ୍ଟମ ସ୍ଥାନରେ ଏକାଧିକଗ୍ରହ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିପାରେ। କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ କେତେକ କାମ କରିବାକୁ ପଡିବ। ପଡୋଶୀମାନେ ଈର୍ଷାନ୍ବିତ ହୋଇ ଭିନ୍ନ ମନ୍ତବ୍ୟ ଦେଇପାରନ୍ତି। ଋଣଭାର, କଚେରି ମାମଲା, ପରିବହନ ଓ ନିର୍ମାଣ ସମ୍ପର୍କୀୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ।
କର୍କଟ
କର୍କଟ
ସ୍ବାସ୍ଥ୍ୟରେ ଉନ୍ନତି ସହ ମାନସିକ ସ୍ଥିତି କେତେକାଂଶରେ ଭଲ ରହିବ। ଅର୍ଥ ସମ୍ପର୍କ କିମ୍ବା ପାରିବାରିକ ସମସ୍ୟାକୁ ନେଇ ବିବାଦ ଦେଖାଦେଇ ପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି। ଶିଳ୍ପ, ବ୍ୟବସାୟ, ନିର୍ମାଣ ଓ ପରିବହନରେ ସମସ୍ୟା ଦୂର ହେବ।
ସି˚ହ
ସି˚ହ
ଆଜିର ଗ୍ରହସ୍ଥିତି ପ୍ରଭାବରେ ଆପଣ ଯାହା ଚାହୁଁଛନ୍ତି ତାହା ପାଇବାକୁ କଷ୍ଟ କରିବାକୁ ପଡିବନାହିଁ। କୌଣସି ଅନାକାଂକ୍ଷିତ ସୂଚନାକ୍ରମେ ଗସ୍ତ ବାତିଲ ହୋଇପାରେ। ମଧ୍ୟାହ୍ନରେ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ଯୁକ୍ତିତର୍କ କରନ୍ତୁ ନାହିଁ। ଉତ୍ତରାଫାଲଗୁନୀ ନକ୍ଷତ୍ରର ଆର୍ଥିକ, ପାରିବାରିକ ଓ ସାମାଜିକ ସ୍ଥିତି ଦୁର୍ବଳ ରହିବ।
କନ୍ୟା
ବୁଧଙ୍କ ଦୁର୍ବଳତା କାରଣରୁ କର୍ମକ୍ଷେତ୍ରର ଗୁରୁଦାୟିତ୍ୱ ସାମୟିକ ବିଚଳିତ ଅନୁଭବ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡିପାରେ। ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢି ସମସ୍ୟାକୁ ଦ୍ୱିଗୁଣିତ କରିବ। କଳା, ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମରେ ବନ୍ଧୁମିଳନ ଘଟିବ।
ତୁଳା
ତୁଳା
ଅନ୍ୟମାନେ ନିଜର ସୁବିଧା ଅନୁଯାୟୀ କାମ କରିବା ଦ୍ୱାରା ତାହା ଆପଣଙ୍କ ପାଇଁ ସମସ୍ୟାର କାରଣ ହେବ। ପରିସ୍ଥିତିରେ ପଡି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଈର୍ଷାନ୍ବିତ ହୋଇ ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି।
ବିଛା
ବିଛା
ସମସ୍ୟା ଲାଗି ରହିଲେ ମଧ୍ୟ ଅଭିମାନ ନ କରି କୌଶଳରେ କାମ ହାସଲ ପାଇଁ ଚେଷ୍ଟା କରିବା ଭଲ। ସଭାସମିତିରେ ନେତୃ ସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ମତାନ୍ତର ଲାଗି ପାରିବାରିକ କ୍ଷେତ୍ରରେ ଅଶାନ୍ତି ଆସିବ। କଳା, ସାହିତ୍ୟ, ସାମ୍ବାଦିକତା, ପ୍ରେସ୍‌, ପବ୍ଲିକେଶନ କ୍ଷେତ୍ର ଗତାନୁଗତିକ ରୀତିରେ ଗଡି ଚାଲିବ।
ଧନୁ
ଧନୁ
ଅଫିସରେ ଅପ୍ରିୟ ସତ୍ୟ ଭାଷଣ ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ବନ୍ଧୁମାନଙ୍କ ସାହାଯ୍ୟରେ ଧାତବଜନିତ ଦ୍ରବ୍ୟ ଲାଭର ଯୋଗ ରହିଛି। ପାରିବାରିକ ସମସ୍ୟା ଥିଲେ ମଧ୍ୟ ବିଶେଷ କିଛି ଗୁରୁତର ହେବନାହିଁ। ପଡୋଶୀ ଓ ସହକର୍ମୀଙ୍କ ସହାୟତାରେ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି।
ମକର
ମକର
ଆଜିର ଯାତ୍ରା, ବାଣିଜ୍ୟ, ପରିବହନରେ କୌଣସି ଅସୁବିଧା ହେବନାହିଁ। ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବାରେ ସମର୍ଥ ହୋଇପାରନ୍ତି। ସମ୍ପର୍କୀୟମାନଙ୍କ ସାହାଯ୍ୟରେ ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଅପରାହ୍ନେ ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ।
କୁମ୍ଭ
କୁମ୍ଭ
ସମସ୍ୟା ଲାଗି ରହିଲେ ମଧ୍ୟ କାର୍ଯ୍ୟକ୍ଷେତ୍ରରେ ଆବଶ୍ୟକୀୟ ସାହାଯ୍ୟ ପାଇବାରେ କୌଣସି ଅସୁବିଧା ହେବ ନାହିଁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନିଜ ଲୋକମାନେ ଦାଉ ସାଧିପାରନ୍ତି। ଆଜିର ଯାାତ୍ରା, ବାଣିଜ୍ୟ, ରାଜନୀତି, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହେବ। ପିଲାଙ୍କ କୃତିତ୍ୱକୁ ନେଇ ଗର୍ବ ଅନୁଭବ କରିବେ।
ମୀନମୀନ
ଏକାଦଶସ୍ଥ ଏକାଧିକଗ୍ରହ ହେତୁ ଗତକାଲିଠାରୁ ଯେଉଁ ଜିନିଷର ଅଭାବ ଥିଲା ତାହା ସୁବିଧାରେ ପୂରଣ ହୋଇଯିବ। ଆକସ୍ମିକ ଭାବରେ ନିଜ ପରିସରରେ ରହୁଥିବା ବନ୍ଧୁଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ। ଛୋଟ ଛୋଟ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ପ୍ରାୟତଃ ପାରିବାରିକ ପରିସ୍ଥିତି ଭଲ ରହିବ। ଉତ୍ତରଭାଦ୍ରବ ନକ୍ଷତ୍ରର କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri