Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ
ପାରିବେଶିକ କୁପ୍ରଭାବ ଆଜିର ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ। ସାମୟିକ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ସାଧାରଣ ଆଲୋଚନା କ୍ଷେତ୍ରରେ ଦ୍ୱନ୍ଦ୍ୱ ଲାଗି ରହିବ। ଉପରିସ୍ଥଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ।
ବୃଷ
ବୃଷ
ଉଚ୍ଚାରୋହୀ ଶୁକ୍ର ହେତୁ ସ୍ବାସ୍ଥ୍ୟର ଉନ୍ନତି ପରିଲକ୍ଷିତ ହେବା କାରଣରୁ ବ୍ୟସ୍ତତା ଦୂର ହେବ। ଅର୍ଥ ସମ୍ପର୍କୀୟ ଅଭାବକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ମଝିରେ ମଝିରେ ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ତାହା ଦ୍ୱାରା ପ୍ରଭାବିତ ହୋଇପାରେ। ଯାତ୍ରା ଓ ବନ୍ଧୁମିଳନ, କଳା, ସାହିତ୍ୟ, ସଭା ସମିତିରେ ସମ୍ମାନିତ ହେବେ।
ମିଥୁନ
ମିଥୁନ
ଶନି କ୍ଷେତ୍ରସ୍ଥ ବୁଧଙ୍କ ଯୋଗୁଁ ନିଜର ଉଦାରତା ଗୁଣରୁ ନିଜ କାମ ଛାଡ଼ି ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରିବା ଭଲ ହେବ। ସହକର୍ମୀଙ୍କ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ରକରି ଅନର୍ଥ ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇ ଖୁସି ହେବେ। ପ୍ରତିବନ୍ଧକ ମଧ୍ୟରେ ଅଟକି ରହିଯାଇଥିବା କାମ ସହଜ ଓ ସୁବିଧାରେ ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାଧାରଣ କଥାରେ ବନ୍ଧୁଙ୍କ ଭୁଲ୍‌ ବୁଝାମଣା ହେତୁ ସତର୍କତାର ସହ କାମ କରିବା ଭଲ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ କାମଗୁଡ଼ିକ ସୁବିଧାରେ ହୋଇପାରିବ ନାହିଁ। ରାଜନୀତି ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନା, ସଭାସମିତିରେ ସଫଳତା ଅର୍ଜନ କରିବେ।
କନ୍ୟା
ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ, କିନ୍ତୁ କିଛିବି କରିବେ ନାହିଁ। ଜମିଜମା କାରବାରରେ ଅର୍ଥ ଲାଭରୁ କିମ୍ବା କଳ୍ପନାର ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ। ସଭାସମିତି, କଳା, ସାହିତ୍ୟ, ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଆଜି ନିଜ ଲୋକଙ୍କ ଉପରେ ଭରସା କରି ନ ପାରି ଅନ୍ୟର ସାହାଯ୍ୟ ଲୋଡ଼ିବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ। କଠୋର ପରିଶ୍ରମ ପୂର୍ବକ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ। ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସାବଧାନତା ସହ କାମ ନ କଲେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଅଫିସ୍‌ କାମରେ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ସାମାଜିକ ସ୍ତରରେ କୌଣସି ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଅପରାହ୍ନରେ ବନ୍ଧୁମିଳନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ଧନୁ
ଧନୁ
କୌଣସି ପ୍ରକାରେ ଟଙ୍କା ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ଓ ପାରିବାରିକ ସମସ୍ୟା କ୍ଷେତ୍ରରେ ମଧ୍ୟମ ଧରଣର ଫଳ ପାଇବେ।
ମକର
ମକର
ସକାଳୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ମନରେ ଅସ୍ଥିରତା ସୃଷ୍ଟି କରିପାରନ୍ତି। କୌଶଳ ପ୍ରୟୋଗ କରି ନିଜ ଲୋକଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଜମିଜମା ବିବାଦ, ପରିବହନ, ନିର୍ମାଣ, ରାଜନୀତି, ପ୍ରଶାସନ, ବ୍ୟବସାୟ ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଆକସ୍ମିକ ଦୂର ଯାତ୍ରା କରିବାକୁ ପଡିପାରେ। ସମସ୍ୟା ସୁଧାରିବାକୁ ଯାଇ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ, କିନ୍ତୁ କିଛି ଲାଭ ହେବନି।
ମୀନମୀନ
ଅପରାହ୍ନରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନସନ୍‌ କମିଯିବ। କର୍ମକ୍ଷେତ୍ରରେ ସହଯୋଗ ଭିତିରେ କାମ କଲେ ଉପକାର ପାଇବେ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା ହେତୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ସାଧାରଣ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri