Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ
ପାରିବେଶିକ କୁପ୍ରଭାବ ଆଜିର ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ। ସାମୟିକ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ସାଧାରଣ ଆଲୋଚନା କ୍ଷେତ୍ରରେ ଦ୍ୱନ୍ଦ୍ୱ ଲାଗି ରହିବ। ଉପରିସ୍ଥଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ।
ବୃଷ
ବୃଷ
ଉଚ୍ଚାରୋହୀ ଶୁକ୍ର ହେତୁ ସ୍ବାସ୍ଥ୍ୟର ଉନ୍ନତି ପରିଲକ୍ଷିତ ହେବା କାରଣରୁ ବ୍ୟସ୍ତତା ଦୂର ହେବ। ଅର୍ଥ ସମ୍ପର୍କୀୟ ଅଭାବକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ମଝିରେ ମଝିରେ ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ତାହା ଦ୍ୱାରା ପ୍ରଭାବିତ ହୋଇପାରେ। ଯାତ୍ରା ଓ ବନ୍ଧୁମିଳନ, କଳା, ସାହିତ୍ୟ, ସଭା ସମିତିରେ ସମ୍ମାନିତ ହେବେ।
ମିଥୁନ
ମିଥୁନ
ଶନି କ୍ଷେତ୍ରସ୍ଥ ବୁଧଙ୍କ ଯୋଗୁଁ ନିଜର ଉଦାରତା ଗୁଣରୁ ନିଜ କାମ ଛାଡ଼ି ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରିବା ଭଲ ହେବ। ସହକର୍ମୀଙ୍କ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ରକରି ଅନର୍ଥ ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇ ଖୁସି ହେବେ। ପ୍ରତିବନ୍ଧକ ମଧ୍ୟରେ ଅଟକି ରହିଯାଇଥିବା କାମ ସହଜ ଓ ସୁବିଧାରେ ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାଧାରଣ କଥାରେ ବନ୍ଧୁଙ୍କ ଭୁଲ୍‌ ବୁଝାମଣା ହେତୁ ସତର୍କତାର ସହ କାମ କରିବା ଭଲ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ କାମଗୁଡ଼ିକ ସୁବିଧାରେ ହୋଇପାରିବ ନାହିଁ। ରାଜନୀତି ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନା, ସଭାସମିତିରେ ସଫଳତା ଅର୍ଜନ କରିବେ।
କନ୍ୟା
ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ, କିନ୍ତୁ କିଛିବି କରିବେ ନାହିଁ। ଜମିଜମା କାରବାରରେ ଅର୍ଥ ଲାଭରୁ କିମ୍ବା କଳ୍ପନାର ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ। ସଭାସମିତି, କଳା, ସାହିତ୍ୟ, ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଆଜି ନିଜ ଲୋକଙ୍କ ଉପରେ ଭରସା କରି ନ ପାରି ଅନ୍ୟର ସାହାଯ୍ୟ ଲୋଡ଼ିବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ। କଠୋର ପରିଶ୍ରମ ପୂର୍ବକ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ। ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସାବଧାନତା ସହ କାମ ନ କଲେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଅଫିସ୍‌ କାମରେ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ସାମାଜିକ ସ୍ତରରେ କୌଣସି ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଅପରାହ୍ନରେ ବନ୍ଧୁମିଳନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ଧନୁ
ଧନୁ
କୌଣସି ପ୍ରକାରେ ଟଙ୍କା ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ଓ ପାରିବାରିକ ସମସ୍ୟା କ୍ଷେତ୍ରରେ ମଧ୍ୟମ ଧରଣର ଫଳ ପାଇବେ।
ମକର
ମକର
ସକାଳୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ମନରେ ଅସ୍ଥିରତା ସୃଷ୍ଟି କରିପାରନ୍ତି। କୌଶଳ ପ୍ରୟୋଗ କରି ନିଜ ଲୋକଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଜମିଜମା ବିବାଦ, ପରିବହନ, ନିର୍ମାଣ, ରାଜନୀତି, ପ୍ରଶାସନ, ବ୍ୟବସାୟ ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଆକସ୍ମିକ ଦୂର ଯାତ୍ରା କରିବାକୁ ପଡିପାରେ। ସମସ୍ୟା ସୁଧାରିବାକୁ ଯାଇ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ, କିନ୍ତୁ କିଛି ଲାଭ ହେବନି।
ମୀନମୀନ
ଅପରାହ୍ନରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନସନ୍‌ କମିଯିବ। କର୍ମକ୍ଷେତ୍ରରେ ସହଯୋଗ ଭିତିରେ କାମ କଲେ ଉପକାର ପାଇବେ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା ହେତୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ସାଧାରଣ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?