Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ ଆଚରଣ ଦେଖି ଅନ୍ୟମାନଙ୍କୁ ଆପଣଙ୍କ କଥାଗୁଡ଼ିକ ଭଲ ଲାଗି ନ ପାରେ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ ସାହିତ୍ୟ, ସଙ୍ଗୀତ ଓ ଆନୁଷ୍ଠାନିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ଦୀର୍ଘ ଦିନରୁ ରହିଆସିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଆଜି ସକାଳୁ ସକାଳୁ ଯାହା କରିବେ, ସେଥିରେ ସଫଳତା ପାଇପାରିବେ। ସାମାଜିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ।
ମିଥୁନ
ମିଥୁନ
ପରିବାରର ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ସମସ୍ତ ପ୍ରସ୍ତୁତି ଥାଇ ମଧ୍ୟ ଶେଷ ସମୟରେ ଓଲଟପାଲଟ ହୋଇଯିବ। ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେବ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହେବ। ଗବେଷଣା, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଅସ୍ଥିର କରିପାରେ। ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ କାମ କରନ୍ତୁ, ନତୁବା ପରେ ଅନୁତାପ କରିବାକୁ ପଡ଼ିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ପ୍ରକୃତ ଘଟଣା ନ ବୁଝି ସହକର୍ମୀ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିପାରନ୍ତି।
ସି˚ହ
ସି˚ହ
ଆଜି ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ବିଭିନ୍ନ ପ୍ରକାରର ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ଯେକୌଣସି ପଦକ୍ଷେପ ଗ୍ରହଣ କରିବେ। ପିଲାଙ୍କ କାର୍ଯ୍ୟକଳାପକୁ ନାପସନ୍ଦ କରିପାରନ୍ତି, କିନ୍ତୁ କିଛି କରିବାର ଉପାୟ ପାଇବେ ନାହିଁ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ। ପିଲାମାନଙ୍କ ଶିକ୍ଷା, ପରୀକ୍ଷାରେ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ। ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଚେଷ୍ଟା କରୁଥିବା ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ଜନିତ କାମଟି ପୂର୍ଣ୍ଣାଙ୍ଗ କ୍ଷେତ୍ରରେ ବାଧା ଉପୁଜିପାରେ।
ତୁଳା
ତୁଳା
ସମ୍ପର୍କୀୟଙ୍କ ସହ ଅର୍ଥ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ବନ୍ଧୁମାନଙ୍କ ସହ ଆଳାପ ଆଲୋଚନା କିମ୍ବା ସନ୍ଧ୍ୟା ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ। କର୍ମକ୍ଷେତ୍ରରେ ପ୍ରଶଂସନୀୟ କାମ କରିବା ସହ ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବ। ବନ୍ଧୁଙ୍କ ଗହଣରେ ବାକ୍‌ ଅସଂଯମତା ଯୋଗୁ ସମ୍ପର୍କ କଟିଯିବାର ଆଶଙ୍କା ରହିଛି।
ବିଛା
ବିଛା
ଆଜି ସାହିତ୍ୟ, ସଙ୍ଗୀତ, ପ୍ରବଚନ ତଥା ଅଭିନୟ ଜଗତରୁ ପ୍ରଶଂସା ପାଇବେ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ଚେଷ୍ଟା କରୁଥିବା କାମ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ନିର୍ମାଣାଧୀନ କାମ, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ମଧ୍ୟ ବିଭିନ୍ନ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବାର ସୂଚନା ରହିଛି। ଯାତ୍ରା କରୁଥିବା ସମୟରେ ସତର୍କ ନ ହେଲେ ଅସୁବିଧାରେ ପଡ଼ିପାରନ୍ତି। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତାପ୍ରକଟ କରିବେ। ସଂକଟଜନକ ସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ୱନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ।
ମକର
ମକର
କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସୁହାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିନେବେ। ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ଅବଶ୍ୟ ପ୍ରତ୍ୟେକ ସମସ୍ୟାଜନିତ ଅପରାହ୍ନରେ ଟେନ୍‌ସନ୍‌ କିିଛି ମାତ୍ରାରେ କମିଯିବ। ଆଲୋଚନା ସମୟରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
କୁମ୍ଭ
କୁମ୍ଭ
ବନ୍ଧୁ ପରିବାରର କୌଣସି ଘଟଣା ବିବ୍ରତ କରିପାରେ। ଘର ଲୋକଙ୍କୁ ବୃଥା ସନ୍ଦେହ କଲେ ଭଲ ମନ୍ଦରେ ପରିଣତ ହୋଇଯାଇପାରେ। ମତାନ୍ତରଜନିତ ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ। ବ୍ୟବସାୟ, ପ୍ରଶାସନ, ପ୍ରକାଶନ, ରାଜନୀତି ଓ କଚେରି ମାମଲା ତଥା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ।
ମୀନମୀନ
ଗତକାଲିଠାରୁ ମନାନ୍ତରଜନିତ ପାରିବାରିକ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଅସୁବିଧା ନ ଥିଲେ ମଧ୍ୟ ଅନ୍ୟାନ୍ୟ କେତେକ କାରଣରୁ ମନ ଅସ୍ଥିର ରହିବ। ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁଙ୍କ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ସୂଚନା ରହିଛି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ।…

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପାରିବାରିକ ଜୀବନକୁ ଶାନ୍ତିପ୍ରଦ ରଖିବା ସହ ଯାତ୍ରାକୁ ସଫଳ କରିବ। କର୍ମକ୍ଷେତ୍ରରେ ସହକର୍ମୀ ଯଥାସାଧ୍ୟ ସାହାଯ୍ୟ କରି ଶ୍ରମ ଲାଘବ କରିବେ। ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଶନି ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ଅସୁସ୍ଥତା ସୃଷ୍ଟିକଲେ ମଧ୍ୟ ଚନ୍ଦ୍ରଙ୍କ ପ୍ରଭାବରେ ବ୍ୟବହାରିକ କୁଶଳତା ଜାରିରହିବ। ସହକର୍ମୀ, ଅଧସ୍ତନ କର୍ମଚାରୀ ଏବଂ ବନ୍ଧୁବର୍ଗଙ୍କ ସହ…

ରାଶିଫଳ: ସୋମବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ସାମାଜିକ କ୍ଷେତ୍ରରେ କେତେକ ଦିଗରୁ ମାନସିକ ଚାପର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ସହୃଦୟ ବ୍ୟକ୍ତିଠାରୁ ସହାୟତା ପାଇବେ। ଗତକାଲିର ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ରାଶିରେ ରବି ଉଚ୍ଚସ୍ଥ ହେତୁ ପ୍ରତ୍ୟେକ ସ୍ତରରେ ସମ୍ମାନଜନକ ସ୍ଥିତିରେ ରହିବେ। ସ୍ବାସ୍ଥ୍ୟ ଯେମିତି ଭଲ ରହିବ ମନ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ…

ରାଶିଫଳ: ଶନିବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିବା ଯୋଗୁ କର୍ମକ୍ଷେତ୍ରରେ କୌଣସି କାମ ସହଜରେ ସମ୍ପନ୍ନ ହେବନାହିଁ। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ।…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରସ୍ଥ ରବି ଆପଣଙ୍କ ସୁସ୍ଥ ଚିନ୍ତାଧାରା ଓ କାର୍ଯ୍ୟକଳାପକୁ ପ୍ରଭାବିତ କରି ବ୍ୟଥିତ କରାଇପାରନ୍ତି। ଆକସ୍ମିକ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାହିତ୍ୟ,…

ରାଶିଫଳ: ଗୁରୁବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତିର ଶୁଭପ୍ରଭାବ ଆପଣଙ୍କ ଜୀବନଯାତ୍ରାକୁ ହର୍ଷୋତ୍‌ଫୁଲ୍ଲିତ କରାଇବ। ସରକାରୀ ସ୍ତରରେ ଅଟକି ରହିଥିବା କାମକୁ ସମ୍ପନ୍ନ କରି ଆଶ୍ୱସ୍ତି ଲାଭ କରିବେ। ଆତ୍ମୀୟସ୍ୱଜନଙ୍କ ପରୋକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri