Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାଯ୍ୟ ଓ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି। ପରିବାରରେ ଅଶାନ୍ତି ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇପାରନ୍ତି।
ବୃଷ
ବୃଷ
ଆଜି ସହକର୍ମୀ, ପଡ଼ୋଶୀ କିମ୍ବା ବନ୍ଧୁବର୍ଗଙ୍କ ସାହାଯ୍ୟ, ସହାନୁଭୂତି ଲାଭକରି କାର୍ଯ୍ୟ ସାଧନ କରିବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇପାରନ୍ତ। କୃତ୍ତିକା ନକ୍ଷତ୍ରର କର୍ମକ୍ଷେତ୍ର ମନ୍ଦ ହେବନି, ତଥାପି ଶାନ୍ତିପ୍ରଦ ହୋଇ ନ ପାରେ।
ମିଥୁନ
ମିଥୁନ
ପ୍ରତ୍ୟେକ କାମରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେବା କେତେକାଂଶରେ ଶୁଭ ଫଳଦେବ। ଆର୍ଥିକ ଦୃଷ୍ଟିକୋଣରୁ ଦୀର୍ଘଦିନର ଆଶା ଫଳବତୀ ହେବ। ଥଣ୍ଡାଜନିତ ଅସୁସ୍ଥତା ସହ ଭ୍ରାତୃ ସମ୍ପର୍କରେ କିଛିଟା ଅବନତି ପରିଲକ୍ଷିତ ହେବ।
କର୍କଟ
କର୍କଟ
ଯେତେ ଚେଷ୍ଟା କଲେ ମଧ୍ୟ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ। ଆଲୋଚନା ସମୟରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ସହଯୋଗ ପାଇବେନି। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବା ପାଇଁ ପ୍ରଯତ୍ନ କରିବେ।
ସି˚ହ
ସି˚ହ
ଆଜି ବହୁତ ଦିନରୁ ଖୋଜୁଥିବା ଜିନିଷ ମଧ୍ୟ ସୁବିଧାରେ ପାଇଯିବେ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବ ନତୁବା ସ୍ଥାନାନ୍ତର ସୂଚନା ରହିଛି। ସଭାସମିତିରେ ପ୍ରିୟଜନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ। ପିଲାମାନଙ୍କ ମନମୁଖି କାର୍ଯ୍ୟକଳାପ ମନରେ ଅସନ୍ତୋଷ ସୃଷ୍ଟି କରିବ।
କନ୍ୟା
ଆପଣଙ୍କ ସୁଚିନ୍ତିତ ଯୋଜନା ଅନୁଯାୟୀ କାର୍ଯ୍ୟ ହାସଲ କରିବାରେ ଅସୁବିଧା ରହିବ ନାହିଁ। ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ। ରପତ୍ାନି ବାଣିଜ୍ୟ, ପରିବହନ ଓ ନୂତନ ବ୍ୟବସାୟରେ ଆଶାଜନକ ଫଳ ପାଇବେ।
ତୁଳା
ତୁଳା
ଅଧିକାଂଶ ସମୟ ହାତ ଖାଲି କାରଣରୁ କେତେକ କାମ ଅଧୁରା ରହିଯାଇପାରେ। ଅତି ନିକଟରେ ରହି ସାହାଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। କେତେକ କ୍ଷେତ୍ରରେ ମନକଥା ମନରେ ରଖି ଗୁରୁଜନମାନଙ୍କୁ ପ୍ରତାରିତ କରି ଅନୁଶୋଚନା କରିବେ।
ବିଛା
ବିଛା
ଅଳ୍ପ କେତେଦିନ ହେଲା ଯେଉଁ ଟେନ୍ସନ ମଧ୍ୟଦେଇ ଗତି କରୁଥିଲେ ତାହାର ପରିସମାପ୍ତି ଘଟିବ। ନୂତନ କାମରେ ପ୍ରବେଶ କରିବା ସହ ଆର୍ଥିକ ଉନ୍ନତି ଘଟିବାରୁ ଆମତ୍ତୃପ୍ତି ଲାଭ କରିବେ। ପାରିବାରିକ ସୁସ୍ଥତା ଫେରି ପାଇବା ସାଙ୍ଗକୁ ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ।
ଧନୁ
ଧନୁ
ଅଧିକାଂଶ ସମୟ ମନ ବିଚଳିତ ରହିବା କାରଣରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ। ପାରିବାରିକ ସମସ୍ୟା ପଛକୁ ପକାଇ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ପ୍ରାଧାନ୍ୟ ଦେବେ। ପ୍ରକାଶନ, ପ୍ରଶାସନ, ରଚନାତ୍ମକ କାମ, ଗବେଷଣା, ଅନୁସନ୍ଧାନ, କଳା ଓ ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କୁ ମୁଗ୍ଧ କରିବାରେ ଅଗ୍ରଣୀ ହେବେ। ଆର୍ଥିକ ସ୍ଥିତି ମଧ୍ୟ ମନ୍ଦ ହେବନି, କିନ୍ତୁ ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ। ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ ଏବଂ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ବିତ ହେବ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ପରିବାରରେ ଭୁଲ୍‌ ବୁଝାମଣାରୁ କଳହ ସୃଷ୍ଟି ହୋଇପାରେ।
ମୀନମୀନ
କର୍ମକ୍ଷେତ୍ରରେ ଉନ୍ନତ ଚିନ୍ତା ଓ ଯୋଜନା ମନୋବଳ ବୃଦ୍ଧିରେ ସହାୟକ ହେବ। ଋଣ ପରିଶୋଧ କରି ଏକ ପ୍ରକାର ହାଲୁକା ଅନୁଭବ କରିବେ। ବ୍ୟବସାୟ ଓ ପରିବହନ ତଥା ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଏକ ବିଶେଷ କାର୍ଯ୍ୟକ୍ରମ ମଧ୍ୟରେ ବନ୍ଧୁମିଳନରୁ ଆନନ୍ଦିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri