Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ସହାୟତାରେ ଅର୍ଥ ସାଙ୍ଗକୁ ପାରିବାରିକ ସୁଖ ସମ୍ମାନ ମଧ୍ୟ ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ। ବାଣିଜ୍ୟ ବ୍ୟବସାୟ, ପରିବହନ, ନିର୍ମାଣ, ଜମିଜମା, ଯାତ୍ରା ପ୍ରଭୃତିରେ ସଫଳତା ହାସଲ କରିବେ। କୌଣସି ସ୍ପର୍ଶକାତର କଥାରେ ହସ୍ତକ୍ଷେପ କଲେ ମନସ୍ତାପ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ବନ୍ଧୁମାନେ ସାମୟିକ ସହଯୋଗକୁ ନିଜର ସ୍ବାର୍ଥ ସାଧନ ଦିଗରେ ଲଗାଇବେ। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସଭାସମିତି, ସାହିତ୍ୟ କ୍ଷେତ୍ର ସହ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟ, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। ପରିବାରର ଋଣଭାର କ୍ରମଶଃ ବୃଦ୍ଧି ପାଉଥିବାରୁ ଚିନ୍ତା କରିବେ।
କର୍କଟ
କର୍କଟ
ଚେଷ୍ଟା କରୁଥିବା କାମ ହାସଲରୁ ମନ ପ୍ରଫୁଲ୍ଲ ରହିବ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସହଯୋଗ,ସୁଖ ସମ୍ମାନର ଅଭାବ ରହିବ ନାହିଁ କିନ୍ତୁ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ।
ସି˚ହ
ସି˚ହ
ନିଜ ତରଫରୁ କୌଣସି ଭୁଲ୍‌ ନ କଲେ ମଧ୍ୟ ମିଥ୍ୟାରୋପ ଲାଗିପାରେ। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ଅପରାହ୍ନରେ ତାହା ଟିକିଏ ବିଳମ୍ବରେ ପାଇବେ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
ସମସ୍ତ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ସମ୍ପନ୍ନ ହେବ ନାହିଁ। ଗଠନମୂଳକ କିମ୍ବା ସାମୂହିକ କାମରେ ଅଥବା ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଋଣ ସୂତ୍ରରେ ଅର୍ଥଲାଭ କରିବେ, ଅବଶ୍ୟ ବହୁତ ଫନ୍ଦିଫିକର କରିବା ପରେ ଶତ୍ରୁତା କରୁଥିବା ବ୍ୟକ୍ତି ପଛରେ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଅର୍ଥ ସଂଗ୍ରହରେ ତପତ୍ରତା ପ୍ରକାଶ କରିବେ କିନ୍ତୁ ଆଶାନୁରୂପ ଫଳ ପାଇବେ ନାହିଁ। ଯାତ୍ରା ସମୟରେ ଜିନିଷପତ୍ର ହଜିଯିବାର ସମ୍ଭାବନା ରହିଛି। ଆଜି ଦିନଟିରେ ପ୍ରକାଶନ, ପ୍ରଶାସନ, ନିର୍ମାଣ ଓ ପରିବହନ ପାଇଁ ଦିନଟି ଭଲ।
ବିଛା
ବିଛା
ପରିସ୍ଥିତି ଓ ପରିବେଶର ବିଷମତା ଫଳରେ କର୍ମ କ୍ଷେତ୍ରରେ ଧୀରେ ସୁସ୍ଥେ ଗତି କରିବାକୁ ବାଧ୍ୟ ହେବେ। ପ୍ରିୟଜନଙ୍କ ସହ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପରିବାରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ପଛେଇ ଯାଇପାରନ୍ତି । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଉନ୍ନୟନ ମୂଳକ କାମ ବାଧାପ୍ରାପ୍ତ ହୋଇପାରେ। କୌଣସି ଅସମର୍ଥିତ ସୂତ୍ରରୁ କୌଣସି ଖବର କିମ୍ବା ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ଅଫିସରେ କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିବ।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବାକୁ ପଡ଼ିଲେ ମଧ୍ୟ କାମ ହାସଲ କରିପାରିବେ। ପରିବାର ଭିତରେ ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇ ଯିବ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ପ୍ରଶାସନ ଓ ପରିବହନରେ ସମସ୍ୟାର ସମାଧାନର ରାସ୍ତା ଖୋଲିଯିବ। ଆର୍ଥିକ ଅନଟନ ଲାଗି ରହିବା ଦ୍ୱାରା କେତେକ କାମ ବାଧା ପ୍ରାପ୍ତ ହୋଇପାରେ। ପ୍ରଥମେ କାମଟି କରିସାରିବା ପରେ ଚିନ୍ତା କରି ମନସ୍ତାପ କରିବାକୁ ପଡ଼ିବ ।
ମୀନମୀନ

ଆଜିର କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସଙ୍ଗକୁ ସୁନାମ ମଧ୍ୟ ଅର୍ଜନ କରିବେ। କଳା, ସାହିତ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।

 

Get accurate and insightful horoscopes every day — only with 👉 Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri