Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପୂର୍ବରୁ ସୂଚନା ଦେଇ ସନ୍ଧ୍ୟାରେ ଘରକୁ ନୂତନ ବନ୍ଧୁ କେହି ଆସିପାରନ୍ତି। ପାଖକୁ ଆସି ପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। କଚେରି ମାମଲାରେ ପ୍ରତିପକ୍ଷ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ନାହିଁ।
ବୃଷ
ବୃଷ

ଚେଷ୍ଟା କରୁଥିବା କାମରେ ଆଶାତୀତ ସଫଳତା ହାସଲ କରିବେ ଓ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟିକ ଦିଗରୁ ଦିନଟି ମନ୍ଦ ନୁହେ, ଫଳତଃ ମାନସିକ ସ୍ଥିତି ବହୁତ ଭଲ ରହିବ। ଅଫିସ୍‌ରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ।

ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଚାପର ବଶବର୍ତ୍ତୀ ହୋଇ କେତେକ କାମ କରିବାକୁ ବାଧ୍ୟ ହେବେ। ପଡୋଶୀମାନେ ଈର୍ଷାନ୍ବିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ସ୍ଥିତି ମାନ୍ଦା ହେବନାହିଁ। ଆନୁଷ୍ଠାନିକ କାମରେ ଅତ୍ୟଧିକ ଦାୟିତ୍ୱ ନେବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଅତୀତର ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତ ତ୍ପର ତା ବଢିଯିବ। ଦୀର୍ଘଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ପୂର୍ବ କଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ।
ସି˚ହ
ସି˚ହ
ଦୀର୍ଘଦିନରୁ ଯାହା ଆଜିଯାଏଁ ଚାହୁଁଛନ୍ତି ତାହା ପାଇବା ସକାଶେ ବେଶି ବିଳମ୍ବ ହେବନାହିଁ। ଆକସ୍ମିକ କାରଣକୁ ନେଇ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ। ଆଲୋଚନା କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ଭୁଲ୍‌ ବୁଝାମଣାରୁ ପାରିବାରିିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା ହ୍ରାସ ପାଇପାରେ। ଉପରିସ୍ଥଙ୍କ ଆଦେଶକ୍ରମେ କର୍ମକ୍ଷେତ୍ରରେ ଗୁରୁ ଦାୟିତ୍ୱ ବହନ କରିବାକୁ ପଡିବ। ପାରିବାରିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ। ନିଜଦୋଷରୁ ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ହୋଇପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଅନ୍ୟମାନେ ଆପଣଙ୍କ ପାଇଁ ସମସ୍ୟାର କାରଣ ସାଜି ପାରନ୍ତି। ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଆତ୍ମୀୟସ୍ବଜନ ବିରୋଧାଚରଣ କରିପାରନ୍ତି। ସଭାସମିତିରେ ଯୁକ୍ତିଯୁକ୍ତ କଥା କହି କିମ୍ବା ସେବାମନୋବୃତ୍ତି କାରଣରୁ ପ୍ରଶଂସିତ ହେବେ।
ବିଛା
ବିଛା
ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବାରେ ନିକଟ ସମ୍ପର୍କୀୟମାନଙ୍କ ଅବଦାନକୁ ଭୁଲି ପାରିବେ ନାହିଁ। ରାଜନୈତିକ ସ୍ତରରେ ନେତ୍ୱ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ପରକଥାକୁ ପ୍ରାଧାନ୍ୟ ଦେଲେ ପାରିବାରିିକ କ୍ଷେତ୍ରରେ ଅଶାନ୍ତି ଆସିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ, ସହଯୋଗ ଓ ସଦିଚ୍ଛା ଲାଭ କରି ଖୁସୀ ରହିବେ। ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟସାଧନ କରିବେ। ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପରିବହନରେ ଲାଭର ଯୋଗ ରହିଛି।
ମକର
ମକର

ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ। ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିପାରିବେ। ବନ୍ଧୁଙ୍କ ସହାୟତାରେ ଆଶା କରୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ।

କୁମ୍ଭ
କୁମ୍ଭ
ଅଯଥା ସନ୍ଦେହଜନିତ କାରଣରୁ ଘରୋଇ କଳହ ବଢି ବଢି ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ନ ହୋଇପାରେ। ବିଭିନ୍ନ ଅସୁବିଧାରେ ବୁଡି ରହିଥିବା ସମୟରେ ନିଜ ଲୋକମାନେ ଦାଉ ସାଧିପାରନ୍ତି। ବାଣିଜ୍ୟ, ରାଜନୀତି, ଚଳଚ୍ଚିତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ।
ମୀନମୀନ

ସମସ୍ୟା ବିଜଡିତ ପରିସ୍ଥିତିରେ ବନ୍ଧୁଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ। ଆନୁଷ୍ଠାନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପାରିବାରିିକ ପରିସ୍ଥିତି ପୂର୍ବପରି ରହିବା ହେତୁ ବ୍ୟସ୍ତତା ଅନୁଭବ କରିପାରନ୍ତି। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri