Posted inRasifala

ରାଶିଫଳ: ସୋମବାର , ମେ ୧ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ର ମନ ଯେମିତି କାମ ସେମିତି ହେବ। ବୁଧଙ୍କ ପ୍ରଭାବରୁ ଏମିତି କଥାରେ କଥାରେ ମରମ କଥା କହିଦେବେ ଯେ-ବୁଝତ୍ଲା ଲୋକ ଠିକ୍‌ ଭାବରେ ବୁଝିଯିବ। ବନ୍ଧୂଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବା ସୁଯୋଗ ମିଳିବାର ସମ୍ଭାବନା ରହିଛି। କିନ୍ତୁ ଆର୍ଥିକସ୍ଥିତି ସେତେଟା ଭଲ ରହିବ ନାହିଁ ଫଳରେ ପାରିବାରିକଦ୍ୱନ୍ଦ
ବୃଷ
ବୃଷ
ମୃଗଶିରା ନକ୍ଷତ୍ରର ମନରେ ବିଭିନ୍ନ ପ୍ରକାରର ଆଶଙ୍କା ସୃଷ୍ଟି ହେବାର ସୂଚନା ରହିଛି। କିନ୍ତୁ ବ୍ୟସ୍ତ ନ ହୋଇ ସମୟକୁ ଅପେକ୍ଷା କରନ୍ତୁ ଦେଖିବେ ସବୁ ଅପସରି ଯିବ। ହାତକୁ ନେଇଥିବା କାମଗୁଡିକ ମାତ୍ର ଠିକ୍‌ ଭାବରେ ସମ୍ପନ୍ନ ହେବାରେ ଅସୁବିଧା ହେବ ନାହିଁ। ବ୍ୟବସାୟ,ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ରର ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିମାନେ ବଦଳିବେ ନାହିଁ। ଏହା ସାଙ୍ଗକୁ କର୍ମକ୍ଷେତ୍ରରେ ମଧ୍ୟ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ପାରିବାରିକ କ୍ଷେତ୍ରରେ କିଛି ପ୍ରତିବନ୍ଧକର ସାମନା କରିବାକୁ ପଡିପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
କର୍କଟ
କର୍କଟ
ଆଜି ଆପଣ ପ୍ରଥମେ କେତେକ କାମ କରି ପରକ୍ଷଣରେ ଅନୁତାପ କରିପାରନ୍ତି। ଅନ୍ୟମନସ୍କ କିମ୍ବା ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନହାନି ଘଟିପାରେ। ଅଶ୍ଳେଷା ନକ୍ଷତ୍ରର ସନ୍ତାନମାନଙ୍କ ସକାଶେ ଦୁଶ୍ଚିନ୍ତା ବଢିପାରେ। ତଥାପି ମନବଳ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ।
ସି˚ହ
ସି˚ହ
ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ
ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ମଘା ନକ୍ଷତ୍ରର ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ଜଣେ ବନ୍ଧୁଙ୍କ ଆର୍ଥିକ ସହାୟତାରୁ ଉପକୃତ ହେବେ।
କନ୍ୟା
ଯେଉଁ କାମରେ ହାତ ଦେବେ ସେଥିରୁ ଓହରିବେ ନାହିଁ। ଆପଣଙ୍କର ଅଭାବନୀୟ ପରିସ୍ଥିତିକୁ ହୃଦୟଙ୍ଗମ କରି ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି। ହସ୍ତା ନକ୍ଷତ୍ର ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ। ସଙ୍ଗୀତ,ସାହିତ୍ୟ,କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ । ସ୍ବାତୀ ନକ୍ଷତ୍ର ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କଥାଟି ଭୁଲିଯାଇପାରନ୍ତି। ସତ୍ୟତା ନ ଥାଇ କୌଣସି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପ୍ରଶାସନ, ଗବେଷଣା, ଚୁକ୍ତିପତ୍ର, ଆଲୋଚନା ତଥା ଲେଖାପଢ଼ାରୁ ଶୁଭଫଳ ପାଇବେ।
ବିଛା
ବିଛା
ସମସ୍ୟା ରହିଥିଲେ ମଧ୍ୟ କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ଭଲ ରହିବ। ଅଯଥା ରାଗି ଅନ୍ୟମାନଙ୍କ ସହ ଥିବା ସମ୍ପର୍କକୁ ଖରାପ କଲାଭଳି କିଛି କାମ କରିବା ଠିକ୍‌ ହେବ ନାହିଁ। ଅନୁରାଧା ନକ୍ଷତ୍ରର ଗୃହ, ଭୂମି, ଗାଡିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିପାରେ। ପୂର୍ବ ଘଟଣାକୁ କେନ୍ଦ୍ର କରିବା ସାଙ୍ଗକୁ କିମ୍ବା ଅତୀତକୁ ସ୍ମରଣ କରି ଅନୁତାପ କରିବେ।
ଧନୁ
ଧନୁ
ପାରିବାରିକ ପରିସ୍ଥିତି ବିଭିନ୍ନ ଘଟଣାକୁ ନେଇ ଅସ୍ବାଭାବିକ ଭାବେ ଆପଣଙ୍କୁ ଚିନ୍ତା କରିବାକୁ ବାଧ୍ୟ କରିବ। ପୂର୍ବାଷାଢ଼ା ନକ୍ଷତ୍ର ଶତ୍ରୁଙ୍କର ପ୍ରାଦୁର୍ଭାବ ଓ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ବ୍ୟବସାୟ, ପରିବହନ ଏବଂ ରିୟଲ୍‌ ଇଷ୍ଟେଟ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ରାଜନୈତିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ।
ମକର
ମକର
ଆଜିର ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଉନ୍ନତମାନର ହେବ। କାର୍ଯ୍ୟବ୍ୟସ୍ତତା ହେତୁ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ଆନୁଷ୍ଠାନିକ କାମ ସାଙ୍ଗକୁ ପରିବହନ, ନିର୍ମାଣ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ହାସଲ କରିପାରନ୍ତି। ସଂଗଠନ, ସଭାସମିତି, ଆନୁଷ୍ଠାନିକ କାମ ତଥା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରପଦ ନକ୍ଷତ୍ର ସକାଶେ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଭଲ ରହିବ। ଅର୍ଥ, ନୂତନ ଯୋଜନା, କଲ୍ୟାଣମୂଳକ କାର୍ଯ୍ୟ ଦିଗରେ ଜଣେ ଦୂରାଗତ ବନ୍ଧୁ ସାହାଯ୍ୟ କରିବେ। ସହକର୍ମୀଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି ଆଶଙ୍କା ଦେଖାଦେଇପାରେ। ସାଧାରଣ କଥାକୁ ଅତିରଞ୍ଜିତ କରି ବିରୋଧୀମାନେ କଳହ କରିପାରନ୍ତି।
ମୀନମୀନ
ମନରେ ଅସ୍ଥିରତା ସୃଷ୍ଟି ହେଲେ ମଧ୍ୟ ପ୍ରତିଶ୍ରୁତି ଅନୁଯାୟୀ କାମ କରିବାକୁ ବାଧ୍ୟ ହୋଇପାରନ୍ତି। ସମୟ ସ୍ରୋତରେ ଭୁଲ୍‌ ବୁଝାମଣା କ୍ରମେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡିହୋଇଯିବ। ରେବତୀ ନକ୍ଷତ୍ର ସକାଳୁ ସକାଳୁ ଶୁଭ ଖବର ପାଇ ଖୁସୀ ହୋଇଯିବେ। ଆଜିର ଆଲୋଚନା ସାରଗର୍ଭକ ହେତୁ ବନ୍ଧୁଗହଣରୁ ପ୍ରଶଂସାର ସୁଅ ଛୁଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri