Posted inRasifala

ରାଶିଫଳ: ମଙ୍ଗଳବାର , ମେ ୨ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦବେଗ ରହିବା କାରଣରୁ ମାନସିକ ଅସ୍ଥିରତା ଦେଖାଦେଇପାରେ। ଭାଇ ଭାଇ ମଧ୍ୟରେ ଅର୍ଥ ସମ୍ପର୍କକୁ ନେଇ ଭା୍ରତୁବିବାଦ ଦେଖାଦେଇ ପାରେ। ମାଙ୍ଗଳିକ କାମର ତର୍ଜମା କରି ସ୍ଥିର ସିଦ୍ଧାନ୍ତରେ ଉପନୀତ ହୋଇପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସଠିକ୍‌ ନିଷ୍ପତିର ଅଭାବରେ ପରିସ୍ଥିତି ବିଗିଡିଯିବାର ଆଶଙ୍କା ରହିଛି। ନତୁବା ପ୍ରତ୍ୟେକ ଦିଗରୁ କୌଣସି ଆଜି ଦିନର କାମ ସମାପନ କରିପାରିବେ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ମନ ଖୁସୀ କରିବାର ଅବସର ପାଇବେ ନାହିଁ। ପାରିବାରିକ କ୍ଷେତ୍ରରେ କୈାଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ପାରିବାରିକ ଦୁଃଶ୍ଚିନ୍ତାରେ ସଢୁଥିଲେ ମଧ୍ୟ ମନ କଥାକୁ ମନ ଭିତରେ ରହି ଦିନଚର୍ଯ୍ୟା କରିବେ। ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବନ୍ଧୁଙ୍କ ପରାମର୍ଶରେ କୈାଣସି ନୂତନ ଯୋଜନା ଆରମ୍ଭ କରି ପାରନ୍ତି। ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇ ପାରନ୍ତି।
କର୍କଟ
କର୍କଟ
ଗ୍ରହସ୍ଥିତି ଅନୁକୂଳ ରହିବା ହେତୁ ଟେନ୍ସନ ରହିଲେ ମଧ୍ୟ କାମ ଅଟକିବ ନାହିଁ। ପାରଷ୍ପରିକ ଉତମ ବୁଝାମଣା ହେତୁ ପରିବାର ଭିତରେ ସୌହାଦ୍ଦ୍ୟତା ମଧ୍ୟରେ କାମ କରିବେ। ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ। ନିଜର ସାଧ୍ୟାନୁସାରେ ସାହାଯ୍ୟ କରି ମଧ୍ୟ ଭାଇଙ୍କ ଅଭାବ ଅସୁବିଧାକୁ ଦୂରକରିବେ।
ସି˚ହ
ସି˚ହ
ବାରମ୍ବାର ପ୍ରତିବନ୍ଧକ ହେତୁ କାମଗୁଡିକ ଅଟକିଯାଇପାରେ। ଆର୍ଥିକସ୍ଥିତି ଭଲ ନରହିବା କାରଣରୁ କୈାସଣସି କାମରେ ଅଗ୍ରଗତି କରିପାରିବେନାହିଁ। ବ୍ୟବସାୟିକସ୍ଥିତି ମନ୍ଦ ନହେଲେ ମଧ୍ୟ ଆଶାନୁସାରେ ବିଶେଷଲାଭ ହେବନାହିଁ। ପାରିବାରିକ ସ୍ଥିତି ମନ୍ଦ ନହେଲେ ମଧ୍ୟ ଗତାନୁଗତିକ ରୀତିରେ ରହିବ।
କନ୍ୟା
ମାନସିକ ଅସ୍ଥିରତା ଲାଗି ରହିବା କାରଣରୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି। ବୁଝାମଣା ଅଭାବରୁ ଭଲକଥା କହିଲେ ମଧ୍ୟ ଅନ୍ୟମାନେ ତାହାକୁ ଭୂଲ୍‌ ବୁଝତ୍ବେ। କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ କିନ୍ତୁ ସତର୍କ ରହିବା ଭଲ।
ତୁଳା
ତୁଳା
ଯାହା ଆଜି ପର୍ଯ୍ୟନ୍ତ ଖୋଜି ଖୋଜି ପାଇ ପାଉନଥିଲେ ଆଜି ତାହା ଆକସ୍ମିକ ଭାବରେ ପାଇଯିବେ। ଅତୀତରେ ଶତ୍ରୁତା କରୁଥିବା ଲୋକଠାରୁ ମଧ୍ୟ କାମ ହାସଲ କରିନେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିବାର ଅଅଶଙ୍କା ରହିଛି।
ବିଛା
ବିଛା
ଆଜିର ଯାତ୍ରାରେ ଲକ୍ଷ୍ୟ ହାସଲରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। କୌଣସି ସମସ୍ୟା ମନକୁ ଗୋଳମାଳିଆ କରିଦେଇପାରେ। ଶତ୍ରୁମାନେ ସମସ୍ୟା ସୃଷ୍ଟି ଯୋଜନା କରିପାରନ୍ତି। ପରିବହନ କ୍ଷେତ୍ରରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ।
ଧନୁ
ଧନୁ
ଆକସ୍ମିକ ବନ୍ଧୁଙ୍କ ସହ ଭ୍ରମଣ, କ୍ରୀଡା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ମଜ୍ଜାଇ ରଖିବେ। କର୍ମକ୍ଷେତ୍ରରେ ପଦମର୍ଯ୍ୟଦା ବୃଦ୍ଧି ସଙ୍ଗକୁ ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ପାଇବେ। କୌଣସି ଶୁଭ କାମରେ ବନ୍ଧୁ, ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ। ନିର୍ମାଣାଧିନ କାଯ୍ୟ ସ୍ଥଗିତ ରହିପାରେ କିନ୍ତୁ ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଭଲ।
ମକର
ମକର
ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ସବୁ କଥାରେ ଆଗକୁ ନଯାଇ ପଛକୁ ରହି କାମ କରିବା ଭଲ ହେବ। କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜର କିଛି କାମ କରାଇନେବା ସକାଶେ ଜିଦ୍‌ଖୋର ପ୍ରକୃତିରୁ ଅନର୍ଥ ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
ଆଜି ଆପଣ ସାମାଜିକ ସ୍ତରରେ ଅର୍ଥ,ସମ୍ମାନ ଓ ପ୍ରଶଂସା ପାଇ ଉଲ୍ଲସିତ ହେବେ। ବାକ୍‌ ଅସଂଯମତା ଯୋଗଁୁ ସୁସମ୍ପର୍କ ବ୍ୟାହତ ହେବାର ସୂଚନା ରହିଛି। ଯୋଗସାଧନା, ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
ଜୀବନଚର୍ଯ୍ୟାରେ ସମସ୍ୟା ରହିଥିଲେ ମଧ୍ୟ ଆଜି ପାଇଁ ତାହା ବିଶେଷ କ୍ଷତି କାରକ ନହୋଇପାରେ। ବିଭିନ୍ନ ପ୍ରକାରର ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯନତ୍ କରି ପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri