Posted inRasifala

ରାଶିଫଳ: ସୋମବାର , ମେ ୧୫ ତାରିଖ – Daily Horoscope

ମେଷ
ଆଜିର ଦ୍ୱାଦଶଚନ୍ଦ୍ର ପ୍ରଭାବରୁ କାମ ସମ୍ପନ୍ନ କରିବାରେ ଅସୁବିଧା ଭୋଗିବେ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁମାନଙ୍କ ପରାମର୍ଶାନୁସାରେ ପାରିବାରିକ ଝମେଲା ସମାଧାନ ଆଡକୁ ଗତି କରିବ। କୃଷି, ବ୍ୟବସାୟ, ବାଣିଜ୍ୟ, କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବୃଷ
ବୃଷ
ଏକାଦଶସ୍ଥ ଚନ୍ଦ୍ରଙ୍କ ଯୋଗୁ ବନ୍ଧୁଙ୍କ ସାହାଯ୍ୟ ପାଇ କାମ ହାସଲ କରିବେ। ସାଂଗଠନିକ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ସଫଳତା ହାସଲ କରିବେ। ମହିଳାମାନେ ଅସଜଡ଼ା ଘରକୁ ସଜାଡ଼ି ନେବାରେ ତପତ୍ରତା ପ୍ରକାଶ କରିପାରନ୍ତି।
ମିଥୁନ
ମିଥୁନ
ପାରିବାରିକ ସମସ୍ୟାର ସମାଧାନ ଘଟିବ,କିନ୍ତୁ ଏଥିପାଇଁ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡିବ। ବନ୍ଧୁ ପରିଜନଙ୍କ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ପାଇବେ। ଦେହ ଭଲ ରହିବ, ମାତ୍ର କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। କର୍ମକ୍ଷେତ୍ରରେ ଛୋଟ ଛୋଟ କଥାକୁ କେନ୍ଦ୍ର କରି ମାନସିକ ଦ୍ୱନ୍ଦ୍ୱ ଲାଗି ରହିପାରେ।
କର୍କଟ
କର୍କଟ
ଶନିଙ୍କ ସ୍ଥିତି ଆପଣଙ୍କୁ ଶାନ୍ତିରେ ନିଃଶ୍ୱାସ ତ୍ୟାଗ କରିବାରେ ଅବସର ଦେଇ ନ ପାରେ। କିନ୍ତୁ ଆଜିର କର୍ମକ୍ଷେତ୍ରରେ ମନ ବୁଝିଲା ଭଳି କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଅଫିସ୍‌ କାମରେ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ପରିଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସହ ପୁରାତନ ରୋଗର ପୀଡ଼ା ବୃଦ୍ଧିପାଇବ ା
ସି˚ହ
ସି˚ହ
କେତୁଙ୍କ କୁପ୍ରଭାବରେ ଆଜି ଆପଣଙ୍କ କାମ ହାସଲ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହୋଇ ନ ପାରେ। ଅର୍ଥର ଅଭାବ ଲାଗି ରହିଥିଲେ ମଧ୍ୟ ଆବଶ୍ୟକତା ଠିକ୍‌ ସମୟରେ ପୂରଣ ହୋଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା ସକାଶେ ନିଜକୁ ଖାପ ଖୁଆଇ ଚଳିବା ଭଲ। ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କରିବାର ଆଶଙ୍କା ରହିଛି।
କନ୍ୟା
ଧନ ସ୍ଥାନରେ କେତୁ ଅର୍ଥହାନି କିମ୍ବା ତତ୍‌ସମ୍ପର୍କିତ ବିବାଦ ଘଟିପାରେ। ଅବଶ୍ୟ ସମସ୍ୟା ଜଡିତ ହେଲେ ମଧ୍ୟ ପ୍ରତ୍ୟେକ କାମକୁ କୌଶଳରେ ହାସଲ କରିପାରିବେ। ଯାନବାହନରେ ଲାଭ, ଦୋକାନ ବାଡ଼ିରେ ଉନ୍ନତି, ଅଚାନକ ଗୃହ ଭୂମି ଲାଭ ଯୋଗ ରହିଛି। ପ୍ରଶାସନ, କଚେରି ମାମଲା ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ଶୁଭଚନ୍ଦ୍ର ପ୍ରଭାବରେ ସକାଳୁ କୌଣସି ଖବର ପାଇ ମନ ଖୁସି ହୋଇଯିବ। କଳା, ସଙ୍ଗୀତ ଆସର,ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଭଲ ହେବ।
ବିଛା
ବିଛା
ରାଶ୍ୟାଧିପ କର୍ମସ୍ଥ ହେତୁ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଆଜି କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। ଅପ୍ରିୟ ସତ୍ୟ କଥାରେ ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ସମ୍ପର୍କ ମଧୁର ରହିବ।
ଧନୁ
ଧନୁ
ଶନିଙ୍କ ଶୁଭ ସଂସ୍ଥାନଜନିତ ଆଜି ଦିନଟିରେ ଆପଣଙ୍କୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ତଥାପି ବୃଥା ଭାବନାରେ ଭାସିଯାଇ ମାନସିକ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଖୁସି ରହିବେ। ପରିବାରର ଗୁମର କଥାକୁ ସାଙ୍ଗ ନିକଟରେ ପ୍ରକାଶ କରି ସମାଲୋଚିତ ହେବେ।
ମକର
ମକର
ସ୍ବଗୃହୀ ଧନାଧରପ ହେତୁ ଆଜି ଯାହାକୁ ଯାହା ମାଗିବେ ସେହି ବ୍ୟକ୍ତି କଦାପି ମନା କରିବ ନାହିଁ। ଅବଶ୍ୟ ପରିବାରର ଲୋକମାନେ ମଧ୍ୟ ଅଧିକାଂଶ କ୍ଷେତ୍ରରେ ଭୁଲ୍‌ ବୁଝିବେ। ଅନ୍ୟମାନଙ୍କ କଥାକୁ ବିଶ୍ୱାସ କରି ଗୃହରେ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ପରସ୍ପର ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
କୁମ୍ଭ
କୁମ୍ଭ
ଚନ୍ଦ୍ରଙ୍କ ପ୍ରଭାବରେ ଅନ୍ୟମାନଙ୍କ ପ୍ରିୟପାତ୍ର ହେବେ। ଧନିଷ୍ଠା ଚାହୁଁଥିବା କାମଟି ଠିକ୍‌ ସମୟରେ ନ ହୋଇପାରିବା କାରଣରୁ ମନ ଭଲ ଲାଗିବ ନାହିଁ। ପିଲାମାନଙ୍କ ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିର କରିବା ଲାଗି ଚିନ୍ତା କରିପାରନ୍ତି। କେତେକ ସାଧାରଣ ଅସୁବିଧା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ମୀନମୀନ
ବନ୍ଧୁଙ୍କ ପ୍ରାୟୋଜିତ କୌଣସି ନୂତନ କାମରେ ମନଦେବା ପାଇଁ ମନସ୍ଥ କରିବେ। ସମସ୍ୟା ଥିବା କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ସାମାଜିକ ସ୍ତରରେ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ଷଷ୍ଠାଧିପ ରାଶିସ୍ଥ ହେତୁ ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri