Posted inRasifala

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୧୬ ତାରିଖ– Daily Horoscope

ମେଷ
ଦ୍ୱାଦଶଚନ୍ଦ୍ର ପ୍ରଭାବରେ ସାଧାରଣ କଥାରେ ବିବ୍ରତ ହେବା କ୍ଷତିକାରକ ହେବ। ସାମାଜିକ ସ୍ତରରେ ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ସମସ୍ୟା ଆସିପାରେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବନ୍ଧୁମାନଙ୍କ ସହାୟତାରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ। ଶେଷ ସମୟରେ କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି। ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଅସଫଳତା କାରଣରୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ମିଥୁନ
ମିଥୁନ
ପ୍ରତ୍ୟେକ କାମରେ କିଛି ନା କିଛି ବ୍ୟତିକ୍ରମ ଲାଗି ରହିବ। ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ନିଜର ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
କଠୋର ପରିଶ୍ରମଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆଜିର ପ୍ରତ୍ୟୁଷଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ଆର୍ଥିକ ଅବନ୍ନତିର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ଆଇନ କ୍ଷେତ୍ର ପୂର୍ବବତ୍‌ ରହିବ।
ସି˚ହ
ସି˚ହ
ବନ୍ଧୁମାନଙ୍କର ଛଳନାପୂର୍ଣ୍ଣ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇଲେ ମଧ୍ୟ ଆବଶ୍ୟକତା ଅପୂରଣ ରହିବ ନାହିଁ। କଚେରି ମାମଲା କିମ୍ବା ଜମିଜମା କ୍ଷେତ୍ରରେ ମାନସିକ ଅବସାଦ କାରଣରୁ ମଘାର କୌଣସି କାମ ଉତ୍ସାହପ୍ରଦ ରହି ନ ପାରେ। ସ୍ବାସ୍ଥ୍ୟ ଓ କର୍ମକ୍ଷେତ୍ର ପ୍ରାୟତଃ ଭଲ ରହିବ।
କନ୍ୟା
ଆଜିର ସକାଳୁଆ ଯାତ୍ରାରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଭାଇଙ୍କ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ। ବ୍ୟବସାୟ କ୍ଷେତ୍ରରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ତୁଳା
ତୁଳା
ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଛୋଟ ଛୋଟ ଘଟଣାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ। କାର୍ଯ୍ୟଦକ୍ଷତା ଓ ସଚ୍ଚୋଟତା କାରଣରୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ।
ବିଛା
ବିଛା
ଆକସ୍ମିକ ସମସ୍ୟା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଗତି ମନ୍ଥର ହେବ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ଅଧୈର୍ଯ୍ୟ ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଅନ୍ୟର କଥାକୁ ସତ ମନେକରି ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। କୌଣସି ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ। ଗୃହସୀମା, ନିର୍ମାଣ, ଜମିଜମା କାରବାରରେ ସମସ୍ୟାମୁକ୍ତ ରହିବେ।
କୁମ୍ଭ
କୁମ୍ଭ
ବିଭିନ୍ନ କାରଣକୁ ନେଇ ମାନସିକ ସ୍ଥିରତା ରକ୍ଷା କରିବା କଷ୍ଟକର ହୋଇପାରେ। ବିଭିନ୍ନ ପୁରାତନ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବ।
ମୀନମୀନ
କର୍ମକ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖନ୍ତୁ, ନିଶ୍ଚିତ ଉପକୃତ ହେବେ। ଅଂଶୀଦାର ବ୍ୟବସାୟୀଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବାରୁ ଖୁସି ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri