Posted inRasifala

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୧୬ ତାରିଖ– Daily Horoscope

ମେଷ
ଦ୍ୱାଦଶଚନ୍ଦ୍ର ପ୍ରଭାବରେ ସାଧାରଣ କଥାରେ ବିବ୍ରତ ହେବା କ୍ଷତିକାରକ ହେବ। ସାମାଜିକ ସ୍ତରରେ ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ସମସ୍ୟା ଆସିପାରେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବନ୍ଧୁମାନଙ୍କ ସହାୟତାରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ। ଶେଷ ସମୟରେ କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି। ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଅସଫଳତା କାରଣରୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ମିଥୁନ
ମିଥୁନ
ପ୍ରତ୍ୟେକ କାମରେ କିଛି ନା କିଛି ବ୍ୟତିକ୍ରମ ଲାଗି ରହିବ। ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ନିଜର ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
କଠୋର ପରିଶ୍ରମଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆଜିର ପ୍ରତ୍ୟୁଷଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ଆର୍ଥିକ ଅବନ୍ନତିର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ଆଇନ କ୍ଷେତ୍ର ପୂର୍ବବତ୍‌ ରହିବ।
ସି˚ହ
ସି˚ହ
ବନ୍ଧୁମାନଙ୍କର ଛଳନାପୂର୍ଣ୍ଣ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇଲେ ମଧ୍ୟ ଆବଶ୍ୟକତା ଅପୂରଣ ରହିବ ନାହିଁ। କଚେରି ମାମଲା କିମ୍ବା ଜମିଜମା କ୍ଷେତ୍ରରେ ମାନସିକ ଅବସାଦ କାରଣରୁ ମଘାର କୌଣସି କାମ ଉତ୍ସାହପ୍ରଦ ରହି ନ ପାରେ। ସ୍ବାସ୍ଥ୍ୟ ଓ କର୍ମକ୍ଷେତ୍ର ପ୍ରାୟତଃ ଭଲ ରହିବ।
କନ୍ୟା
ଆଜିର ସକାଳୁଆ ଯାତ୍ରାରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଭାଇଙ୍କ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ। ବ୍ୟବସାୟ କ୍ଷେତ୍ରରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ତୁଳା
ତୁଳା
ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଛୋଟ ଛୋଟ ଘଟଣାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ। କାର୍ଯ୍ୟଦକ୍ଷତା ଓ ସଚ୍ଚୋଟତା କାରଣରୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ।
ବିଛା
ବିଛା
ଆକସ୍ମିକ ସମସ୍ୟା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଗତି ମନ୍ଥର ହେବ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ଅଧୈର୍ଯ୍ୟ ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଅନ୍ୟର କଥାକୁ ସତ ମନେକରି ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। କୌଣସି ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ। ଗୃହସୀମା, ନିର୍ମାଣ, ଜମିଜମା କାରବାରରେ ସମସ୍ୟାମୁକ୍ତ ରହିବେ।
କୁମ୍ଭ
କୁମ୍ଭ
ବିଭିନ୍ନ କାରଣକୁ ନେଇ ମାନସିକ ସ୍ଥିରତା ରକ୍ଷା କରିବା କଷ୍ଟକର ହୋଇପାରେ। ବିଭିନ୍ନ ପୁରାତନ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବ।
ମୀନମୀନ
କର୍ମକ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖନ୍ତୁ, ନିଶ୍ଚିତ ଉପକୃତ ହେବେ। ଅଂଶୀଦାର ବ୍ୟବସାୟୀଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବାରୁ ଖୁସି ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri